ଓଡ଼ିଶାର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, (ବ୍ୟୁରୋ)/ ସୋନପୁର,୧୩।୨(ନି.ପ୍ର.): ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର କୁମାର ମିଶ୍ରଙ୍କ ଶନିବାର ପରଲୋକ ହୋଇଯାଇଛି। ସେ କୋଭିଡ୍‌ରେ ସଂକ୍ରମିତ ଥିଲେ। ସୁସ୍ଥ ହେବାର କିଛିଦିନ ପରେ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ରାଜ୍ୟ ସରକାରଙ୍କ ଦ୍ୱାରା ୧୯୯୪ ମସିହାରେ ରାଜ୍ୟ ନିର୍ବାଚନ ଆୟୋଗ ଗଠନ କରାଯାଇଥିଲା। ଦେବେନ୍ଦ୍ର ମିଶ୍ରଙ୍କୁ ପ୍ରଥମ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରାଯାଇଥିଲା। ଉକ୍ତ ବର୍ଷ ମେ’ ୨୭ରେ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ସାମ୍ବିଧାନିକ ବିଧିବ୍ୟବସ୍ଥା ସହ ନିର୍ବାଚନ ଆୟୋଗ ପାଇଁ ସ୍ବର୍ଗତ ମିଶ୍ର ଅନେକ ନିୟମ ତିଆରି କରିଥିଲେ। ଏଥିସହ ନିର୍ବାଚନ ପରିଚାଳନା ଓ ନିର୍ବାଚନ ଆୟୋଗର ଭିତ୍ତିଭୂମି ସୁଦୃଢ଼ କରିବା ଦିଗରେ ବ୍ୟାପକ ପଦକ୍ଷେପ ଗ୍ରହଣ କରିଥିଲେ। ସୋନପୁର ସହର ଘୋଡ଼ାଘାଟପଡ଼ାର ବାସିନ୍ଦା ସ୍ବର୍ଗତ ମିଶ୍ର ରାଜ୍ୟ ପ୍ରଶାସନରେ ଥିବାବେଳେ ପଶ୍ଚିମ ଓଡ଼ିଶାର ସ୍ବାର୍ଥରକ୍ଷା ପାଇଁ ବ୍ୟକ୍ତିଗତ ତଥା ସାମୂହିକ ଭାବରେ ଅନେକ କାର୍ଯ୍ୟ କରିଥିଲେ। ସୋନପୁର ମହାନଦୀ ସାହିତ୍ୟ ସଂସଦ, ଜିଲା କ୍ରିକେଟ୍‌ ସଂଘ ଓ ଇନଟାକ୍‌ ଭଳି ଅନୁଷ୍ଠାନ ସହିତ ସେ ଦୀର୍ଘବର୍ଷ ଧରି ଜଡ଼ିତ ଥିଲେ। ୩ ଭଉଣୀ ଓ ୭ ଭାଇ ମଧ୍ୟରେ ଦେବେନ୍ଦ୍ର ହେଉଛନ୍ତି ମଝିଆ। ଭୁବନେଶ୍ୱର ଶହୀଦନଗରସ୍ଥିତ ବାସଭବନରେ ପରିବାର ସହ ରହୁଥିଲେ। ଏକମାତ୍ର ପୁତ୍ର ଅସିତ ରଞ୍ଜନ ମିଶ୍ର ମୃତ୍ୟୁ ଶଯ୍ୟା ନିକଟରେ ଉପସ୍ଥିତ ଥିଲେ। ରବିବାର ଭୁବନେଶ୍ୱର ସତ୍ୟନଗରସ୍ଥିତ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ପରିବାର ସୂତ୍ରରୁ ପ୍ରକାଶ ପାଇଛି। ଦେବେନ୍ଦ୍ରଙ୍କ ମୃତ୍ୟୁରେ ସୁବର୍ଣ୍ଣପୁର ଜିଲାରେ ଶୋକର ଛାୟା ଖେଳିଯାଇଛି। ଏନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ନିର୍ବାଚନ ଆୟୋଗର ସଚିବ ରବୀନ୍ଦ୍ରନାଥ ସାହୁ, ସ୍ବତନ୍ତ୍ର ସଚିବ ରଘୁରାମ ଆର୍‌. ଆୟାର, ଉପସଚିବ ଆଜାଦ୍‌ହିନ୍ଦ ପାଣିଗ୍ରାହୀ, ଆଇନ ଅଧିକାରୀ ମାଧୁରୀ ମିଶ୍ରଙ୍କ ସମେତ ଆୟୋଗର ସମସ୍ତ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri