Posted inଜାତୀୟ

ଦେବେନ୍ଦ୍ର ଫଡ଼ନାଭିସଙ୍କ ଶପଥ ଗ୍ରହଣର ଗେଷ୍ଟ ଲିଷ୍ଟ ଆସିଲା ସାମ୍ନାକୁ, ମୋଦି ଶାହାଙ୍କ ସମେତ ଜାଣନ୍ତୁ କିଏ କିଏ ହେବେ ସାମିଲ

ମୁମ୍ବାଇ,୫।୧୨: ମହାରାଷ୍ଟ୍ର ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ ନୂତନ ସରକାର ଗଠନ ପାଇଁ ବରିଷ୍ଠ ଭାଜପା ନେତା ଦେବେନ୍ଦ୍ର ଫଡନାଭିସଙ୍କୁ ଆମନ୍ତ୍ରଣ କରିଛନ୍ତି। ସେ ଗୁରୁବାର ରାଜ୍ୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଦକ୍ଷିଣ ମୁମ୍ବାଇର ଆଜାଦ ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଆୟୋଜିତ ହେବାକୁ ଥିବା ଏକ ଉତ୍ସବରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାର ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିବେ।
ଶପଥ ଗ୍ରହଣ ସମାରୋହ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି କରାଯାଇଛି। ସେଠାରେ ଦୃଢ ସୁରକ୍ଷା ବ୍ୟବସ୍ଥା ଅଛି। ଏଥି ସହିତ ଅତିଥି ତାଲିକା ମଧ୍ୟ ପ୍ରସ୍ତୁତ କରାଯାଇଛି। ତାଙ୍କ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ୟତୀତ ‘ଲାଡକି ବହନ’ ଯୋଜନାର ୧୦୦୦ ହିତାଧିକାରୀଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।

ଶପଥ ଗ୍ରହଣ ସମାରୋହରେ ପ୍ରାୟ ୪୨,୦୦୦ ଲୋକ ଯୋଗଦେବେ ବୋଲି ଭାଜପା ନେତା ପ୍ରସାଦ ଲାଡ କହିଛନ୍ତି। ସେ କହିଛନ୍ତି, ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି, ନଅରୁ ଦଶ କେନ୍ଦ୍ର ମନ୍ତ୍ରୀ ଏବଂ ୧୯ ଜଣ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଯୋଗଦେବେ। ସେ କହିଛନ୍ତି ୪୦,୦୦୦ ଭାଜପା ସମର୍ଥକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ଏବଂ ବିଭିନ୍ନ ଧର୍ମର ନେତାଙ୍କ ସମେତ ୨,୦୦୦ ଭିଆଇପିଙ୍କ ପାଇଁ ଅଲଗା ଆସନ ବ୍ୟବସ୍ଥା କରାଯାଇଛି।

ଏହି ଅତିଥିମାନେ ସମାରୋହରେ ଯୋଗଦେବେ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା
ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଏନଡିଏର ମୁଖ୍ୟମନ୍ତ୍ରୀ / ଉପ-ମୁଖ୍ୟମନ୍ତ୍ରୀମାନେ
କେନ୍ଦ୍ର ମନ୍ତ୍ରୀ
ସାଧୁ ଓ ସନ୍ଥମାନେ
‘ଲାଡଲି ବେହନା’ ଯୋଜନାର ୧,୦୦୦ ହିତାଧିକାରୀ ମହିଳା
କୃଷକ ହିତାଧିକାରୀ
ଶିଳ୍ପ, ମନୋରଞ୍ଜନ, ଶିକ୍ଷା ଏବଂ ସାହିତ୍ୟ ଜଗତରୁ ଜଣାଶୁଣା ବ୍ୟକ୍ତିତ୍ୱ
ମହାୟୁତି- ଭଜେପା, ଶିବସେନା ଏବଂ ଏନସିପିର ସମସ୍ତ ଗଠିତ ଦଳର କର୍ମୀ।

ଜଣେ ଅଧିକାରୀ କହିଛନ୍ତି ଯେ ଶପଥ ଗ୍ରହଣ ସମାରୋହରେ ସୁରକ୍ଷା ପାଇଁ ୪,୦୦୦ରୁ ଅଧିକ ପୋଲିସ ନିୟୋଜିତ ହୋଇଛନ୍ତି। ଅଧିକାରୀ କହିଛନ୍ତି ଯେ ସୁରକ୍ଷା ବ୍ୟବସ୍ଥା ପାଇଁ ଅତି କମରେ ୩,୫୦୦ ପୋଲିସ କର୍ମଚାରୀ ଏବଂ ୫୨୦ଅଧିକାରୀ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?