ସୁଧୁରୁନି ଦେବୀ ନଦୀବନ୍ଧ ରାସ୍ତା

ବାଲିଆ,୧୭।୭: ଲଘୁଚାପ ପ୍ରଭାବରେ କିଛିଦିନ ହେବ ଲଗାଣ ବର୍ଷା ଜାରି ରହିଛି। ଫଳରେ ବିରିଡି ବ୍ଲକ ଅନ୍ତର୍ଗତ ୨୨ ମୌଜା କାଉପଡାଠାରୁ ଅଲିପଡା ପର୍ଯ୍ୟନ୍ତ ଦେବୀ ନଦୀ ବନ୍ଧ ମରଣଯନ୍ତା ପାଲଟିଛି। ନଦୀ ବନ୍ଧ ରାସ୍ତାର ବିଭିନ୍ନ ସ୍ଥାନରେ ଗାତ ହୋଇଥିବାରୁ ସେଥିରେ ପାଣି ଜମି ଜନସାଧାରଣଙ୍କ ପାଇଁ ସମସ୍ୟା ସୃଷ୍ଟି ହୋଇଛି। ଜଗତ୍‌ସିଂହପୁର ଜଳ ସମ୍ପଦ ବିଭାଗର ବିଲୁଆଖାଇ ଉପଖଣ୍ଡ ଶଙ୍ଖାରିସାହି ସେକ୍ସନ୍‌ ଅଧୀନରେ ଥିବା ଏହି ନଦୀବନ୍ଧ ରାସ୍ତା ପ୍ରତିବର୍ଷ ମରାମତି ହେଉଛି। କେତେବେଳେ ପିଚୁତ କେତେବେଳେ ମୋରମ ପକାଯାଉଛି। ଏନେଇ ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଇଛି। ଏହାସତ୍ତ୍ୱେ ରାସ୍ତା ସମସ୍ୟା ଦୂର ହେଉନାହିଁ। ବନ୍ଧ ମରାମତି ବେଳେ ଲାଭଖୋର ମନୋବୃତ୍ତି ଯୋଗୁ ନିମ୍ନମାନର କାର୍ଯ୍ୟ ହେଉଥିବା ନେଇ ସାଧାରଣରେ ଅଭିଯୋଗ ହୋଇଛି। ଏହି ରାସ୍ତାଟି ହାଜିପୁର ଶଙ୍ଖାରି ସାହି ବ୍ରିଜ ଦେଇ ଫୁଲନଖରା ଓ କାକଟପୁର ରାସ୍ତାକୁ ସଂଯୋଗ କରେ। ଉକ୍ତ ବାଟ ଦେଇ ଲୋକେ କମ୍‌ ସମୟ ମଧ୍ୟରେ ଭୁବନେଶ୍ୱରକୁ ଯାତାୟାତ କରିପାରନ୍ତି। ମାତ୍ର ଏବେ ରାସ୍ତାଟି ଖାଲ ଖମାରେ ପୂରିଯାଇଛି। ବର୍ଷାଦିନେ ଏହି ରାସ୍ତାରେ ଯାନବାହନ ଚଳାଚଳରେ ଅସୁବିଧା ହେଉଛି। ଦୀର୍ଘ ବର୍ଷ ହେବ ଏହି ସମସ୍ୟା ଲାଗି ରହିଥିଲେ ମଧ୍ୟ ଏପର୍ଯ୍ୟନ୍ତ ସ୍ଥାୟୀ ପ୍ରତିକାର ହୋଇପାରି ନାହିଁ। ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ଜଳ ସମ୍ପଦ ବିଭାଗର ଶଙ୍ଖାରି ସାହି ସେକ୍ସନ୍‌ ଅଧିକାରୀ ସାଗରିକା ବେହେରାଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ମୋବାଇଲ ଫୋନ ନ ଉଠାଇବାରୁ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri