ଦେବୋଲିନ କଲେଜ କୁଇନ୍‌

ଢେଙ୍କାନାଳ ଅଫିସ,୨୦ା୧୨: ଢେଙ୍କାନାଳ ସହର କୁଞ୍ଜକାନ୍ତ ଅଞ୍ଚଳରେ ରହୁଥିବା ଦେବୋଲିନ ବରାଳ ତରଙ୍ଗ ମ୍ୟୁଜିକ୍‌ କଲେଜ କୁଇନ ପ୍ରତିଯୋଗିତାରେ ଚଳିତ ବର୍ଷର ବିଜୟିନୀ ହୋଇଛନ୍ତି। ଫ୍ୟାଶନ ଓ ନୃତ୍ୟ କ୍ଷେତ୍ରରେ ନିଜର ଚମତ୍କାରିତା ପ୍ରତିପାଦିତ କରି ଦେବୋଲିନ କଲେଜ କୁଇନ୍‌ ମୁକୁଟ ହାସଲ କରିଛନ୍ତି। ଏହି ସଫଳତା ପାଇଁ ଢେଙ୍କାନାଳର ବହୁ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷ, ସାଥୀମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରାୟ ୨ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ ଦେବୋଲିନ ଏହି କୃତିତ୍ୱ ହାସଲ କରିପାରିଛନ୍ତି। ଏଥିପୂର୍ବରୁ ସେ ଢେଙ୍କାନାଳ ଜିଲାରେ ବିଭିନ୍ନ ସାଂସ୍କୃତିକ ଉତ୍ସବରେ ର଼୍ୟାମ୍ପ ଶୋ, ନୃତ୍ୟ ଏବଂ ଅନ୍ୟ ଟ୍ୟାଲେଣ୍ଟ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରି ପୁରସ୍କୃତ ହେବା ସହିତ ସମ୍ବର୍ଦ୍ଧିତ ହୋଇଛନ୍ତି। ଦେବୋଲିନ ବର୍ତ୍ତମାନ ଭୁବନେଶ୍ୱରର ଏକ ସ୍କୁଲରେ ଯୁକ୍ତ୨ ବାଣିଜ୍ୟ ବିଭାଗର ଦ୍ୱିତୀୟ ବର୍ଷର ଛାତ୍ରୀ। ସେ ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳର ବାସିନ୍ଦା ଯୁବ ଆଇନଜୀବୀ ଦ୍ୱିତୀକୃଷ୍ଣ ବରାଳ ଓ ଜିଲା କାର୍ଯ୍ୟାଳୟର ରାଜସ୍ବ ବିଭାଗ ସହାୟିକା ଦେବଦର୍ଶିନୀ ସ୍ବାଇଁଙ୍କ ଜ୍ୟେଷ୍ଠ କନ୍ୟା। ଭବିଷ୍ୟତରେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ହେବା ଲକ୍ଷ୍ୟ ରଖି ସେ ଉଦ୍ୟମ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri