ଖୁବ୍‌ଶୀଘ୍ର ସପ୍ତଶଯ୍ୟାର ନବକଳେବର

ଢେଙ୍କାନାଳ ଅଫିସ, ୧୮।୩:  ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ପ୍ରମୁଖ ସ୍ଥାନ ହାସଲ କରିଥିବା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟାର ଖୁବ୍‌ଶୀଘ୍ର ନବକେଳବର ହେବ। ସବୁଜ ବନାନୀରେ ଭରା ଏହି ସ୍ଥାନକୁ ଆହୁରି ଆକର୍ଷଣୀୟ କରିବା ଲାଗି ଆବଶ୍ୟକ ପଦକ୍ଷେପ ନିଆଯିବ। ଏଥିଲାଗି ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ବୁଧବାର ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ପ୍ରଶାସନିକ ଅଧିକାରୀଙ୍କ ସହିତ କ୍ଷେତ୍ର ପରିଦର୍ଶନ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି।
ପ୍ରକୃତିର ବରଦାନ ସପ୍ତଶଯ୍ୟା। ଏଠାରେ ବର୍ଷତମାମ ପର୍ଯ୍ୟଟକଙ୍କ ଭିଡ଼ ଲାଗି ରହୁଥିଲେ ମଧ୍ୟ ପର୍ଯ୍ୟଟନ ଋତୁରେ ବଣଭୋଜି ପାଇଁ ଏହା ପାଲଟିଛି ପସନ୍ଦର ସ୍ଥାନ। ଦିନକୁ ଦିନ ପର୍ଯ୍ୟଟକଙ୍କ ସଂଖ୍ୟା ବଢୁଥିବାରୁ ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ କରିବା ଜରୁରୀ ହୋଇପଡ଼ିଛି। ଏଥିଲାଗି ଜିଲା ପ୍ରଶାସନ ପକ୍ଷରୁ ଖର୍ଚ୍ଚ ଅଟକଳ ପ୍ରସ୍ତୁତ କରି ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଯୋଜନା କରାଯାଉଛି। ଜିଲାପାଳ ସପ୍ତଶଯ୍ୟାର ଶ୍ରୀରଘୁନାଥଜୀଉ ମନ୍ଦିର, ବଣଭୋଜି ସ୍ଥଳ ବୁଲି ଦେଖିଥିଲେ। ପର୍ଯ୍ୟଟକ ଅନୁକୂଳ ବାତାବରଣ ପ୍ରସ୍ତୁତ କରିବାକୁ ସେ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା, ଉପଜିଲାପାଳ ତଥା ଜିଲା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, ସ୍ଥାନୀୟ ସରପଞ୍ଚ ଜେସସ୍‌ ସାହୁ, ସଦର ରେଞ୍ଜର ଧରିତ୍ରୀ ମୁର୍ମୁ, ଏବିଡିଓ ଝାଡେଶ୍ୱର ଦାସଙ୍କ ସମେତ ଜଳଛାୟା ପ୍ରକଳ୍ପ, ଗ୍ରାମ୍ୟ ଜଳ ଓ ପରିମଳ ମିଶନ, ଗ୍ରାମ୍ୟ ଉନ୍ନୟନ ବିଭାଗ, ସେସୁ, ଉଦ୍ୟାନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

ଝରଣା ପାଣି ଟ୍ରିଟ୍‌ମେଣ୍ଟ କରାଯିବ
ସପ୍ତଶଯ୍ୟାକୁ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ କରାଯିବ। ଝରଣା ପାଣିକୁ ସଂରକ୍ଷଣ ପରେ ବ୍ୟବହାର ଉପଯୋଗୀ କରାଯିବ। ମନ୍ଦିର ଉନ୍ନତୀକରଣ ସାଙ୍ଗକୁ ପାର୍କିଂ, ସ୍ଥାୟୀ ଆଲୋକୀକରଣ, ଶୌଚାଳୟ ଏବଂ ମେଗା ପାନୀୟଜଳ ପ୍ରକଳ୍ପ ଲାଗି ଯୋଜନା ରହିଛି।
-ଭୂମେଶ ଚନ୍ଦ୍ର ବେହେରା, ଜିଲାପାଳ

ବଣଭୋଜି ସ୍ଥଳର ଉନ୍ନତୀକରଣ ହେବ
ସପ୍ତଶଯ୍ୟାରେ ପ୍ରବାହିତ ଝରଣା ପାଣିକୁ ଚେକ୍‌ଡ୍ୟାମ ମାଧ୍ୟମରେ ସଂରକ୍ଷଣ କରି ବନୀକରଣରେ ବ୍ୟବହାର କରାଯିବ। ବଣଭୋଜି ସ୍ଥଳର ବିକାଶ ହେବ। ବ୍ୟୟ ଅଟକଳ ପରେ ଅନୁଦାନ ମଞ୍ଜୁର କରାଯିବ। ଶ୍ରୀରାମ ନବମୀ ପୂର୍ବରୁ ମନ୍ଦିର ଉନ୍ନତୀକରଣ କାର୍ଯ୍ୟ ଶେଷ ହେବ।
-ନରୋତ୍ତମ ବେହେରା, ପିଡି ଡିଆର୍‌ଡିଏ

ପଞ୍ଚାୟତ ପକ୍ଷରୁ ସମସ୍ତ ସହଯୋଗ ମିଳିବ
ସପ୍ତଶଯ୍ୟାର ବିକାଶରେ ପଞ୍ଚାୟତ ପକ୍ଷରୁ ପ୍ରଶାସନକୁ ଶହେ ପ୍ରତିଶତ ସହଯୋଗ କରାଯିବ। ଏହି ପର୍ଯ୍ୟଟନ କ୍ଷେତ୍ରର ଉନ୍ନତି ହେଲେ ଅଧିକ ପର୍ଯ୍ୟଟକଙ୍କ ସମାଗମ ହେବ। ପୀଠର ଗୁରୁତ୍ୱ ବଢ଼ିବ। ଯାତ୍ରୀଙ୍କ ସୁବିଧାକୁ ନେଇ ଯୋଜନା ପ୍ରସ୍ତୁତ କରାଗଲେ ଏହାର ସୁଫଳ ମିଳିବ।
-ଜେସସ୍‌ ସାହୁ,ସରପଞ୍ଚ


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?