ଜନଜାତିଙ୍କ ବିକାଶ ଲାଗି ବିଜେଡି ସମର୍ପିତ: ନବୀନ

ଭୁବନେଶ୍ୱର୧୦।୮(ଅନିଲ ଦାସ): ବିଜେଡି ପକ୍ଷରୁ ଶଙ୍ଖ ଭବନରେ ଶୁକ୍ରବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଜନଜାତି ସମ୍ପ୍ରଦାୟର ବିକାଶ ବିନା ଓଡ଼ିଶାର ବିକାଶ ସମ୍ଭବ ନୁହେଁ । ରାଜ୍ୟର ସମୁଦାୟ ଜନସଂଖ୍ୟାର ପ୍ରାୟ ଏକ ଚତୁର୍ଥାଂଶ ଆଦିବାସୀ ସମ୍ପ୍ରଦାୟ। ସେମାନଙ୍କ କଲ୍ୟାଣ ଏବଂ ସଂସ୍କୃତିର ସୁରକ୍ଷା ପାଇଁ ବିଜେଡି ସରକାର ଅନେକ ପଦକ୍ଷେପ ନେଇଥିଲା। କୋରାପୁଟରେ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ, କଳାହାଣ୍ଡିରେ ଶହୀଦ ରେଣ୍ଡୋ ମାଝି ମେଡିକାଲ କଲେଜ, ବାରିପଦାରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏବଂ ରାଉରକେଲାରେ ଭଗବାନ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ବିଜେଡି ସରକାର କରିଛି । ସେମାନଙ୍କ ସଂସ୍କୃତିର ସୁରକ୍ଷା ପାଇଁ ବିଜେଡି ସରକାର ସ୍ପେସିଆଲ ଡେଭେଲପମେଣ୍ଟ କାଉନ୍‌ସିଲ ଗଠନ କରିଥିଲା । ଏହା ଥିଲା ସାରା ଦେଶରେ ଏକ ନୂଆ ପଦକ୍ଷେପ ା ଜଙ୍ଗଲ ଜମି ଅଧିକାର ହେଉ ବା ଶିକ୍ଷାର ପ୍ରସାର ବା ଜୀବିକାର ସୁରକ୍ଷା ବା ସାନ୍ତାଳି ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ଏସବୁ କାମ ବିଜେଡି ସରକାର ସମୟରେ ହିଁ ହୋଇଛି । ବିଜେଡି ସରକାର ୧୬୯ କମ୍ୟୁନିଟିକୁ ଜନଜାତି ସମ୍ପ୍ରଦାୟର ମାନ୍ୟତା ପ୍ରଦାନ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ଲଗାତର ଦାବି କରି ଆସୁଛି ା ସେହିପରି କିଛି ଜନଜାତି ଭାଷା ଯଥା- ହୋ, ମୁଣ୍ଡାରୀ, ଭୂମିଜ, ସଉରା ଓ କୁଇ ଇତ୍ୟାଦିକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ପାଇଁ ବିଜେଡି ଦାବି କରିଆସୁଛି। ଉଭୟ ଦାବିକୁ କେନ୍ଦ୍ର ସରକାର ତୁରନ୍ତ ମାନିନେବା ଉଚିତ ବୋଲି ନବୀନ କହିଛନ୍ତି। ପୂର୍ବତନ ମନ୍ତ୍ରୀ ସୁଦାମ ମାରାଣ୍ଡି ଏହି କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇଥିବା ବେଳେ କୋରାପୁଟର ବିଜେଡି ସାଂସଦ ପ୍ରାର୍ଥୀ କୌଶଲ୍ୟା ହିକ୍‌କା, ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ଓ ଅଶୋକ ପଣ୍ଡା ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ବିଜୁ ଜନତା ଦଳର ମିଡିଆ ସଂଯୋଜକ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଦେଇଥିଲେ। ପ୍ରାରମ୍ଭରେ ଭିନ୍ନ ଭିନ୍ନ ଗ୍ରୁପ ଆଦିବାସୀ ନୃତ୍ୟର ତାଳେ ତାଳେ ଅତିଥିମାନଙ୍କୁ ସ୍ବାଗତ କରିଥିଲେ।
ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ୱ ଜନଜାତି ସମ୍ପ୍ରଦାୟର ଲୋକମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ବିଶ୍ୱ ଆଦିବାସୀ ଦିବସରେ ବିଜେଡିର ବହୁ ନେତା ଓ କର୍ମୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri