ଶେଷ ଯାତ୍ରାରେ ଦେବେନ୍ଦ୍ର

ଭୁବନେଶ୍ୱର,୧୮।୩: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ୮୪ ବର୍ଷ ବୟସରେ ସୋମବାର ପରଲୋକ ହୋଇଯାଇଛି। ମଙ୍ଗଳବାର ପଞ୍ଚଭୂତରେ ବିଲୀନ ହେବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର। ପୁରୀ ସ୍ବର୍ଗଦ୍ବାରରେ ସମ୍ପନ୍ନ ହେବ ଦେବେନ୍ଦ୍ରଙ୍କ ଶେଷକୃତ୍ୟ। ଏନେଇ ଭୁବନେଶ୍ବରରୁ ପୁରୀ ଅଭିମୁଖେ ବାହାରିଛି ପାର୍ଥିବ ଶରୀର। ଶେଷ ଯାତ୍ରାରେ ସାମିଲ ହୋଇଛନ୍ତି ବହୁ ମାନ୍ୟଗଣ୍ୟ ବ୍ୟକ୍ତି।

ଦେବେନ୍ଦ୍ର ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ନୂଆଦିଲ୍ଲୀ ସ୍ଥିତ ଧର୍ମେନ୍ଦ୍ର ପ୍ରଧାନଙ୍କ ସରକାରୀ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ଦେହାନ୍ତ ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ, କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କ ସମେତ ବହୁ ନେତା ତାଙ୍କ ଶେଷ ଦର୍ଶନ କରିଥିଲେ।

ପ୍ରଧାନମନ୍ତ୍ରୀ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଉଲ୍ଲେଖ କରିଛନ୍ତି, ଦେବେନ୍ଦ୍ର ପ୍ରଧାନ ପରିଶ୍ରମୀ ଏବଂ ନମ୍ର ନେତା ଭାବେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଓ଼ଡିଶାରେ ଭାଜପାକୁ ମଜଭୁତ କରିବା ଲାଗି ସେ ଅନେକ ପ୍ରୟାସ କରିଥିଲେ।

ସ୍ବର୍ଗତ ପ୍ରଧାନଙ୍କ ମରଶରୀର ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ସୋମବାର ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବା ପରେ ତାଙ୍କ ଶେଷ ଦର୍ଶନ ଲାଗି ସେଠାରେ ଦଳମତ ନିର୍ବିଶେଷରେ ବିଭିନ୍ନ ଦଳର ନେତା ଏବଂ ବିଶିଷ୍ଟ ବ୍ୟକ୍ତିମାନେ ଆସି ପହଞ୍ଚି ଥିଲେ।

ସେଠାରେ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବାଚସ୍ପତି ସୁରମା ପାଢ଼ୀ ଶେଷ ଦର୍ଶନକରି ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ପରେ ବିମାନବନ୍ଦରଠାରୁ ସ୍ବର୍ଗତ ପ୍ରଧାନଙ୍କ ମରଶରୀର ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଅଣାଯାଇଥିଲା। ସେଠାରେ ଦେବେନ୍ଦ୍ରଙ୍କ ଶେଷ ଦର୍ଶନ ଲାଗି ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ରାଜ୍ୟ ସଭାପତି ମନମୋହନ ସାମଲ, ବହୁ ବିଧାୟକ ଏବଂ ବରିଷ୍ଠ ନେତାମାନେ।

ରାଜ୍ୟ କାର୍ଯ୍ୟାଳୟଠାରେ ଶେଷ ଦର୍ଶନ ସରିବା ପରେ ତାଙ୍କ ପାର୍ଥିବ ଶରୀରକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱରର ପ୍ରାଚୀବିହାର ସ୍ଥିତ ବାସଭବନକୁ ଅଣାଯାଇଥିଲା। ମଙ୍ଗଳବାର ପୁରୀ ସ୍ବର୍ଗଦ୍ୱାରଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବରାଷ୍ଟ୍ର ମନ୍ତ୍ରୀ, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କଠାରୁ ଆରମ୍ଭ ବହୁ କେନ୍ଦ୍ରମନ୍ତ୍ରୀ ଏବଂ ବିଭିନ୍ନ ଦଳର ଏମ୍‌ପି, ଓଡ଼ିଶାର ରାଜ୍ୟପାଳ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଭକ୍ତ ଚରଣ ଦାସ ପ୍ରମୁଖ ଏନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri