Posted inଜାତୀୟ

ବାଜି ମାରିନେଲା ଭାଜପା: ଫଡ୍‌ନବିସ୍‌ ରଖିଲେ ବଡ ବିଭାଗ, ଅଜିତଙ୍କୁ ଅର୍ଥ, ଶିନ୍ଦେଙ୍କୁ ସହରାଞ୍ଚଳ ବିକାଶ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଶନିବାର ତାଙ୍କ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜ ପାଖରେ ଗୃହ ବିଭାଗ ସହ ଆଇନ ଓ ନ୍ୟାୟ ବିଭାଗ ରଖିଥିବାବେଳେ ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ସହରାଞ୍ଚଳ ବିକାଶ, ଗୃହ ନିର୍ମାଣ ଏବଂ ପୂର୍ତ୍ତ ବିଭାଗ ଦେଇଛନ୍ତି। ଅନ୍ୟତମ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କୁ ଅର୍ଥ ସହିତ ଯୋଜନା ଓ ଅବକାରୀ ବିଭାଗ ମିଳିଛି। ଫଡ୍‌ନବିସ୍‌ଙ୍କ ପାଖରେ ଶକ୍ତି (ଅକ୍ଷୟ ଶକ୍ତି ବ୍ୟତୀତ), ସାଧାରଣ ପ୍ରଶାସନ, ସୂଚନା ଓ ପ୍ରଚାର ପ୍ରସାର ବିଭାଗ ମଧ୍ୟ ରହିଛି।

ବିଭାଗ ଘୋଷଣା ପରେ ସପ୍ତାହେରୁ ଉର୍ଦ୍ଧ୍ୱ ସମୟ ଧରି ଲାଗିରହିଥିବା କଳ୍ପନାଜଳ୍ପନାର ଅବସାନ ଘଟିଛି। ଶିବସେନା ପୂର୍ବରୁ ଗୃହ ବିଭାଗ ଦାବି କରୁଥିବାବେଳେ ଭାଜପା ଏହାକୁ ଅଗ୍ରାହ୍ୟ କରିଦେଇଥିଲା। ଡିସେମ୍ବର ୧୫ରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରାଯାଇ ଭାଜପାରୁ ୧୯, ଶିବସେନାରୁ ୧୧ ଏବଂ ଏନ୍‌ସିପରୁ ୯ ଜଣଙ୍କୁ ମନ୍ତ୍ରୀ କରାଯାଇଥିଲା। ଫଡ୍‌ନବିସ୍‌ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ଡିସେମ୍ବର ୫ରେ ଶପଥ ନେଇଥିଲେ। ତେବେ ଆଭ୍ୟନ୍ତରୀଣ ଅସହମତି ଯୋଗୁ ବିଭାଗ ଚୂଡ଼ାନ୍ତ କରିବା ବିଳମ୍ବିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri