ଓଡ଼ିଶାର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, (ବ୍ୟୁରୋ)/ ସୋନପୁର,୧୩।୨(ନି.ପ୍ର.): ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର କୁମାର ମିଶ୍ରଙ୍କ ଶନିବାର ପରଲୋକ ହୋଇଯାଇଛି। ସେ କୋଭିଡ୍‌ରେ ସଂକ୍ରମିତ ଥିଲେ। ସୁସ୍ଥ ହେବାର କିଛିଦିନ ପରେ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ରାଜ୍ୟ ସରକାରଙ୍କ ଦ୍ୱାରା ୧୯୯୪ ମସିହାରେ ରାଜ୍ୟ ନିର୍ବାଚନ ଆୟୋଗ ଗଠନ କରାଯାଇଥିଲା। ଦେବେନ୍ଦ୍ର ମିଶ୍ରଙ୍କୁ ପ୍ରଥମ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରାଯାଇଥିଲା। ଉକ୍ତ ବର୍ଷ ମେ’ ୨୭ରେ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ସାମ୍ବିଧାନିକ ବିଧିବ୍ୟବସ୍ଥା ସହ ନିର୍ବାଚନ ଆୟୋଗ ପାଇଁ ସ୍ବର୍ଗତ ମିଶ୍ର ଅନେକ ନିୟମ ତିଆରି କରିଥିଲେ। ଏଥିସହ ନିର୍ବାଚନ ପରିଚାଳନା ଓ ନିର୍ବାଚନ ଆୟୋଗର ଭିତ୍ତିଭୂମି ସୁଦୃଢ଼ କରିବା ଦିଗରେ ବ୍ୟାପକ ପଦକ୍ଷେପ ଗ୍ରହଣ କରିଥିଲେ। ସୋନପୁର ସହର ଘୋଡ଼ାଘାଟପଡ଼ାର ବାସିନ୍ଦା ସ୍ବର୍ଗତ ମିଶ୍ର ରାଜ୍ୟ ପ୍ରଶାସନରେ ଥିବାବେଳେ ପଶ୍ଚିମ ଓଡ଼ିଶାର ସ୍ବାର୍ଥରକ୍ଷା ପାଇଁ ବ୍ୟକ୍ତିଗତ ତଥା ସାମୂହିକ ଭାବରେ ଅନେକ କାର୍ଯ୍ୟ କରିଥିଲେ। ସୋନପୁର ମହାନଦୀ ସାହିତ୍ୟ ସଂସଦ, ଜିଲା କ୍ରିକେଟ୍‌ ସଂଘ ଓ ଇନଟାକ୍‌ ଭଳି ଅନୁଷ୍ଠାନ ସହିତ ସେ ଦୀର୍ଘବର୍ଷ ଧରି ଜଡ଼ିତ ଥିଲେ। ୩ ଭଉଣୀ ଓ ୭ ଭାଇ ମଧ୍ୟରେ ଦେବେନ୍ଦ୍ର ହେଉଛନ୍ତି ମଝିଆ। ଭୁବନେଶ୍ୱର ଶହୀଦନଗରସ୍ଥିତ ବାସଭବନରେ ପରିବାର ସହ ରହୁଥିଲେ। ଏକମାତ୍ର ପୁତ୍ର ଅସିତ ରଞ୍ଜନ ମିଶ୍ର ମୃତ୍ୟୁ ଶଯ୍ୟା ନିକଟରେ ଉପସ୍ଥିତ ଥିଲେ। ରବିବାର ଭୁବନେଶ୍ୱର ସତ୍ୟନଗରସ୍ଥିତ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ପରିବାର ସୂତ୍ରରୁ ପ୍ରକାଶ ପାଇଛି। ଦେବେନ୍ଦ୍ରଙ୍କ ମୃତ୍ୟୁରେ ସୁବର୍ଣ୍ଣପୁର ଜିଲାରେ ଶୋକର ଛାୟା ଖେଳିଯାଇଛି। ଏନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ନିର୍ବାଚନ ଆୟୋଗର ସଚିବ ରବୀନ୍ଦ୍ରନାଥ ସାହୁ, ସ୍ବତନ୍ତ୍ର ସଚିବ ରଘୁରାମ ଆର୍‌. ଆୟାର, ଉପସଚିବ ଆଜାଦ୍‌ହିନ୍ଦ ପାଣିଗ୍ରାହୀ, ଆଇନ ଅଧିକାରୀ ମାଧୁରୀ ମିଶ୍ରଙ୍କ ସମେତ ଆୟୋଗର ସମସ୍ତ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri