ଚମକିବ ରାମଚଣ୍ଡୀ ପୀଠ

ଢେଙ୍କାନାଳ ଅଫିସ, ୧୧।୧୧: ଢେଙ୍କାନାଳ ଜିଲାର ଐତିହ୍ୟସମ୍ପନ୍ନ ପୀଠ ଏବଂ ଡ୍ୟାମ୍‌ଗୁଡ଼ିକର ବିକାଶ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଅଣ୍ଟା ଭିଡ଼ିଛି ପର୍ଯ୍ୟଟନ ବିଭାଗ। ଏହି ପରିପ୍ରେକ୍ଷୀରେ ପ୍ରସିଦ୍ଧ ଶକ୍ତିକ୍ଷେତ୍ର ନାଧରା ରାମଚଣ୍ଡୀ ପୀଠ ଏବଂ ଦଦରାଘାଟି ଡ୍ୟାମର ଉନ୍ନତୀକରଣ ଲାଗି ଯୋଜନା ପ୍ରସ୍ତୁତ କରାଯାଇଛି। ଏଥିଲାଗି ଜିଲା ପର୍ଯ୍ୟଟନ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କୁ ୨.୧୭ କୋଟି ଟଙ୍କାର ପ୍ରସ୍ତାବ ଦିଆଯାଇଛି। ପ୍ରସ୍ତାବକୁ ଅନୁମୋଦନ ମିଳିବା ପରେ ପର୍ଯ୍ୟଟନ ଅନୁକୂଳ ବାତାବରଣ ସୃଷ୍ଟି ଲାଗି ଆବଶ୍ୟକ କାର୍ଯ୍ୟ କରାଯିବ ବୋଲି ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି।


ଓଡ଼ାପଡ଼ା ବ୍ଲକ ନାଧରା ଗ୍ରାମ ନିକଟ ବ୍ରାହ୍ମଣୀ ନଦୀ କୂଳରେ ଅବସ୍ଥିତ ମା’ ରାମଚଣ୍ଡୀଙ୍କ ପୀଠ ଜିଲାର ଏକ ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର। ପବିତ୍ର ମକର ସଂକ୍ରାନ୍ତି ଯାତ୍ରାରେ ଏଠାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ। ଶାନ୍ତ ପରିବେଶ ପାଇଁ ଏହି ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଦୀର୍ଘ ବର୍ଷ ହେଲା ପର୍ଯ୍ୟଟକଙ୍କ ପସନ୍ଦର ସ୍ଥାନ ପାଲଟିଛି। ହେଲେ ଆନୁଷଙ୍ଗିକ ଭିତ୍ତିଭୂମି ନ ଥିବାରୁ ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ପୀଠର ବିକାଶ କରିବା ସହିତ ପର୍ଯ୍ୟଟନ ଭିତ୍ତିଭୂମି ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି। ତଦନୁଯାୟୀ ପୀଠ ନିକଟରେ ମହିଳା ଓ ପୁରୁଷଙ୍କ ପାଇଁ ସ୍ବତନ୍ତ୍ର ଗୋଷ୍ଠୀ ଶୌଚାଳୟ, ବିଶ୍ରାମାଗାର, ପାର୍କିଂ ସୁବିଧା, ବଣଭୋଜି ପାଇଁ ପିଣ୍ଡି, ଆପ୍ରୋଚ୍‌ ରୋଡ୍‌ ଆଦି ନିର୍ମାଣ ପାଇଁ ୧ କୋଟି ୧୫ଲକ୍ଷ ଟଙ୍କାର ପ୍ରସ୍ତାବ ଦିଆଯାଇଛି ।

ସେହିପରି ପରଜଙ୍ଗ ବ୍ଲକର ବଣପାହାଡ଼ ଘେରା ଦଦରାଘାଟି ଡ୍ୟାମ ପର୍ଯ୍ୟଟନ ଋତୁରେ ମୁଖରିତ ହୋଇଉଠେ। ଅକ୍ଟୋବରଠାରୁ ବିଦେଶୀ ପକ୍ଷୀଙ୍କ କଳରବରେ ଫାଟି ପଡ଼େ ଜଳଭଣ୍ଡାର। ଡ୍ୟାମ୍‌ ପାଶ୍ୱବର୍ତ୍ତୀ ଅଞ୍ଚଳରେ ହାତୀଙ୍କ ଜଳକ୍ରୀଡ଼ା ଦୃଶ୍ୟ ଯେତିକି ମନୋରମ ସେତିକି ଆନନ୍ଦଦାୟକ। ତେଣୁ ଦଦରାଘାଟି ଡ୍ୟାମ୍‌ରେ ବଣଭୋଜି ଓ ପିକ୍‌ନିକ୍‌ ପାଇଁ ପିଣ୍ଡି, ବିଶ୍ରାମାଗାର, ୱାଚ୍‌ ଟାୱାର, ଟଏଲେଟ୍‌, ପାର୍କିଂ ସେଣ୍ଟର, ଆପ୍ରୋଚ୍‌ ରୋଡ, ବୋରୱେଲ, ଓଭରହେଡ ଟ୍ୟାଙ୍କ ନିର୍ମାଣ କରାଯିବ। ଏଥିଲାଗି ରାଜ୍ୟ ସରକାରଙ୍କୁ ଗତ ଅକ୍ଟୋବରରେ ୧କୋଟି ୨ଲକ୍ଷ ଟଙ୍କାର ପ୍ରସ୍ତାବ ଦିଆଯାଇଛି।
ଅନ୍ୟପଟେ ସପ୍ତଶଯ୍ୟା, କପିଳାସ, ଯୋରନ୍ଦାର ଉନ୍ନତୀକରଣ ପାଇଁ ରାଜ୍ୟ ସରକାର ଏବଂ ପର୍ଯ୍ୟଟନ ବିଭାଗର ଆର୍କିଟେକ୍ଟମାନେ ଆସି ସର୍ଭେ କରି ଯାଇଛନ୍ତି।
ଏ ସଂକ୍ରାନ୍ତରେ ଜିଲା ପର୍ଯ୍ୟଟନ ଅଧିକାରୀ ଜଗଦୀଶ ରାୟ କୁହନ୍ତି, ନାଧରା ମା’ ରାମଚଣ୍ଡୀ ପୀଠ ଏବଂ ଦଦରାଘାଟି ଜଳଭଣ୍ଡାର ପର୍ଯ୍ୟଟନସ୍ଥଳୀର ଉନ୍ନତୀକରଣ ଲାଗି ରାଜ୍ୟ ସରକାରଙ୍କୁ ୨ କୋଟି ୧୭ଲକ୍ଷ ଟଙ୍କାର ପ୍ରସ୍ତାବ ଦିଆଯାଇଛି। ଅନୁମୋଦନ ହୋଇ ଅନୁଦାନ ଆସିଲେ ଆନୁଷଙ୍ଗିକ କାମ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?