Posted inଜାତୀୟ

ବାଜି ମାରିନେଲା ଭାଜପା: ଫଡ୍‌ନବିସ୍‌ ରଖିଲେ ବଡ ବିଭାଗ, ଅଜିତଙ୍କୁ ଅର୍ଥ, ଶିନ୍ଦେଙ୍କୁ ସହରାଞ୍ଚଳ ବିକାଶ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଶନିବାର ତାଙ୍କ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜ ପାଖରେ ଗୃହ ବିଭାଗ ସହ ଆଇନ ଓ ନ୍ୟାୟ ବିଭାଗ ରଖିଥିବାବେଳେ ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ସହରାଞ୍ଚଳ ବିକାଶ, ଗୃହ ନିର୍ମାଣ ଏବଂ ପୂର୍ତ୍ତ ବିଭାଗ ଦେଇଛନ୍ତି। ଅନ୍ୟତମ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କୁ ଅର୍ଥ ସହିତ ଯୋଜନା ଓ ଅବକାରୀ ବିଭାଗ ମିଳିଛି। ଫଡ୍‌ନବିସ୍‌ଙ୍କ ପାଖରେ ଶକ୍ତି (ଅକ୍ଷୟ ଶକ୍ତି ବ୍ୟତୀତ), ସାଧାରଣ ପ୍ରଶାସନ, ସୂଚନା ଓ ପ୍ରଚାର ପ୍ରସାର ବିଭାଗ ମଧ୍ୟ ରହିଛି।

ବିଭାଗ ଘୋଷଣା ପରେ ସପ୍ତାହେରୁ ଉର୍ଦ୍ଧ୍ୱ ସମୟ ଧରି ଲାଗିରହିଥିବା କଳ୍ପନାଜଳ୍ପନାର ଅବସାନ ଘଟିଛି। ଶିବସେନା ପୂର୍ବରୁ ଗୃହ ବିଭାଗ ଦାବି କରୁଥିବାବେଳେ ଭାଜପା ଏହାକୁ ଅଗ୍ରାହ୍ୟ କରିଦେଇଥିଲା। ଡିସେମ୍ବର ୧୫ରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରାଯାଇ ଭାଜପାରୁ ୧୯, ଶିବସେନାରୁ ୧୧ ଏବଂ ଏନ୍‌ସିପରୁ ୯ ଜଣଙ୍କୁ ମନ୍ତ୍ରୀ କରାଯାଇଥିଲା। ଫଡ୍‌ନବିସ୍‌ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ଡିସେମ୍ବର ୫ରେ ଶପଥ ନେଇଥିଲେ। ତେବେ ଆଭ୍ୟନ୍ତରୀଣ ଅସହମତି ଯୋଗୁ ବିଭାଗ ଚୂଡ଼ାନ୍ତ କରିବା ବିଳମ୍ବିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା...

୨୦୨୬ରେ ଏହି ୫ଟି ଚାକିରିର ବଢିଯିବ ଡିମାଣ୍ଡ, ମିଳିବ ମୋଟା ଅଙ୍କର ଦରମା!

ନୂଆଦିଲ୍ଲୀ,୨୦।୧୨: ଯଦି ଆପଣ ଆଗାମୀ ବର୍ଷରେ ଆପଣଙ୍କ କ୍ୟାରିଅରକୁ ନୂତନ ଶିଖରରେ ପହଞ୍ଚାଇବାକୁ ଚାହାଁନ୍ତି, ତେବେ 2026 ଆପଣଙ୍କ ପାଇଁ ଏକ ବଡ଼ ସୁଯୋଗ ଆଣିଦେବ।...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

ବାଂଲାଦେଶ ହିଂସାକୁ ନେଇ ବଡ଼ ଚେତାବନୀ ଦେଲେ ଶଶି ଥରୁର! କହିଲେ ଏହା ଭାରତ ପାଇଁ…

ନୂଆଦିଲ୍ଲୀ,୨୦।୧୨: ବରିଷ୍ଠ କଂଗ୍ରେସ ନେତା ଏବଂ ବୈଦେଶିକ ବ୍ୟାପାର ସଂସଦୀୟ ସ୍ଥାୟୀ କମିଟିର ଅଧ୍ୟକ୍ଷ ଶଶି ଥରୁର ବାଂଲାଦେଶରେ ବଢୁଥିବା ରାଜନୈତିକ ସଙ୍କଟ ସମ୍ପର୍କରେ କଡ଼ା...

ଇମ୍ରାନଙ୍କ ସହ ସ୍ତ୍ରୀଙ୍କୁ ୧୭ ବର୍ଷ ଜେଲ୍‌, ଏହି କାରଣ ପାଇଁ କୋର୍ଟ…

ଇସଲାମାବାଦ,୨୦ା୧୨: ତୋଶାଖାନା-୨ ମାମଲାରେ ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଏବଂ ପିଟିଆଇ ପ୍ରତିଷ୍ଠାତା ଇମ୍ରାନ ଖାନ ଏବଂ ତାଙ୍କ ସ୍ତ୍ରୀ ବୁଶ୍‌ରା ବିବିଙ୍କୁ ୧୭ ବର୍ଷ ଜେଲ୍‌ଦଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri