ଭାଜପା ବିଧାୟକଙ୍କ କଳାକାରନାମା ପାଇଁ ଦେବଗଡ଼ବାସୀ ଲଜ୍ଜିତ: ବିଜେଡି

ଭୁବନେଶ୍ୱର,୨୬ା୭(ଅନିଲ ଦାସ): ନିର୍ବାଚନରେ ବିଜୟୀ ହେଲେ ଦେବଗଡ଼ବାସୀଙ୍କ ସେବା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ଭାଜପା ନେତା ସୁବାସ ପାଣିଗ୍ରାହୀ। ତାଙ୍କ କଥାରେ ଭରସା କରି ୨୦୧୯ ସାଧାରଣ ନିର୍ବାଚନରେ ଦେବଗଡ଼ବାସୀ ମଧ୍ୟ ତାଙ୍କୁ ତୃତୀୟ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ କରିଥିଲେ। କିନ୍ତୁ ବିଧାୟକ ହେବା ପରଠୁ ସେ ଦେବଗଡ଼ବାସୀଙ୍କ ସେବା କରିବେ କ’ଣ, ଗୁଣ୍ଡାଗର୍ଦ୍ଦି ଓ ପ୍ରିୟାପ୍ରୀତି ତୋଷଣରେ ମାତିଛନ୍ତି। ବିଧାୟକ ଅନୁଦାନ ପାଣ୍ଠିରେ ଭାଜପାର ଜଣେ କର୍ମୀ ତଥା ତାଙ୍କର ଖାସ୍‌ ଅନୁଗତଙ୍କ ଘରର ପାଚେରି ନିର୍ମାଣ କରିବା ଘଟଣା ପଦାକୁ ଆସିବା ପରେ ସମଗ୍ର ଜିଲାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଧାୟକଙ୍କ ଏଭଳି କଳାକାରନାମା ପାଇଁ ଦେବଗଡ଼ବାସୀ ଲଜ୍ଜା ଅନୁଭବ କରୁଛନ୍ତି। ସମ୍ପୃକ୍ତ ବିଧାୟକ ଓ ତାଙ୍କ ଅନୁଗତଙ୍କ ବିରୋଧରେ ଦୃଢ଼ କାଯର୍‌ୟାନୁଷ୍ଠାନ ପାଇଁ ବିଜେଡି ଦାବି କରିଛି।
ମଙ୍ଗଳବାର ଶଙ୍ଖ ଭବନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବିଜେଡି ନେତୃବୃନ୍ଦ ଏହି ଦୁର୍ନୀତି ଓ ପ୍ରିୟାପ୍ରୀତି ତୋଷଣର ସମ୍ପୂର୍ଣ୍ଣ ବିବରଣୀ ପ୍ରଦାନ କରିଛନ୍ତି। ସେମାନେ କହିଛନ୍ତି, ବିଧାୟକ ପାଣିଗ୍ରାହୀ ଦେବଗଡ଼ ମହିଳା ମହାବିଦ୍ୟାଳୟର ପାଚେରି ନିର୍ମାଣ ନିମନ୍ତେ ତାଙ୍କ ପାଣ୍ଠିରୁ ୩ ଲକ୍ଷ ଟଙ୍କାର ଅନୁଦାନ ରାଶି ପ୍ରଦାନ କରିଥିଲେ। ମାତ୍ର ଏହି ଅନୁଦାନରେ ତାଙ୍କର ଖାସ୍‌ ଅନୁଗତ ଭୁକାବେଡ଼ା ଗ୍ରାମର ଶିକ୍ଷକ ସୌଭାଗ୍ୟ ପାତ୍ରଙ୍କ ଦ୍ୱାରା ପାଚେରି ନିର୍ମାଣ ହୋଇଥିବା ବିଜେଡି ଅଭିଯୋଗ କରିଛି। ନିକଟରେ ଏହି ଗ୍ରାମର ଜଣେ ଭାଜପା କର୍ମୀ ଏକଥା ଲୋକଲୋଚନକୁ ଆଣିଥିଲେ। ଗଣମାଧ୍ୟମରେ ତଥ୍ୟ ଓ ଚିତ୍ର ସହିତ ଏହି ଖବର ପ୍ରସାରିତ ହେବା ପରେ ଅନିୟମିତତା ଧରାପଡ଼ିଯିବା ଭୟରେ ବିଧାୟକଙ୍କ ନିର୍ଦ୍ଦେଶରେ ତରବରିଆ ଭାବେ ପାଚେରିରେ ଲେଖା ଯାଇଥିବା ସୂଚନାକୁ ଲିଭାଇ ଦିଆଯାଇଥିଲା। ବିଧାୟକଙ୍କ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁଦାନରେ ସିସି ରୋଡ୍‌ ଓ ଗାର୍ଡ ୱାଲ ନିର୍ମାଣ ହୋଇଛି ବୋଲି ଲେଖାଯାଇଥିଲା। ଫଳରେ ଏହି ଅନିୟମିତତା ଓ ଅର୍ଥ ଲୁଟ୍‌ରେ ବିଧାୟକ ନିଜେ ସମ୍ପୃକ୍ତ ଥିବା ସ୍ପଷ୍ଟ ହୋଇଛି।
ବିଜେଡି ଦେବଗଡ଼ ଜିଲା ସଭାପତି ରୋମାଞ୍ଚ ରଞ୍ଜନ ବିଶ୍ୱାଳ କହିଛନ୍ତି, ବିଧାୟକଙ୍କ ଖାସ୍‌ ଲୋକ ଭାବେ ପରିଚିତ ସୌଭାଗ୍ୟ ପାତ୍ର ହେଉଛନ୍ତି ତିଳେଇବଣି ବ୍ଲକ୍‌ ଅନ୍ତର୍ଗତ ଝାଲିଆମରା ସରକାରୀ ପ୍ରାଥମିକ ସ୍କୁଲର ଜଣେ ଶିକ୍ଷକ। ତେବେ କୌଣସି ଦିନ ସ୍କୁଲ ନ ଯାଇ ସେ ଭାଜପାର ଦଳୀୟ ସଭାସମିତିରେ ସକ୍ରିୟ ଭାବେ ଅଂଶଗ୍ରହଣ କରନ୍ତି। ଗତ ପଞ୍ଚାୟତ ନିର୍ବାଚନ ସମୟରେ ସୌଭାଗ୍ୟ ଭାଜପାର ଏକ ଗାଡ଼ିରେ ୩ ଲକ୍ଷ ଟଙ୍କା ନେଇ ବାଣ୍ଟିବାକୁ ଯାଉଥିବାବେଳେ ପୋଲିସ ଟଙ୍କା ସହ ତାଙ୍କୁ ଧରି ଥାନାକୁ ନେଇଥିଲା। ବିଜେଡି ମୁଖପାତ୍ର ଗୌତମବୁଦ୍ଧ ଦାସ କହିଥିଲେ, ଓଡ଼ିଶା ଭାଜପାର ସବୁ ନେତା ଓ ବିଧାୟକଙ୍କ ଚରିତ୍ର କ’ଣ ଏଭଳି। ୩ ଥର ବିଧାୟକ ହୋଇଥିବା ଜଣେ ପୁରୁଖାନେତା ସୁବାସ ଜାଣିଶୁଣି ଏତେବଡ଼ ଅନିୟମିତତା କଲେ କିପରି ? ସବୁ କଥାରେ ନୈତିକତାର ଭାଷଣ ଦେଉଥିବା ଭାଜପା ନେତାମାନେ ଦେବଗଡ଼ ବିଧାୟକଙ୍କ ହାତପାଣ୍ଠିର ଏଭଳି ଅପବ୍ୟବହାର ହୋଇଥିବା ଜାଣିବା ପରେ ମଧ୍ୟ ଏଯାଏ ଚୁପ୍‌ ବସିଛନ୍ତି। ବିଭିନ୍ନ ଘଟଣାରେ ଲୋକଙ୍କୁ ଭୁଅଁା ବୁଲାଇ କେବଳ ହୀନ ରାଜନୀତି କରିବାକୁ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ପଠାଉଥିବା ଓଡ଼ିଶା ଭାଜପା ନିଜ ଦଳର ବିଧାୟକଙ୍କ ଏଭଳି ଅନିୟମିତତାର ତଦନ୍ତ ଲାଗି କେବେ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ପଠାଇବ, ତାହା ଦେଖିବାକୁ ଆମେ ଅପେକ୍ଷା କରିଛୁ। ଓଡ଼ିଶାବାସୀ ସବୁ ଦେଖୁଛନ୍ତି। ଜନତା ଠିକଣା ସମୟରେ ଭାଜପାର ଏଭଳି ଗୁଣ୍ଡାଗର୍ଦ୍ଦି, ଅନିୟମିତତା ଏବଂ ପ୍ରିୟାପ୍ରୀତି ତୋଷଣର ଦୃଢ଼ ଜବାବ ଦେବେ। ଏହି ଖବରଦାତା ସମ୍ମିଳନୀରେ ବିଜେଡି କର୍ପୋରେଟର ତଥା ଦେବଗଡ଼ ଜିଲା ବିଜେଡିର ପର୍ଯ୍ୟବେକ୍ଷକ ଅମରେଶ ଜେନା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri