ପ୍ରତିଶ୍ରୁତିରେ ଅଟକିଛି ବିକାଶ

ବାଙ୍ଗିରିପୋଷି,୧୧।୨(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକଙ୍କ ସୁବିଧା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁ ଯୋଜନା କାର୍ଯ୍ୟକାରୀ ହେଉଛି। ମାତ୍ର ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ କାଳିଆମି ଗଁାର ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହୋଇଛନ୍ତି। ବ୍ଲକ ସଦର ମହକୁମାଠାରୁ ମାତ୍ର ୪ କି.ମି. ଦୂର ବୁଢ଼ାବଳଙ୍ଗ ନଦୀ କୂଳରେ ଅବସ୍ଥିତ ଏହି ଗଁାର ଲୋକେ ନାନା ସମସ୍ୟା ମଧ୍ୟରେ କାଳ କାଟୁଛନ୍ତି। ନେତା ଓ ଅଧିକାରୀଙ୍କ ପ୍ରତିଶ୍ରୁତିରେ ଏଠାକାର ବିକାଶ ଅଟକି ରହିଛି।
ସାହିରେ ୧୦ଟି ଆଦିବାସୀ ପରିବାର ୭୦ରୁ ଊର୍ଦ୍ଧ୍ୱ ଲୋକ ବସବାସ କରନ୍ତି। କୃଷି ଓ ଦିନ ମଜୁରି ଲାଗି ଗ୍ରାମବାସୀ ଜୀବିକା ନିର୍ବାହ କରିଥାନ୍ତି। ହେଲେ ଲୋକେ ଘରୁ ବାହାରିବା ପାଇଁ ଭଲ ରାସ୍ତାଟିଏ ନାହଁି। ଏହି ଗଁା ପାଖରେ ରହିଛି ବୁଢ଼ାବଳଙ୍ଗ ଓ ବେଢ଼ା ନାଳ ା ଭଲ ରାସ୍ତାଟିଏ ନ ଥିବାରୁ ବର୍ଷା ଦିନେ ଲୋକଙ୍କ ଦୁଃଖ ଦ୍ୱିଗୁଣିତ ହୋଇଥାଏ ା ଦୀର୍ଘ ଦିନ ପରେ ମାଝି ସାହିରେ ଏକ ନଳକୂପ ସ୍ଥାପନ ହୋଇଛି ା ହେଲେ ସେହି ସ୍ଥାନଟି ଖାଲୁଆ ହୋଇ ଥିବାରୁ ବର୍ଷା ଦିନେ ନଳକୂଅଟି ପାଣିରେ ବୁଡ଼ିରୁହେ। ଫଳରେ ଗ୍ରାମବାସୀ ନଳ କୂଅରୁ ପାଣି ନେବା ପାଇଁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ଗଁାରେ ପ୍ରାଥମିକ ବିଦ୍ୟାଳୟ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ପାଖାପାଖି ୨ କି.ମି ଦୂରରେ ଥିବା ଯୋଗୁ ବର୍ଷା ଦିନେ ପିଲାଙ୍କ ପାଠପଢ଼ା ବନ୍ଦ ରହିଥାଏ। ସେହିପରି ଲୋକେ ରୋଗରେ ପଡ଼ିଲେ ଗଁାକୁ ଆମ୍ବୁଲାନ୍ସ ଯାଇପାରେ ନାହିଁ। ଗତ ବର୍ଷ ବାତ୍ୟା ସମୟରେ ପୂର୍ବତନ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାମଦାସ ଟୁଡୁ, ତହସିଲଦାର ଲଲାଟେନ୍ଦୁ ସି, ଜେଇ ସଞ୍ଜୟ କୁମାର ପଢ଼ିହାରୀ ସେହି ସ୍ଥାନକୁ ଯାଇ ନଦୀ କୂଳରେ ଥିବା ପରିବାରକୁ ନିକଟସ୍ଥ ସ୍କୁଲକୁ ସ୍ଥାନାନ୍ତରିତ କରିଥିଲେ। ସେହି ସାହିକୁ ପ୍ରବେଶ ପାଇଁ ରାସ୍ତା ଠିକ୍‌ ନ ଥିବାରୁ ଏକ ନୂତନ ରାସ୍ତା ପାଇଁ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ। ହେଲେ ସମସ୍ତ ପ୍ରତିଶ୍ରୁତି ପ୍ରତିଶ୍ରୁତିରେ ହଁି ରହି ଯାଇଥିବା ଗ୍ରାମବାସୀ କହିଛନ୍ତି। ଅନ୍ୟପେକ୍ଷ ଗ୍ରାମବାସୀମାନେ ଗତ ପଞ୍ଚାୟତ ନିର୍ବାଚନ ସମୟରେ ପ୍ରଚାରରେ ଆସିଥିବା ସମସ୍ତ ଜନପ୍ରତିନିଧିଙ୍କୁ ଏହି ସମସ୍ୟା ସମ୍ପର୍କରେ ଅବଗତ କରିଥିଲେ ମଧ୍ୟ ଜନପ୍ରତିନିଧିମାନେ ଜିତାପଟ ପରେ ସମସ୍ୟା ପ୍ରତି ନଜର ଦେଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି। ଭୋଟ ବେଳେ ନେତାମାନେ ଗଁାକୁ ଆସି ବହୁକଥା କୁହନ୍ତି, ହେଲେ ଆଜି ପର୍ଯ୍ୟନ୍ତ ସମସ୍ୟାର ସମାଧାନ ହୋଇ ପାରୁ ନ ଥିବା ଗ୍ରାମର ଭରତ ମାରାଣ୍ଡି କହିଛନ୍ତି। ଅଧିକାରୀମାନେ ଗଁାକୁ ଆସି ସମସ୍ୟା ବିଷୟରେ ଅବଗତ ହୋଇଥିଲେ ମଧ୍ୟ ଏହାର ସମାଧାନ ପାଇଁ ପଦକ୍ଷେପ ନେଉ ନ ଥିବା ଗ୍ରାମର ପୂର୍ବତନ ଓ୍ବାର୍ଡସଭ୍ୟ ପୂର୍ଣ୍ଣ ମହାଲି ପ୍ରକାଶ କରିଛନ୍ତି। ସେହିପରି ବାରମ୍ବାର ଅଭିଯୋଗ ପରେ ମଧ୍ୟ ପ୍ରଶାସନ ରାସ୍ତା ନିର୍ମାଣ ପ୍ରତି ଧ୍ୟାନ ଦେଉ ନ ଥିବା ଗ୍ରାମର ବାସିନ୍ଦା ରାମଜିତ ମାରାଣ୍ଡି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri