Posted inଫୁରସତ

ମହିଳାଙ୍କ ବିକାଶରେ ପୃଥିବୀର ବିକାଶ

ପାରିବାରିକ ଜୀବନରେ ମହିଳାଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସେହିପରି ସମାଜ ତଥା ଦେଶ ଏବଂ ସର୍ବୋପରି ପୃଥିବୀର ସାମଗ୍ରିକ ବିକାଶରେ ମହିଳାଙ୍କର ଭୂମିକା ଅପରିହାର୍ଯ୍ୟ ହୋଇଥାଏ। ମହିଳାଙ୍କ ବିକାଶ ମାଧ୍ୟମରେ ଯେକୌଣସି ଦେଶର ବିକାଶ ସମ୍ଭବ ହୋଇପାରିଥାଏ।
ମାତ୍ର ମହିଳାଙ୍କ ଉପରେ ବୃଦ୍ଧି ପାଉଥିବା ବିଭିନ୍ନ ହିଂସା ଘଟଣା ଯୋଗୁ ସଙ୍କଟ ସୃଷ୍ଟି ହୋଇଥାଏ। ଏନେଇ ସଚେତନତା ସୃଷ୍ଟି ଲାଗି ବିଶ୍ୱସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ପ୍ରତିବର୍ଷ ନଭେମ୍ବର ୨୫ରେ ମହିଳାଙ୍କ ଉପରେ ହେଉଥିବା ହିଂସା ଦୂରୀକରଣ ଦିବସ ପାଳିତ ହୋଇଥାଏ। ୧୯୭୯ରେ ଜାତିସଂଘ ସାଧାରଣ ସଭା ପକ୍ଷରୁ ମହିଳାଙ୍କ ପ୍ରତି ହେଉଥିବା ସମସ୍ତ ପ୍ରକାରର ଭେଦଭାବ ବିଲୋପ ସମ୍ମିଳନୀ (ସିଇଡିଏଡବ୍ଲ୍ୟୁ)ରେ ଏସମ୍ପର୍କରେ ଘୋଷଣା କରାଯାଇଥିଲା।
ମହିଳା ଅଧିକାର କର୍ମୀମାନଙ୍କ ପକ୍ଷରୁ ୧୯୮୧ଠାରୁ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୨୫ ନଭେମ୍ବରରେ ଏହି ଦିବସ ପାଳନ କରାଯିବାକୁ ପ୍ରସ୍ତାବ ଆଗତ କରାଯାଇଥିଲା। ଶେଷରେ, ୭ ଫେବୃୟାରୀ ୨୦୦୦ରେ, ଜାତିସଂଘର ସାଧାରଣ ସଭା ପକ୍ଷରୁ ୫୪/୧୩୪ ରେଜୋଲ୍ୟୁଶନ ଗ୍ରହଣ କରାଯାଇ, ଆନୁଷ୍ଠାନିକ ଭାବରେ ୨୫ ନଭେମ୍ବରକୁ ମହିଳାଙ୍କ ପ୍ରତି ହେଉଥିବା ହିଂସାକୁ ଦୂର କରିବା ପାଇଁ ଅନ୍ତର୍ଜାତୀୟ ଦିବସ ଭାବେ ପାଳନ କରିବାକୁ ଘୋଷଣା କରାଯାଇଥିଲା। ସେବେଠାରୁ ଏହି ଦିବସ ପାଳିତ ହୋଇ ଆସୁଛି।
୨୦୦୮ରେ ଏକ୍ଷେତ୍ରରେ ଆଉ ଏକ ନୂତନ ପଦକ୍ଷେପ ଆରମ୍ଭ ହୋଇଥିଲା। ମହିଳାଙ୍କ ପ୍ରତି ହିଂସାକୁ ଶେଷ କରିବା ପାଇଁ ୟୁନିଟ୍‌ ନାମକ ଏକ ସଂଗଠନ ଗଠନ କରାଯାଇଥିଲା। ସମଗ୍ର ବିଶ୍ୱରେ ମହିଳା ଓ ଝିଇଙ୍କ ପ୍ରତି ହେଉଥିବା ହିଂସାକୁ ସମାପ୍ତ କରିବା ପାଇଁ ସମର୍ପିତ ନୀତି ନିର୍ଦ୍ଧାରଣ ଏବଂ ଉତ୍ସଗୁଡ଼ିକ ବୃଦ୍ଧି କରିବା ସହିତ ଏହି ପ୍ରସଙ୍ଗରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହାର ମୁଖ୍ୟ ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri