ଗମନାଗମନ ସୁବିଧା ହେଲେ ବିକାଶ ତ୍ୱରାନ୍ବିତ ହେବ: ମନ୍ତ୍ରୀ

ଭଣ୍ଡାରିପୋଖରୀ/ଭଦ୍ରକ ଅଫିସ,୨୪।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଛତାବର-ନିଳୋକ ଓ ଛତାବର-ବଳିଘାଇ ରାସ୍ତାର ନବୀକରଣ ପାଇଁ ଶୁକ୍ରବାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଛତାବର-ବଳିଘାଇ ଚାରିଥାକିଆ ରାସ୍ତାର ୮ କି.ମି. ନିର୍ମାଣ ପାଇଁ ୪୬ କୋଟି ଓ ଛତାବର-ନିଳୋକ ନିମନ୍ତେ ୨୫ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଯୋଗଦେଇ ଦୁଇ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ପରେ ତେସିଙ୍ଗା ପଞ୍ଚାୟତ କୁଲଣା ବାସୁଳାଇ ପଡ଼ିଆଠାରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ମନ୍ତ୍ରୀ ଯୋଗଦେଇ ଗମନାଗମନ ସୁବିଧା ହେଲେ ବିକାଶ ତ୍ୱରାନ୍ବିତ ହେବ ବୋଲି କହିଥିଲେ। ବିଧାୟକଙ୍କ ପ୍ରତିନିଧି ଇଂ. ପ୍ରୟାସକାନ୍ତି ସାମଲଙ୍କ ସଂଯୋଜନା ଓ ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସମ୍ମାନିତ ଅତିଥି ଭାବେ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏବଂ ବିଧାୟକ ପ୍ରଫୁଲ୍ଲ ସାମଲ ବକ୍ତବ୍ୟ ରଖିଥିଲେ। ନିମନ୍ତ୍ରିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ସୁମତି ସେଠୀ, ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼ାଇ, ଉପାଧ୍ୟକ୍ଷ ପ୍ରଣୀତକାନ୍ତି ସାମଲ, ସରପଞ୍ଚ ଧନେଶ୍ୱର ଖୁଣ୍ଟିଆ, ଜିଲା ପରିଷଦ ସଭ୍ୟ ଲକ୍ଷ୍ମୀଧର ସାହୁ, ବଦ୍ରି ନାରାୟଣ ରାଉତ, ନାଆମୀ ସେବା ସମବାୟ ସମିତି ସଭାପତି ଦୀପ୍ତିସୂର୍ଯ୍ୟ ବିଶ୍ୱାଳ, ପ୍ରାକ୍ତନ ସରପଞ୍ଚ ରଘୁନାଥ ଦାସ ପ୍ରମୁଖ ଯୋଗ ଦେଇଥିଲେ। ପୂର୍ତ୍ତ ବିଭାଗ ପକ୍ଷରୁ ମୁଖ୍ୟ ନିର୍ବାହୀ ଯନ୍ତ୍ରୀ ରଥାଙ୍ଗଧର ରାଉତ, ପରମାନନ୍ଦ ବେହେରା, ସହକାରୀ ଯନ୍ତ୍ରୀ ଅମ୍ବିକା ବଲ୍ଲବ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଏମ୍‌ପି ପ୍ରତିନିଧି ଲଳିତ କୁମାର ରାଉତ ଆଭିମୁଖ୍ୟ ପ୍ରଦାନ କରିଥିବା ବେଳେ ଦିନେଶ ସାହୁ ଧନ୍ୟବାଦ ଦେଇଥିଲେ।
ସେହିପରି ମନ୍ତ୍ରୀ ଭଦ୍ରକ-କୋଠାର-ଆରଡ଼ି ରାସ୍ତାର ଉନ୍ନତୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିପାଇଁ ୪୦କୋଟି ଟଙ୍କା ବ୍ୟୟ ଅଟକଳ ମଞ୍ଜୁର ହୋଇଛି। ଏମ୍‌ପି ମଣ୍ଡଳ, ବିଧାୟକ ସାମଲ, ସଞ୍ଜୀବ କୁମାର ମଲ୍ଲିକ, ଜିଲା ଯୋଜନା କମିଟି ସଭାପତି ତଥା ବିଧାୟକ ବ୍ୟୋମକେଶ ରାୟ, ଜିଲା ପରିଷଦ ଅଧ୍ୟକ୍ଷ ଜେନା, ଜିଲା ବିଜେଡି ସଭାପତି ଜଗନ୍ନାଥ ସ୍ବାଇଁ, ବ୍ଲକ ଅଧ୍ୟକ୍ଷା ଉର୍ମିଳା ନାୟକ, ପୂର୍ବତନ ତିହିଡ଼ି ବ୍ଲକ ଅଧ୍ୟକ୍ଷା ବିଦ୍ୟୁତ୍‌ଲତା ନାୟକ ପ୍ରମୁଖ ଯୋଗ ଦେଇଥିଲେ। ଜିଲା ଉପସଭାପତି ମଳୟ କୁମାର ଜେନା କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri