Posted inଫୁରସତ

ମହିଳାଙ୍କ ବିକାଶରେ ପୃଥିବୀର ବିକାଶ

ପାରିବାରିକ ଜୀବନରେ ମହିଳାଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସେହିପରି ସମାଜ ତଥା ଦେଶ ଏବଂ ସର୍ବୋପରି ପୃଥିବୀର ସାମଗ୍ରିକ ବିକାଶରେ ମହିଳାଙ୍କର ଭୂମିକା ଅପରିହାର୍ଯ୍ୟ ହୋଇଥାଏ। ମହିଳାଙ୍କ ବିକାଶ ମାଧ୍ୟମରେ ଯେକୌଣସି ଦେଶର ବିକାଶ ସମ୍ଭବ ହୋଇପାରିଥାଏ।
ମାତ୍ର ମହିଳାଙ୍କ ଉପରେ ବୃଦ୍ଧି ପାଉଥିବା ବିଭିନ୍ନ ହିଂସା ଘଟଣା ଯୋଗୁ ସଙ୍କଟ ସୃଷ୍ଟି ହୋଇଥାଏ। ଏନେଇ ସଚେତନତା ସୃଷ୍ଟି ଲାଗି ବିଶ୍ୱସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ପ୍ରତିବର୍ଷ ନଭେମ୍ବର ୨୫ରେ ମହିଳାଙ୍କ ଉପରେ ହେଉଥିବା ହିଂସା ଦୂରୀକରଣ ଦିବସ ପାଳିତ ହୋଇଥାଏ। ୧୯୭୯ରେ ଜାତିସଂଘ ସାଧାରଣ ସଭା ପକ୍ଷରୁ ମହିଳାଙ୍କ ପ୍ରତି ହେଉଥିବା ସମସ୍ତ ପ୍ରକାରର ଭେଦଭାବ ବିଲୋପ ସମ୍ମିଳନୀ (ସିଇଡିଏଡବ୍ଲ୍ୟୁ)ରେ ଏସମ୍ପର୍କରେ ଘୋଷଣା କରାଯାଇଥିଲା।
ମହିଳା ଅଧିକାର କର୍ମୀମାନଙ୍କ ପକ୍ଷରୁ ୧୯୮୧ଠାରୁ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୨୫ ନଭେମ୍ବରରେ ଏହି ଦିବସ ପାଳନ କରାଯିବାକୁ ପ୍ରସ୍ତାବ ଆଗତ କରାଯାଇଥିଲା। ଶେଷରେ, ୭ ଫେବୃୟାରୀ ୨୦୦୦ରେ, ଜାତିସଂଘର ସାଧାରଣ ସଭା ପକ୍ଷରୁ ୫୪/୧୩୪ ରେଜୋଲ୍ୟୁଶନ ଗ୍ରହଣ କରାଯାଇ, ଆନୁଷ୍ଠାନିକ ଭାବରେ ୨୫ ନଭେମ୍ବରକୁ ମହିଳାଙ୍କ ପ୍ରତି ହେଉଥିବା ହିଂସାକୁ ଦୂର କରିବା ପାଇଁ ଅନ୍ତର୍ଜାତୀୟ ଦିବସ ଭାବେ ପାଳନ କରିବାକୁ ଘୋଷଣା କରାଯାଇଥିଲା। ସେବେଠାରୁ ଏହି ଦିବସ ପାଳିତ ହୋଇ ଆସୁଛି।
୨୦୦୮ରେ ଏକ୍ଷେତ୍ରରେ ଆଉ ଏକ ନୂତନ ପଦକ୍ଷେପ ଆରମ୍ଭ ହୋଇଥିଲା। ମହିଳାଙ୍କ ପ୍ରତି ହିଂସାକୁ ଶେଷ କରିବା ପାଇଁ ୟୁନିଟ୍‌ ନାମକ ଏକ ସଂଗଠନ ଗଠନ କରାଯାଇଥିଲା। ସମଗ୍ର ବିଶ୍ୱରେ ମହିଳା ଓ ଝିଇଙ୍କ ପ୍ରତି ହେଉଥିବା ହିଂସାକୁ ସମାପ୍ତ କରିବା ପାଇଁ ସମର୍ପିତ ନୀତି ନିର୍ଦ୍ଧାରଣ ଏବଂ ଉତ୍ସଗୁଡ଼ିକ ବୃଦ୍ଧି କରିବା ସହିତ ଏହି ପ୍ରସଙ୍ଗରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହାର ମୁଖ୍ୟ ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ...

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri