ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା ମାର୍ଗରେ ମୃତ୍ୟୁ ଘଟିଛି। ଶ୍ରୀଜଗନ୍ନାଥଙ୍କ ଦର୍ଶନ ତାଙ୍କ ନିମନ୍ତେ ଶେଷ ଦର୍ଶନ ପାଲଟିଛି। ମୃତ ଭକ୍ତ ଜଣକ ହେଲେ ଅଗରତାଲା ନର୍ଥ ତ୍ରିପୁରାର ୭୨ ବର୍ଷୀୟ ଅମିତ ରଞ୍ଜନ କର। ସୂଚନା ଅନୁଯାୟୀ, ଅମିତ ତାଙ୍କ ପରିବାରବର୍ଗଙ୍କ ସହ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଯାଇଥିଲେ। ସେ ଚତୁର୍ଦ୍ଧାବିଗ୍ରହ ଏବଂ ପାର୍ଶ୍ୱଦେବଦେବୀଙ୍କ ଦର୍ଶନ କରିସାରି ଶ୍ରୀମନ୍ଦିରରୁୁ ଫେରିବା ପରେ ଉତ୍ତରଦ୍ୱାର ନିକଟ ପରିକ୍ରମା ମାର୍ଗରେ ବସିଥିଲେ। ହଠାତ୍‌ ସେଠାରେ ଅସୁସ୍ଥ ଅନୁଭବ କରିବା ସହ ଟଳିପଡ଼ିଥିଲେ। ପରିବାର ଲୋକେ ତୁରନ୍ତ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଫଳରେ ତାଙ୍କ ପରିବାର ବର୍ଗଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ଏନେଇ ପୋଲିସ ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଦକ୍ଷେପ ନିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Read more

ଭୁବନେଶ୍ବର, ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri