Posted inଫୁରସତ

ଭାରତର ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ଦେବମାଲି

ଜୟପୁର: ରାଜସ୍ଥାନର ବେୱର ଜିଲାରେ ଅବସ୍ଥିତ ଦେବମାଲି ଗ୍ରାମକୁ ଭାରତର ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ଭାବରେ ମଙ୍ଗଳବାର କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ଘୋଷଣା କରିଛି। ପର୍ଯ୍ୟଟନ ସ୍ଥଳୀ ଭାବରେ ଲୋକପ୍ରିୟତା ତଥା ସ୍ଥାନୀୟ ସଂସ୍କୃତିର ସଂରକ୍ଷଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ ଦେବମାଲିକୁ ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ଭାବରେ ଚୟନ କରାଯାଇଛି। ଆସନ୍ତା ନଭେମ୍ବର ୨୭ରେ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସରକାର ଏହି ଗ୍ରାମକୁ ସମ୍ମାନିତ କରିବେ। ଏନେଇ ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଏକ୍ସ’ରେ ସୂଚନା ଦେଇଛନ୍ତି। ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମର ମାନ୍ୟତା ଦ୍ୱାରା ଦେବମାଲିର ଐତିହାସିକ, ସାଂସ୍କୃତିକ ଏବଂ ପ୍ରାକୃତିକ ଐତିହ୍ୟକୁ ଅନ୍ତର୍ଜାତୀୟ ସ୍ତରରେ ମାନ୍ୟତା ମିଳିପାରିବ ବୋଲି ଦିୟା କହିଛନ୍ତି।
ଅନୁଯାୟୀ, ଭଗବାନ ଦେବନାରାୟଣଙ୍କ ପ୍ରତି ଦେବମାଲି ଗ୍ରାମବାସୀଙ୍କର ଉତ୍ସର୍ଗୀକୃତ ଭକ୍ତି ଓ ଭାବନା ରହି ଆସିଛି। ଗ୍ରାମର ପ୍ରାୟ ୩ ହଜାର ବିଘା ଜମି ଭଗବାନ ଦେବନାରାୟଣଙ୍କୁ ଉତ୍ସର୍ଗ କରାଯାଇଛି। ସେହିପରି ଦୀର୍ଘ ବର୍ଷ ଧରି ଦେବମାଲି ଗ୍ରାମରେ ରହିଆସୁଥିଲେ ମଧ୍ୟ ଏଠାକାର ଗ୍ରାମବାସୀଙ୍କ ନିକଟରେ ସେମାନଙ୍କ ଜମି ମାଲିକାନା ନେଇ କୌଣସି ମଧ୍ୟ ଦସ୍ତାବିଜ ନାହିଁ। ସେହିପରି ଏଠାରେ ଗ୍ରାମବାସୀ ହଜାରରୁ ଅଧିକ ବର୍ଷ ଧରି ମାଟି ଘରେ ରହିବାର ପରମ୍ପରାକୁ ବଜାୟ ରଖିଛନ୍ତି। ସିମେଣ୍ଟ, ଇଟାରେ ନିର୍ମିତ ପକ୍କା ଘରେ ରହିଲେ ଭଗବାନ ଦେବନାରାୟଣ କ୍ରୋଧିତ ହେବେ ବୋଲି ସେମାନଙ୍କର ବିଶ୍ୱାସ ରହିଛି। ସେହିପରି ଗ୍ରାମର କୌଣସି ବ୍ୟକ୍ତି ଆମିଷ ଖାଦ୍ୟ ଖାଆନ୍ତି ନାହିଁ କିମ୍ବା ମଦ୍ୟପାନ ମଧ୍ୟ କରନ୍ତି ନାହିଁ। ବହୁ ଦଶନ୍ଧି ଧରି ଏଠାରେ ଚୋରି କିମ୍ବା ଡକାୟତି ମାମଲା ହୋଇ ନାହିଁ। ତେଣୁ ଗ୍ରାମବାସୀମାନେ ରାତିରେ ଶୋଇବା ସମୟରେ କିମ୍ବା ବାହାରକୁ ଯିବା ସମୟରେ ସେମାନଙ୍କ ଘରକୁ ତାଲା ପକାନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?