Posted inଜାତୀୟ

ଦେବେନ୍ଦ୍ର ଫଡ଼ନାଭିସଙ୍କ ଶପଥ ଗ୍ରହଣର ଗେଷ୍ଟ ଲିଷ୍ଟ ଆସିଲା ସାମ୍ନାକୁ, ମୋଦି ଶାହାଙ୍କ ସମେତ ଜାଣନ୍ତୁ କିଏ କିଏ ହେବେ ସାମିଲ

ମୁମ୍ବାଇ,୫।୧୨: ମହାରାଷ୍ଟ୍ର ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ ନୂତନ ସରକାର ଗଠନ ପାଇଁ ବରିଷ୍ଠ ଭାଜପା ନେତା ଦେବେନ୍ଦ୍ର ଫଡନାଭିସଙ୍କୁ ଆମନ୍ତ୍ରଣ କରିଛନ୍ତି। ସେ ଗୁରୁବାର ରାଜ୍ୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଦକ୍ଷିଣ ମୁମ୍ବାଇର ଆଜାଦ ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଆୟୋଜିତ ହେବାକୁ ଥିବା ଏକ ଉତ୍ସବରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାର ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିବେ।
ଶପଥ ଗ୍ରହଣ ସମାରୋହ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି କରାଯାଇଛି। ସେଠାରେ ଦୃଢ ସୁରକ୍ଷା ବ୍ୟବସ୍ଥା ଅଛି। ଏଥି ସହିତ ଅତିଥି ତାଲିକା ମଧ୍ୟ ପ୍ରସ୍ତୁତ କରାଯାଇଛି। ତାଙ୍କ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ୟତୀତ ‘ଲାଡକି ବହନ’ ଯୋଜନାର ୧୦୦୦ ହିତାଧିକାରୀଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।

ଶପଥ ଗ୍ରହଣ ସମାରୋହରେ ପ୍ରାୟ ୪୨,୦୦୦ ଲୋକ ଯୋଗଦେବେ ବୋଲି ଭାଜପା ନେତା ପ୍ରସାଦ ଲାଡ କହିଛନ୍ତି। ସେ କହିଛନ୍ତି, ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି, ନଅରୁ ଦଶ କେନ୍ଦ୍ର ମନ୍ତ୍ରୀ ଏବଂ ୧୯ ଜଣ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଯୋଗଦେବେ। ସେ କହିଛନ୍ତି ୪୦,୦୦୦ ଭାଜପା ସମର୍ଥକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ଏବଂ ବିଭିନ୍ନ ଧର୍ମର ନେତାଙ୍କ ସମେତ ୨,୦୦୦ ଭିଆଇପିଙ୍କ ପାଇଁ ଅଲଗା ଆସନ ବ୍ୟବସ୍ଥା କରାଯାଇଛି।

ଏହି ଅତିଥିମାନେ ସମାରୋହରେ ଯୋଗଦେବେ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା
ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଏନଡିଏର ମୁଖ୍ୟମନ୍ତ୍ରୀ / ଉପ-ମୁଖ୍ୟମନ୍ତ୍ରୀମାନେ
କେନ୍ଦ୍ର ମନ୍ତ୍ରୀ
ସାଧୁ ଓ ସନ୍ଥମାନେ
‘ଲାଡଲି ବେହନା’ ଯୋଜନାର ୧,୦୦୦ ହିତାଧିକାରୀ ମହିଳା
କୃଷକ ହିତାଧିକାରୀ
ଶିଳ୍ପ, ମନୋରଞ୍ଜନ, ଶିକ୍ଷା ଏବଂ ସାହିତ୍ୟ ଜଗତରୁ ଜଣାଶୁଣା ବ୍ୟକ୍ତିତ୍ୱ
ମହାୟୁତି- ଭଜେପା, ଶିବସେନା ଏବଂ ଏନସିପିର ସମସ୍ତ ଗଠିତ ଦଳର କର୍ମୀ।

ଜଣେ ଅଧିକାରୀ କହିଛନ୍ତି ଯେ ଶପଥ ଗ୍ରହଣ ସମାରୋହରେ ସୁରକ୍ଷା ପାଇଁ ୪,୦୦୦ରୁ ଅଧିକ ପୋଲିସ ନିୟୋଜିତ ହୋଇଛନ୍ତି। ଅଧିକାରୀ କହିଛନ୍ତି ଯେ ସୁରକ୍ଷା ବ୍ୟବସ୍ଥା ପାଇଁ ଅତି କମରେ ୩,୫୦୦ ପୋଲିସ କର୍ମଚାରୀ ଏବଂ ୫୨୦ଅଧିକାରୀ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri