ଭଣ୍ଡିସାହି ନିକଟ ଦେବୀନଦୀ ବନ୍ଧରୁ ଅତଡ଼ା ଖସୁଛି

ନାଉଗଁା,୧୩।୮(ସ୍ବ.ପ୍ର.): ନାଉଗଁା ବ୍ଲକ ଶେଷ ସୀମା ଓ ପୁରୀ ଜିଲା ଆରମ୍ଭରେ ପ୍ରବାହିତ ହୋଇଥିବା ଦେବୀ ନଦୀ ପଠାରୁ ଅତଡା ଖସୁଛି। ଏନେଇ ନଦୀ କୂଳିଆବାସୀ ଆତଙ୍କିତ ହୋଇଯାଇଛନ୍ତି। ସ୍ଥାନୀୟ ଲୋକଙ୍କ କହିବା ମୁତାବକ ଉକ୍ତ ନଦୀ ପଠାରେ ଜଳ ସମ୍ପଦ ବିଭାଗ ପକ୍ଷରୁ ପ୍ରତିବର୍ଷ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ ପଥର ପ୍ୟାକିଂ କରାଯାଉଛି। ହେଲେ ନିମ୍ନମାନର କାର୍ଯ୍ୟ ଯୋଗୁ ଏସବୁ ପଥର ଖସି ନଦୀ ମଧ୍ୟକୁ ଚାଲିଯାଉଛି। ଫଳରେ ନଦୀରେ ବନ୍ୟା ପାଣି ଆସିଲେ ଉକ୍ତ ସ୍ଥାନରୁ ଅତଡା ଖସିବା ଆରମ୍ଭ କରୁଛି। ବିଭାଗ ଦ୍ୱାରା ପ୍ରତି ବର୍ଷ ବାଲି ବସ୍ତା ପକାଯାଇ ବନ୍ଧକୁ ରକ୍ଷା କରାଯାଉଥିବା ବେଳେ ସ୍ଥାୟୀ ମରାମତି କାର୍ଯ୍ୟ କରାଯାଉ ନାହିଁ। ନଦୀ ପଠା ଅତଡା ଖସିବା ଦ୍ୱାରା ନଦୀ ନିକଟରେ ଥିବା ଭଣ୍ଡିସାହି, ଓଷକଣା, ନୟା ସିଙ୍ଗଡା, ମୁତୁଣିଆ ଆଦି ଗ୍ରାମର ଲୋକେ ଭୟଭୀତ ହୋଇଯାଇଛନ୍ତି। ନଦୀରେ ବନ୍ୟା ପାଣି ଆସି ବନ୍ଧ ଭାଙ୍ଗିଲେ ନାଉଗାଁ ବ୍ଲକ ସମେତ ବାଲିକୁଦା ବ୍ଳକର ମାଛଗଁା ଅଞ୍ଚଳ ବାଲିଚର ହେବାର ସମ୍ଭାବନା ରହିଛି। ତେଣୁ ଉକ୍ତ ନଦୀ ପଠାକୁ ସ୍ଥାୟୀ ମରାମତି କରିବା ପାଇଁ ଦେବେନ୍ଦ୍ର ସ୍ବାଇଁ, ନାରାୟଣ ସ୍ବାଇଁ, ସମୀର ପରିଡା,କୈଳାସ ସ୍ବାଇଁ ପ୍ରମୁଖ ପ୍ରଶାସନ ନିକଟରେ ଦାବି କରିଛନ୍ତି। ନଦୀ ବନ୍ଧ ମରାମତି ସମ୍ପର୍କରେ ଅଲଣାହାଟ ଜଳ ସମ୍ପଦ ବିଭାଗ ଯନ୍ତ୍ରୀ ଦେବୀ ମିଶ୍ର କହିଛନ୍ତି, ନଦୀ ବନ୍ଧ ନିକଟକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ପରେ ଆବଶ୍ୟକ ପଦକ୍ଷେପ ନିଆଯିବ। ବିଶେଷ କରି ଯେଉଁ ସ୍ଥାନରେ ଅତଡା ଖସୁଛି ସେଠାରେ ବାଲିବସ୍ତା ପ୍ୟାକିଂ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri