Posted inଖେଳ

ସଚିନ, କୋହଲି ହାସଲ କରିପାରି ନ ଥିବା ରେକର୍ଡ ନିଜ ନାମରେ କଲେ

ଖ୍ରୀଷ୍ଟଚର୍ଚ୍ଚ,୯।୧: ନ୍ୟୁଜିଲାଣ୍ଡ ବ୍ୟାଟର ଡେଭନ କନଓ୍ବେ ରବିବାର ଏଭଳି ଏକ ରେକର୍ଡ ନିଜ ନାମରେ କରିଛନ୍ତି, ଯାହାକୁ କ୍ରିକେଟ ଇତିହାସରେ କୌଣସି ଖେଳାଳି ହାସଲ କରିପାରି ନ ଥିଲେ। ସେ ବିଶ୍ୱର ପ୍ରଥମ କ୍ରିକେଟର ଭାବେ କ୍ୟାରିୟରର ପ୍ରଥମ ୫ ଟେଷ୍ଟର ପ୍ରଥମ ଇନିଂସରେ ୫୦ରୁ ଊର୍ଦ୍ଧ୍ୱ ରନ୍‌ କରିଛନ୍ତି। ଖ୍ରୀଷ୍ଟଚର୍ଚ୍ଚଠାରେ ଚାଲିଥିବା ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଅପରାଜିତ ୯୯ ରନ୍‌ର ପାଳି ଅବସରରେ ଏହି ରେକର୍ଡ ନିଜ ନାମରେ କରିଛନ୍ତି ଦକ୍ଷିଣ ଆଫ୍ରିକାରେ ଜନ୍ମିତ କନଓ୍ବେ।

ଗତ ବର୍ଷ ଇଂଲଣ୍ଡ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ପଦାର୍ପଣ କରିଥିବା ବାମହାତୀ ବ୍ୟାଟର ଲଡର୍‌ସଠାରେ ପର୍ଦାପଣ ମ୍ୟାଚ୍‌ରେ ଦ୍ୱିଶତକ ଲଗାଇଥିଲେ। ଏଜ୍‌ବାଷ୍ଟନରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟରେ ସେ ଖେଳିଥିଲେ ୮୦ ରନ୍‌ର ଇନିଂସ। ଏହାପରେ ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ୫୪ ରନ୍‌ କରିଥିଲେ। ଗତ ସପ୍ତାହରେ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟର ପ୍ରଥମ ପାଳିରେ କନଓ୍ବେ ଖେଳିଥିଲେ ୧୨୨ ରନ୍‌ର ଶତକୀୟ ପାଳି।

ଚଳିତ ଦ୍ୱିତୀୟ ଟେଷ୍ଟରେ ଏପର୍ଯ୍ୟନ୍ତ ନଟ୍‌ଆଉଟ୍‌ ଥିବା ୩୦ ବର୍ଷୀୟ ବ୍ୟାଟର ୧୪୮ ବଲର ସମ୍ମୁଖୀନ ହୋଇ ୯୯ ରନ୍‌ କରିଛନ୍ତି। ତାଙ୍କ ପାଳିରେ ୧୦ ଚୌକା ଓ ଏକ ଛକା ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ରୁଡ୍‌ଙ୍କୁ କ୍ୟାରିୟରର ବଡ଼ ଟାଇଟଲ

ବାର୍ସିଲୋନା, ୨୩ା୪ (ଏପି): କାସ୍ପର ରୁଡ୍‌ ବାର୍ସିଲୋନା ଓପନ ଟେନିସ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟର ଫାଇନାଲରେ ସେ ଷ୍ଟିଫାନସ ସିତ୍‌ସିପାସଙ୍କୁ ୭-୫, ୬-୩ରେ ହରାଇ ଦେଇଛନ୍ତି।...

ବାଗାନ ମୁକାବିଲା ପାଇଁ ଓଡ଼ିଶା ଏଫ୍‌ସି ପ୍ରସ୍ତୁତ

ଭୁବନେଶ୍ୱର, ୨୩।୪ (ତପନ ସ୍ବାଇଁ): ଇତିହାସ ସୃଷ୍ଟି ହୋଇସାରିଛି। ଓଡ଼ିଶା ଏଫ୍‌ସି ପ୍ରଥମ ଥର ପାଇଁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସେମିଫାଇନାଲରେ ପ୍ରବେଶ କରିଛି।...

ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିବା କୋହଲିଙ୍କୁ ପଡ଼ିଲା ମହଙ୍ଗା, ବିସିସିଆଇ ନେଲା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୨।୪: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ରବିବାର ଏକ ମ୍ୟାଚ ହୋଇଥିଲା। ଯେଉଁଥିରେ କେକେଆର୍‌ ୧ ରନ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri