‘ଗୁଣାତ୍ମକ ଶିକ୍ଷାରେ ଦେଶର ବିକାଶ’

ଜଟଣୀ,୧୨।୬(ଡି.ଏନ୍‌.ଏ.): ଭୁବନେଶ୍ୱର ଆଇଆଇଟି ପରିସରରେ ଶନିବାର ନୂତନ କେନ୍ଦ୍ରୀୟ ବିଦ୍ୟାଳୟର ଉଦ୍‌ଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି କେନ୍ଦ୍ରୀୟ ବିଦ୍ୟାଳୟ ଏବେ ଅସ୍ଥାୟୀ କ୍ୟାମ୍ପସରେ ଚାଲିବ। ଏହାସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏହି କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ନିର୍ମାଣ ପାଇଁ ଭୂମି ପୂଜନ କରିଛନ୍ତି। ଏହି ଅବସରରେ ଅନୁଷ୍ଠିତ ଏକ ସଭାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ କହିଥିଲେ, ଗୁଣାତ୍ମକ ଶିକ୍ଷା ଛାତ୍ରୀଛାତ୍ରଙ୍କୁ ପ୍ରଦାନ କରିପାରିଲେ, ସେମାନେ ଦେଶର ବିକାଶ ଧାରାକୁ ଆଗେଇ ନେଇପାରିବେ। ଶିକ୍ଷାର ବିକାଶରେ ଦେଶର ବିକାଶ ହୋଇପାରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆ ଶିକ୍ଷା ନୀତି ମାଧ୍ୟମରେ ଶିକ୍ଷା ଏବଂ ଶିକ୍ଷାଦାନର ଶୈଳୀକୁ ପରିବର୍ତ୍ତନ ପୂର୍ବକ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି। ଆଇଆଇଟି କ୍ୟାମ୍ପସରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ କରିବା ସ୍ବପ୍ନକୁ ଆଇଆଇଟି ନିର୍ଦ୍ଦେଶକ ପ୍ରଫେସର ଭି.କେ.ତିଓ୍ବାରୀ ସଫଳ କରିଥିବାରୁ କୃତଜ୍ଞତା ଜଣାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିଥିଭାବେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଖୋର୍ଦ୍ଧା ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ଆଇଆଇଟି ଭୁବନେଶ୍ୱର ନିର୍ଦ୍ଦେଶକ ପ୍ରଫେସର ଭି.କେ.ତିଓ୍ବାରୀ, କେନ୍ଦ୍ରୀୟ ବିଦ୍ୟାଳୟର ଡେପୁଟି କମିଶନର ଡ.ଏସ୍‌. ବୋଷ ପ୍ରମୁଖ ଯୋଗଦେଇଥିଲେ।
ଏହି ଅବସରରେ ଡ.ବୋଷ କହିଥିଲେ, ଏହି କେନ୍ଦ୍ରୀୟ ବିଦ୍ୟାଳୟ ଓଡ଼ିଶାର ୬୬ତମ ଓ ଖୋର୍ଦ୍ଧା ଜିଲାର ନବମ କେନ୍ଦ୍ରୀୟ ବିଦ୍ୟାଳୟ। ଏହାର ସ୍ଥାୟୀ କ୍ୟାମ୍ପସ ନିର୍ମାଣ ପାଇଁ ଆଇଆଇଟି ଭୁବନେଶ୍ୱର ପରିସରରେ ୧୦ଏକର ଜମି ଚିହ୍ନଟ କରାଯାଇଛି। ଏହାସହ କ୍ୟାମ୍ପସ ନିର୍ମାଣ ପାଇଁ ମୋଟ୍‌ ୨୫କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ଆସନ୍ତା ୩ବର୍ଷ ମଧ୍ୟରେ କାର୍ଯ୍ୟ ସରିବ ବୋଲି ବୋଷ କହିଛନ୍ତି। ବର୍ତ୍ତମାନ ଅସ୍ଥାୟୀ ଗୃହରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ପାଠ ପଢିବା ପାଇଁ ବ୍ୟବସ୍ଥା କରାଯାଇଛି। ପ୍ରତି କ୍ଲାସରେ ୪୦ଜଣ ଛାତ୍ରୀଛାତ୍ର ପାଠ ପଢ଼ିବେ। ଆଗାମୀ ଦିନରେ ଯୁକ୍ତ ୨ ପର୍ଯ୍ୟନ୍ତ ଏହି ବିଦ୍ୟାଳୟରେ ଛାତ୍ରୀଛାତ୍ର ଶିକ୍ଷା ଗ୍ରହଣ କରିବା ଲକ୍ଷ୍ୟ ରଖାଯାଇଥିବା ବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଡ.ବୋଷ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri