ଶେଷ ଯାତ୍ରାରେ ଦେବେନ୍ଦ୍ର

ଭୁବନେଶ୍ୱର,୧୮।୩: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ୮୪ ବର୍ଷ ବୟସରେ ସୋମବାର ପରଲୋକ ହୋଇଯାଇଛି। ମଙ୍ଗଳବାର ପଞ୍ଚଭୂତରେ ବିଲୀନ ହେବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର। ପୁରୀ ସ୍ବର୍ଗଦ୍ବାରରେ ସମ୍ପନ୍ନ ହେବ ଦେବେନ୍ଦ୍ରଙ୍କ ଶେଷକୃତ୍ୟ। ଏନେଇ ଭୁବନେଶ୍ବରରୁ ପୁରୀ ଅଭିମୁଖେ ବାହାରିଛି ପାର୍ଥିବ ଶରୀର। ଶେଷ ଯାତ୍ରାରେ ସାମିଲ ହୋଇଛନ୍ତି ବହୁ ମାନ୍ୟଗଣ୍ୟ ବ୍ୟକ୍ତି।

ଦେବେନ୍ଦ୍ର ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ନୂଆଦିଲ୍ଲୀ ସ୍ଥିତ ଧର୍ମେନ୍ଦ୍ର ପ୍ରଧାନଙ୍କ ସରକାରୀ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ଦେହାନ୍ତ ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ, କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କ ସମେତ ବହୁ ନେତା ତାଙ୍କ ଶେଷ ଦର୍ଶନ କରିଥିଲେ।

ପ୍ରଧାନମନ୍ତ୍ରୀ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଉଲ୍ଲେଖ କରିଛନ୍ତି, ଦେବେନ୍ଦ୍ର ପ୍ରଧାନ ପରିଶ୍ରମୀ ଏବଂ ନମ୍ର ନେତା ଭାବେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଓ଼ଡିଶାରେ ଭାଜପାକୁ ମଜଭୁତ କରିବା ଲାଗି ସେ ଅନେକ ପ୍ରୟାସ କରିଥିଲେ।

ସ୍ବର୍ଗତ ପ୍ରଧାନଙ୍କ ମରଶରୀର ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ସୋମବାର ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବା ପରେ ତାଙ୍କ ଶେଷ ଦର୍ଶନ ଲାଗି ସେଠାରେ ଦଳମତ ନିର୍ବିଶେଷରେ ବିଭିନ୍ନ ଦଳର ନେତା ଏବଂ ବିଶିଷ୍ଟ ବ୍ୟକ୍ତିମାନେ ଆସି ପହଞ୍ଚି ଥିଲେ।

ସେଠାରେ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବାଚସ୍ପତି ସୁରମା ପାଢ଼ୀ ଶେଷ ଦର୍ଶନକରି ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ପରେ ବିମାନବନ୍ଦରଠାରୁ ସ୍ବର୍ଗତ ପ୍ରଧାନଙ୍କ ମରଶରୀର ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଅଣାଯାଇଥିଲା। ସେଠାରେ ଦେବେନ୍ଦ୍ରଙ୍କ ଶେଷ ଦର୍ଶନ ଲାଗି ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ରାଜ୍ୟ ସଭାପତି ମନମୋହନ ସାମଲ, ବହୁ ବିଧାୟକ ଏବଂ ବରିଷ୍ଠ ନେତାମାନେ।

ରାଜ୍ୟ କାର୍ଯ୍ୟାଳୟଠାରେ ଶେଷ ଦର୍ଶନ ସରିବା ପରେ ତାଙ୍କ ପାର୍ଥିବ ଶରୀରକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱରର ପ୍ରାଚୀବିହାର ସ୍ଥିତ ବାସଭବନକୁ ଅଣାଯାଇଥିଲା। ମଙ୍ଗଳବାର ପୁରୀ ସ୍ବର୍ଗଦ୍ୱାରଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବରାଷ୍ଟ୍ର ମନ୍ତ୍ରୀ, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କଠାରୁ ଆରମ୍ଭ ବହୁ କେନ୍ଦ୍ରମନ୍ତ୍ରୀ ଏବଂ ବିଭିନ୍ନ ଦଳର ଏମ୍‌ପି, ଓଡ଼ିଶାର ରାଜ୍ୟପାଳ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଭକ୍ତ ଚରଣ ଦାସ ପ୍ରମୁଖ ଏନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri