୬ମାସ ହେବ ଉନ୍ନୟନମୂଳକ କାର୍ଯ୍ୟ ଠପ୍‌

ରଘୁନାଥପୁର,୧ା୩(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ କାର୍ଯ୍ୟାଳୟରେ ଯନ୍ତ୍ରୀ ଓ କର୍ମଚାରୀଙ୍କ ଅସହଯୋଗ ଯୋଗୁ କାର୍ଯ୍ୟରେ ଅଚଳାବସ୍ଥା ଲାଗିରହିଛି। ଫଳରେ ଗତ ୬ମାସ ତଳୁ ଆରମ୍ଭ ହୋଇଥିବା ବିଭିନ୍ନ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟରେ ଅଗ୍ରଗତି ହୋଇପାରୁନାହିଁ। ଏହାବାଦ୍‌ ଦୀର୍ଘଦିନ ଧରି ଠିକାଦାରମାନେ କାର୍ଯ୍ୟ କରି ବିଲ୍‌ ପାଇନଥିବାରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସେହିପରି ବାୟୋମେଟ୍ରିକ ଫିଙ୍ଗରପ୍ରିଣ୍ଟ ସିଷ୍ଟମ ନ ଥିବାରୁ କେତେକ କର୍ମଚାରୀ ବିଳମ୍ବରେ ଆସି ଶୀଘ୍ର ପଳାଇ ଯାଉଥିବା ଅଭିଯୋଗ ହୋଇଛି। ଗତବର୍ଷ ରଘୁନାଥପୁର ବ୍ଲକରେ ଆମ ଗଁା ଆମ ବିକାଶ ଯୋଜନାରେ ୧ କୋଟି ୬୨ ଲକ୍ଷ ଟଙ୍କାର ଦୁର୍ନୀତି ନେଇ ପୋଲିସ ସହକାରୀ ଯନ୍ତ୍ରୀଙ୍କୁ ଗିରଫ କରିଥିଲା। ଏହି ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ତେବେ ଏହାର ପ୍ରଭାବ ସିଧାସଳଖ ଲୋକଙ୍କ ଉପରେ ପଡ଼ିଛି। ଯନ୍ତ୍ରୀମାନେ କାମ କରିବା ପାଇଁ ଅନିଚ୍ଛା ପ୍ରକାଶ କରୁଥିବା ଅଭିଯୋଗ ହେଉଛି। ପୂର୍ବରୁ ହୋଇଥିବା କାର୍ଯ୍ୟର ବିଲ୍‌ କରିବା ପାଇଁ ମଧ୍ୟ ସେମାନେ ସମୟ ଗଡ଼ାଇ ଚାଲିଛନ୍ତି। ବ୍ଲକର କ୍ୟାଶ ସେକ୍ସନରେ ମୋଟା ଅଙ୍କର କାରବାର ନ ହେଲେ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ପାଖରୁ ଫାଇଲ ଅନ୍ୟ ଟେବୁଲକୁ ଯାଉନି ବୋଲି ଗୁରୁତର ଅଭିଯୋଗ ହେଉଛି। ବିଭିନ୍ନ କାରଣରୁ ବ୍ଲକରେ ଅଚଳାବସ୍ଥା ଲାଗି ରହିଥିବାବେଳେ ବିଡିଓ ଲମ୍ବୋଦର ଖୁଣ୍ଟିଆ ନିଜର ଅସହାୟତା ପ୍ରକାଶ କରିବା ସହ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ବାରମ୍ବାର ବୈଠକ କରି କର୍ମଚାରୀଙ୍କୁ ତାଗିଦ କରି ଚାଲିଥିବା କହିଛନ୍ତି। କାର୍ଯ୍ୟରେ ବ୍ୟବହୃତ ସାମଗ୍ରୀର ଭାଉଚର ଦେଇପାରୁନଥିବାରୁ ବିଲ୍‌ ହେବାରେ ବିଳମ୍ବ ଘଟୁଛି ବୋଲି ସହକାରୀ ଯନ୍ତ୍ରୀ ସର୍ପିଲ ପ୍ରଧାନ କହିଛନ୍ତି। ତୁରନ୍ତ ବ୍ଲକରେ ବାୟୋମେଟ୍ରିକ ପଦ୍ଧତି ବ୍ୟବସ୍ଥା କରାଯିବା ସହ ଉନ୍ନୟନମୂଳକ କାର୍ଯ୍ୟରେ ଅଗ୍ରଗତି ଓ ଦୀର୍ଘଦିନରୁ ପଡିରହିଥିବା କାର୍ଯ୍ୟର ବିଲ୍‌ଗୁଡିକ ଦେବା ପାଇଁ ଅଞ୍ଚଳବାସୀ ନିର୍ବାହୀ ଅଧିକାରୀ ଜିଲାପରିଷଦ ଓ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri