‘କୋରାପୁଟ ଜିଲାର ବିକାଶ ଏବେ ଶୀର୍ଷରେ’

କୋରାପୁଟ,୨୬ା୧: ଭାରତର ସ୍ବାଧୀନତା ଆନ୍ଦୋଳନରେ କୋରାପୁଟ ଜିଲାର ଅବଦାନ ଅତୁଳନୀୟ। କୋରାପୁଟସ୍ଥିତ ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଏହା କହିଛନ୍ତି। ମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। କୋରାପୁଟ ମାଟିର ବରପୁତ୍ର ଶହୀଦ ଲକ୍ଷ୍ମଣ ନାୟକ, ସଦାଶିବ ତ୍ରିପାଠୀଙ୍କୁ ମନ୍ତ୍ରୀ ମନେପକାଇ ଭାରତର ସ୍ବାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ଚିରସ୍ମରଣୀୟ ବୋଲି କହିଥିଲେ। ସେହିପରି କୋରାପୁଟ ଜିଲାରେ ବିକାଶ ଏବେ ଚରମ ସୋପାନରେ ଉପନୀତ। ଦେଶରେ ଶାନ୍ତି ଓ ଏକତାକୁ ମଜବୁତ କରିବା ଏବଂ ପ୍ରଗତିକୁ ଆଗେଇ ନେବାରେ ସହଯୋଗ କରିବାକୁ ସେ ଆହ୍ବାନ କରିଥିଲେ।
କାର୍ଯ୍ୟକ୍ରମରେ ଜିଲାର କରୋନା ଯୋଦ୍ଧାଙ୍କୁ ସମ୍ମାନିତ କରାଯାଇଥିଲା। ପରେ କୋରାପୁଟ ପୋଲିସ ଜିମ୍‌ ପରିସରରେ ଏକ ମେଗା ରକ୍ତଦାନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସମସ୍ତ କାର୍ଯ୍ୟକ୍ରମରେ କୋରାପୁଟ ଜିଲାପାଳ ମଧୁସୂଦନ ମିଶ୍ର, ଏସ୍‌ପି ବରୁଣ ଗୁଣ୍ଟୁପାଲି, ଅତିରିକ୍ତ ଜିଲାପାଳ ଦେବେନ ପ୍ରଧାନ, କୋରାପୁଟ ବିଧାୟକ ରଘୁରାମ ପୋଡାଲ, ଅତିରିକ୍ତ ଏସ୍‌ପି ଉକତ୍ଳ ରଞ୍ଜନ ଦାସ, ପିଡି ପ୍ରବୀର ନାୟକ, କୋରାପୁଟ ଉପଜିଲାପାଳ ଲଳିତ କୁମାର କହଁର, ଡିଆଇପିଆର୍‌ଓ ଜଗନ୍ନାଥ ପ୍ରସାଦ ରାୟଗୁରୁଙ୍କ ସମେତ ବହୁ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri