Posted inଖେଳ

ଟି୨୦ ସ୍ପେଶାଲିଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ସାମିଲ ହେଲେ ଆଇପିଏଲ ଅକ୍‌ଶନରେ ଅନ୍‌ସୋଲ୍ଡ ରହିଥିବା ଖେଳାଳି

ଖ୍ରୀଷ୍ଟଚର୍ଚ୍ଚ, ୨୨ା୨- ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଡେଭନ କନଓ୍ବେ ସୋମବାର ସ୍ବତନ୍ତ୍ର ଟି୨୦ ସ୍ପେଶାଲିଷ୍ଟ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ସାମିଲ ହୋଇଛନ୍ତି। ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ଟି୨୦ ମ୍ୟାଚ୍‌ରେ ମାତ୍ର ୧ ରନ୍‌ ବ୍ୟବଧାନରେ ଶତକରୁ ବର୍ତ୍ତି ଯାଇଥିଲେ ଡେଭନ। ସେ ୫୯ ବଲରୁ ୯୯* ରନ୍‌ର ଇନିଂସ ଖେଳି ଦଳର ବିଜୟରେ ଗ୍ରହଣ କରିଥିଲେ ମୁଖ୍ୟଭୂମିକା। ତେବେ କ୍ରିକେଟର ଛୋଟିଆ ଫର୍ମାଟରେ ଏହା ଥିଲା ତାଙ୍କର କ୍ରମାଗତ ୫ମ ଅର୍ଦ୍ଧଶତକ। ଏହି ମ୍ୟାଚ୍‌ ପୂର୍ବରୁ ୪ଟି ସୁପର ସ୍ମାଶ ମ୍ୟାଚ୍‌ରେ ଯଥାକ୍ରମେ ୯୩*, ୯୧*, ୬୯ ଓ ୫୦ ରନ୍‌ର ପାଳି ଖେଳିଥିଲେ। ଏହି ସଫଳତା ପାଇବାରେ ଡେଭନ ନ୍ୟୁଜିଲାଣ୍ଡର ପ୍ରଥମ ବ୍ୟାଟ୍ସମ୍ୟାନ। ଘରୋଇ କ୍ରିକେଟରେ ଏଭଳି ଜବରଦସ୍ତ ପ୍ରଦର୍ଶନ ସତ୍ତ୍ୱେ ତାଙ୍କୁ ଆଇପିଏଲ ଅକ୍‌ଶନରେ କିଣି ନ ଥିଲେ କୌଣସି ଫ୍ରାଞ୍ଚାଇଜ।

ଡେଭନଙ୍କ ବ୍ୟତୀତ ଟି୨୦ ଫର୍ମାଟରେ କ୍ରମାଗତ ଅର୍ଦ୍ଧଶତକ ହାସଲ କରିଥିବା ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ଏକମାତ୍ର ଭାରତୀୟ ଭାବେ ସ୍ଥାନ ପାଇଛନ୍ତି ପୂର୍ବତନ ଓପନର ବୀରେନ୍ଦ୍ର ସେହ୍ବାଗ, ପାକିସ୍ଥାନର କାମରାନ ଅକମଲ, ଜିମ୍ବାଓ୍ବେର ପୂର୍ବତନ ଅଧିନାୟକ ହାମିଲଟନ ମାସାକାଡ୍‌ଜା, ଇଂଲଣ୍ଡର ଜୋସ ବଟଲର ଓ ଅଷ୍ଟ୍ରେଲିଆର ଡେଭିଡ୍‌ ଓ୍ବାର୍ନର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri