ତୃଣମୂଳସ୍ତରରେ ପହଞ୍ଚୁ ନାହିଁ ଉନ୍ନୟନ ଯୋଜନା

କେନ୍ଦ୍ରାପଡା ଅଫିସ, ୧ା୪: ରାଜ୍ୟ ସରକାର ୧୯୯୩ ଏପ୍ରିଲ ୧ରେ ଅବିଭକ୍ତ କଟକ ଜିଲାକୁ ଭାଗ କରି କେନ୍ଦ୍ରାପଡ଼ାକୁ ସ୍ବତନ୍ତ୍ର ଜିଲା ମାନ୍ୟତା ପ୍ରଦାନ କରିଥିଲେ। ଏହି ଜିଲା ମାନ୍ୟତାକୁ ଇତିମଧ୍ୟରେ ୨୯ ବର୍ଷ ବିତିବ। ଜିଲା ଗଠନ ପରେ ଏହାର ବିକାଶକୁ ନେଇ ସ୍ବପ୍ନ ଦେଖିଥିବା ଜିଲାବାସୀ ଏବେବି ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇପଡିଛନ୍ତି। ସମସ୍ତଙ୍କ ନିକଟରେ ମୌଳିକ ଆବଶ୍ୟକତା, ସୁବିଧା ଓ ଉନ୍ନୟନ ଯୋଜନା ପହଞ୍ଚତ୍ ପାରିନାହିଁ। କର୍ମନିଯୁକ୍ତି ଏକ ବଡ ସମସ୍ୟା ହୋଇଛି। କୃଷି ଅର୍ଥନୀତିଭିତ୍ତିକ ଜିଲାର ବିକାଶ କ୍ଷେତ୍ରରେ ରାଜ୍ୟର ୨୬ତମ ସ୍ଥାନରେ ରହିଛି। ବିକାଶ ରଥକୁ ଆଗେଇ ନେବାକୁ ନିଯୁକ୍ତ ୪୮ ଜିଲାପାଳଙ୍କ ବଦଳି ଏହାର ଅନ୍ୟତମ କାରଣ ସହ ରାଜନେତା ଓ ପ୍ରଶାସକଙ୍କ ସମନ୍ବୟ ଜରୁରୀ ବୋଲି ମତ ପ୍ରକାଶ ପାଇଛି।
ଏ ସମ୍ପର୍କରେ ବୁଦ୍ଧିଜୀବୀ ରାଧାକାନ୍ତ ମହାନ୍ତି କହିଛନ୍ତି, କେନ୍ଦ୍ରାପଡ଼ା ଜିଲା ସହ ଅବିଭକ୍ତ କଟକ ଜିଲାରୁ ପଡୋଶୀ ଯାଜପୁର ଓ ଜଗତ୍‌ସିଂହପୁର ଜିଲା ଗଠନ ହୋଇଥିଲା। ଏହି ଦୁଇ ପଡୋଶୀ ଜିଲାରେ ରାଜନେତା, ପ୍ରଶାସକଙ୍କ ସମନ୍ବୟରେ ଆର୍ଥିକ ଓ ସାମାଜିକ ବିକାଶ ହେଉଥିବା ବେଳେ କେନ୍ଦ୍ରାପଡ଼ା ଖୁବ୍‌ ପଛରେ ରହିଛି। ଜିଲାରେ ଏବେ ୧୬ ଲକ୍ଷରୁ ଅଧିକ ଅଧିବାସୀ ୧୫୯୨ ରାଜସ୍ବ ଗ୍ରାମରେ ଅଛନ୍ତି। ଦେଶର ସର୍ବପ୍ରଥମ ମ୍ୟୁନିସିପାଲିଟି ଭାବେ କେନ୍ଦ୍ରାପଡ଼ାକୁ ମାନ୍ୟତା ଦିଆଯାଇଛି। ତେବେ ସମସ୍ତଙ୍କ ନିକଟରେ ମୌଳିକ ଆବଶ୍ୟକତା ପହଞ୍ଚତ୍ ପାରିନାହିଁ। ଅଦ୍ୟାବଧି ୧୭ ପଞ୍ଚାୟତକୁ ସଡ଼କ ଯୋଗାଯୋଗ ପଥ ନ ଥିବାରୁ ଦମକଳ ଗାଡି ଓ ଆମ୍ବୁଲାନ୍ସ ସେବା ପହଞ୍ଚତ୍ ପାରିନାହିଁ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଯୋଜନା ସତ୍ତ୍ୱେ କେତେକ ପଡା ଅଞ୍ଚଳକୁ ବିଦ୍ୟୁତ୍‌ ସେବାରୁ ବଞ୍ଚତ୍ତ କରାଯାଇଛି। ଶିକ୍ଷା ଓ ସ୍ବାସ୍ଥ୍ୟ ପରି ମୌଳିକ ଆବଶ୍ୟକତା ପୂରଣ ହୋଇ ପାରୁ ନ ଥିବାରୁ ଜିଲାବାସୀଙ୍କ ସୁଖଦ ସ୍ବପ୍ନ ହଜିଥିବା ସେ ପ୍ରକାଶ କରିଛନ୍ତି। ସାମାଜିକ କର୍ମୀ ଅମରବର ବିଶ୍ୱାଳ କହିଛନ୍ତି, ଶିଳ୍ପ ବିହୀନ ଏହି ଜିଲାରେ କର୍ମନିଯୁକ୍ତି ଏକ ବଡ ସମସ୍ୟା। ୫୭ ହଜାରରୁ ଅଧିକ ବୈଷୟିକ ଡିଗ୍ରୀଧାରୀ କର୍ମ ନିୟୋଜନ କାର୍ଯ୍ୟାଳୟରେ ପଞ୍ଜୀକୃତ ହୋଇଥିଲେ ମଧ୍ୟ ନିଯୁକ୍ତି ମିଳିପାରୁନାହିଁ। ଯୁବବର୍ଗ ଜିଲା ବାହାରେ କର୍ମ ଅନ୍ବେଷଣରେ ଅଛନ୍ତି। ପ୍ରତି ସପ୍ତାହରେ ଦାଦନ ଯନ୍ତ୍ରଣାଜନିତ ଖବର ଜିଲାରେ ପହଞ୍ଚୁଛି। ଏପରିକି କରୋନା ସଂକ୍ରମଣ ସମୟରେ ଜିଲାର ପ୍ରାୟ ୩ ଲକ୍ଷ ଶ୍ରମିକ ପ୍ରବାସରୁ ଫେରିଥିବା ଏକ ବେସରକାରୀ ସଂସ୍ଥାର ସର୍ଭେରୁ ଜଣାପଡିଛି। ନିର୍ବାଚନ ସମୟରେ ବରୁଣେଇ ବନ୍ଦର, ପାୱାର ଥର୍ମାଲ ପ୍ଲାଣ୍ଟ, ନଦୀଭିତ୍ତିକ ବନ୍ଦର, ଶିଳ୍ପ ପ୍ରତିଷ୍ଠା, ଜାତୀୟ ଉଦ୍ୟାନର ସୁରକ୍ଷା, ଐତିହ୍ୟର ପୁନରୁଦ୍ଧାର, ବିଭିନ୍ନ ନଦୀରେ ସେତୁ, ମେଡିକାଲ କଲେଜ, କୃଷି ଭିତ୍ତିକ ଶିଳ୍ପ, କେନ୍ଦ୍ରାପଡ଼ା ବିଶ୍ୱବିଦ୍ୟାଳୟ, ବିଏଡ୍‌ କଲେଜ ଆଦିର ପ୍ରତିଷ୍ଠା ନେଇ ରାଜନେତା ସ୍ବପ୍ନ ଦେଖାଉଥିବା ବେଳେ ଅଦ୍ୟାବଧି ପୂରଣ ହୋଇନାହିଁ। କୃଷି ପାଇଁ ଜଳ ପରିଚାଳନା ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ତେବେ ଏହି ଜିଲାର କୃଷକ ଜଳସେଚନ ଓ ଜଳ ନିଷ୍କାସନ ସମସ୍ୟା ମଧ୍ୟରେ ରହି ଅର୍ଥକରୀ ଫସଲ ଉପତ୍ନ୍ନ କରିପାରୁନାହାନ୍ତି। ସେହିପରି ମଣ୍ଡି ଓ ଶୀତଳଭଣ୍ଡାର, ତାଲିମ ଆଦି କ୍ଷେତ୍ରରେ ଜିଲା ଢେର ପଛୁଆ ଥିବା ସେ ପ୍ରକାଶ କରିଛନ୍ତି। ସାମାଜିକ କର୍ମୀ ମନୋଜ ନାୟକ କହିଛନ୍ତି, ଜାତୀୟ ଉଦ୍ୟାନ ଭିତରକନିକାର ଜଙ୍ଗଲ ଅଞ୍ଚଳ ଏବେ ଅନୁପ୍ରବେଶକାରୀଙ୍କ କବଳରେ ଅଛି। ଏଥିସହ ପାରାଦୀପ-ଚଣ୍ଡିଖୋଲ ରାଜପଥ କେନ୍ଦ୍ରାପଡ଼ା ମଧ୍ୟରେ ୪୫ କି.ମି. ଅଛି। ଏହି ବାଟ ଦେଇ ପରିବହନ ଗାଡି ଧକ୍କାରେ ଜିଲାବାସୀ ମୃତାହତ ହେଉଥିଲେ ମଧ୍ୟ ଜଗତ୍‌ସିଂହପୁର, କେନ୍ଦୁଝର, ଯାଜପୁରର ଶିଳ୍ପ ଓ ଖଣି ଅଞ୍ଚଳରୁ ସିଏସ୍‌ଆର ବାବଦରେ ଟଙ୍କାଟିଏ ମିଳୁନାହିଁ। ଜିଲାର ବିକାଶ ପାଇଁ ରାଜନେତା ଓ ପ୍ରଶାସକଙ୍କର ସମନ୍ବୟ ଜରୁରୀ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?