ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି ଶ୍ରଦ୍ଧାଳୁ

ପୁରୀ ଅଫିସ, ୫ା୧୨:ବିଶ୍ୱ ମାନଚିତ୍ରରେ ପୁରୀ ଏକ ପ୍ରସିଦ୍ଧ ପର୍ଯ୍ୟଟନ ଓ ଆଧ୍ୟାତ୍ମିକ ସହର ଭାବେ ପରିଚିତ। ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀକୁ ବିଶ୍ୱସ୍ତରୀୟ କରିବା ପାଇଁ ପ୍ରକ୍ରିୟା ଜାରି ରହିଛି। ଏଠାକୁ ଦେଶ ବିଦେଶରୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଛୁଟି ଆସୁଛନ୍ତି। ତେବେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ମୌଳିକ ସୁବିଧାରୁ ବଞ୍ଚିତ ହେଉଥିବା ଅଭିଯୋଗ ହେଉଛି। ଶ୍ରୀମନ୍ଦିର ନିକଟସ୍ଥ ଅଞ୍ଚଳରେ ଶ୍ରଦ୍ଧାଳୁଙ୍କ ଲାଗି ପର୍ଯ୍ୟାପ୍ତ ପରିମାଣର ଶୌଚାଳୟ ଓ ପରିଶ୍ରାଗାର ନାହିଁ। ଏଥିଯୋଗୁ ସେମାନେ ହଇରାଣ ହେଉଛନ୍ତି। ବିଶେଷ କରି ମହିଳା ଓ ଛୋଟ ପିଲାଙ୍କୁ ଏଭଳି ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ପୂର୍ବରୁ ଶ୍ରୀମନ୍ଦିର ଉତ୍ତର-ପୂର୍ବ କୋଣ ଦୋଳବେଦି କୋଣ ନିକଟରେ ଶ୍ରଦ୍ଧାଳୁଙ୍କ ଲାଗି ଶୌଚାଳୟ ଓ ପରିଶ୍ରାଗାର ରହିଥିଲା। ତେଣୁ ଶ୍ରଦ୍ଧାଳୁଙ୍କର ସମସ୍ୟା କିଛି ମାତ୍ରାରେ ଦୂର ହୋଇ ପାରୁଥିଲା। ମାତ୍ର ଶ୍ରୀମନ୍ଦିର ପରିକ୍ରମା ମାର୍ଗର କାର୍ଯ୍ୟ ଉକ୍ତ ଅଞ୍ଚଳରେ ଜାରି ରହିଥିବାରୁ ସେଠାରେ ଥିବା ଶୌଚାଳୟ ଓ ପରିଶ୍ରାଗାରକୁ ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇ ନିର୍ମାଣ କାର୍ଯ୍ୟ ଚାଲିଛି। ସେହିପରି ପୂର୍ବରୁ ମନ୍ଦିର ପାଖରେ ଅସ୍ଥାୟୀ ବା ଭ୍ରାମ୍ୟମାଣ ଶୌଚାଳୟ ବ୍ୟବସ୍ଥା କରାଯାଇଥିଲା। ମାତ୍ର ଏବେ ଉକ୍ତ ଅସ୍ଥାୟୀ ଶୌଚାଳୟ ଦେଖିବାକୁ ମିଳୁନାହିଁ। ଦକ୍ଷିଣ ଦ୍ୱାର ନିକଟରେ ଥିବା ଏକ ଭ୍ରାମ୍ୟମାଣ ଶୌଚାଳୟ ବ୍ୟବହାର ଅନୁପୋଯୋଗୀ ହୋଇପଡ଼ିଛି। ଫଳରେ ଶ୍ରଦ୍ଧାଳୁମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।
ଅପରପକ୍ଷେ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ପ୍ରଶାସନ ପକ୍ଷରୁ କରାଯାଇଥିବା ଅସ୍ଥାୟୀ ଶେଡ୍‌ର ବ୍ୟାରିକେଡ ଉପରେ ଶ୍ରଦ୍ଧାଳୁମାନେ ସେମାନଙ୍କ ଲୁଗାପଟା ଶୁଖାଉଥିବା ସହ ରାସ୍ତାରେ ଜିନିଷପତ୍ର ଧରି ବସି ରହୁଥିବା ଦେଖିବାକୁ ମିଳୁଛି। ଏପରିକି ଅନେକ ଶ୍ରଦ୍ଧାଳୁ ବ୍ୟାରିକେଡ୍‌ ନିକଟରେ ରାତ୍ରି ଯାପନ କରୁଛନ୍ତି। ଏହାର ମୁଖ୍ୟ କାରଣ ହେଉଛି ମଠ ଓ ଧର୍ମଶାଳାର ଅଭାବ। ପୂର୍ବରୁ ଆର୍ଥିକ ଦୁର୍ବଳ ଶ୍ରେଣୀର ଶ୍ରଦ୍ଧାଳୁ ପୁରୀ ଆସିଲେ କମ୍‌ ଅର୍ଥ ଦେଇ ଶ୍ରୀମନ୍ଦିର ଚାରିପଟେ ଥିବା ମଠ କିମ୍ବା ଧର୍ମଶାଳାରେ ରାତ୍ରୀଯାପନ କରିବା ସହ ମହାପ୍ରଭୁଙ୍କ ଦର୍ଶନ ସାରି ଫେରୁଥିଲେ। ମାତ୍ର ବର୍ତ୍ତମାନ ମଠ ଓ ଧର୍ମଶାଳା ଉଚ୍ଛେଦ ହୋଇସାରିଥିବାରୁ ଶ୍ରଦ୍ଧାଳୁଙ୍କ ପକ୍ଷେ ଅଧିକ ଅର୍ଥ ଦେଇ ଲଜ୍‌, ହୋଟେଲ ଓ ଭକ୍ତ ନିବାସରେ ରହିବା ସମ୍ଭବପର ହେଉନାହିଁ। ସେହିପରି ଯେଉଁ କେତୋଟି ଧର୍ମଶାଳା ବର୍ତ୍ତମାନ ପୁରୀରେ ଅଛି ତାହ ସମୁଦ୍ରକୁ ଶଙ୍ଖେ ସଦୃଶ। ଏ ନେଇ ପୁରୀ ସହର ବାସିନ୍ଦା ବିକାଶ କୁମାର ପ୍ରଧାନ କହିଛନ୍ତି, ଶ୍ରୀକ୍ଷେତ୍ର ହେଉଛି ରାଜ୍ୟର ଧାର୍ମିକ ରାଜଧାନୀ ସହ ବିଶ୍ୱର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ। ପ୍ରତିଦିନ ଦେଶ ବିଦେଶରୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନ ଓ ବେଳାଭୂମି ବୁଲିବା ସହ ନିକଟସ୍ଥ ଅନ୍ୟାନ୍ୟ ସ୍ଥାନ ପରିଭ୍ରମଣ ଉଦ୍ଦେଶ୍ୟରେ ଆସିଥାନ୍ତି। ମାତ୍ର ପ୍ରଶାସନର ବେପରୁଆ ମନୋଭାବ ଯୋଗୁ ସେମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି। ଅନେକ ସମୟରେ ପରିଶ୍ରାଗାର ଖୋଜିଲେ ପାଉନାହାନ୍ତି। ତେଣୁ ଏଣେତେଣେ ପରିଶ୍ରା କରିବାକୁ ବାଧ୍ୟ ହେଉଛନ୍ତି। ସେହିପରି ସୁଲଭ ମୂଲ୍ୟରେ ରହିବା ପାଇଁ ଧର୍ମଶାଳା ନ ଥିବାରୁ ଅନେକ ଭକ୍ତ ମନ୍ଦିର ନିକଟରେ ବସିରହୁଥିବା ଦେଖିବାକୁ ମିଳୁଛି। ଏସବୁ ସସମ୍ୟା ପ୍ରତି ପ୍ରଶାସନ ଦୃଷ୍ଟି ଦେବା ଆବଶ୍ୟକ। ସମ୍ପ୍ରତି ପର୍ଯ୍ୟଟନ ଋତୁରେ ପୁରୀକୁ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ। ତେଣୁ ଶ୍ରୀମନ୍ଦିର ଚାରିପଟେ ଚାଲିଥିବା ଉନ୍ନୟନ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ ଅସ୍ଥାୟୀ ବା ଭ୍ରାମ୍ୟମାଣ ଶୌଚାଳୟ ବ୍ୟବସ୍ଥା କରାଯିବା ଆବଶ୍ୟକ। ତେବେ ଏନେଇ ପୌରସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ବାଇଁ କହିଛନ୍ତି, ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁବିଧା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଉଛି। ଶ୍ରୀମନ୍ଦିର ଚପଲ ଷ୍ଟାଣ୍ଡ ନିକଟରେ ଶ୍ରଦ୍ଧାଳୁଙ୍କ ଲାଗି ଶୌଚାଳୟ ରହିଛି। ସେଠାରେ ସମସ୍ତ ପ୍ରକାର ସୁବିଧା କରାଯାଇଛି। ବର୍ତ୍ତମାନ ପ୍ରକଳ୍ପ କାର୍ଯ୍ୟ ଚାଲିଛି। କାର୍ଯ୍ୟ ସରିବା ପରେ ଶ୍ରଦ୍ଧାଳୁମାନେ ଅଧିକ ସୁବିଧା ପାଇପାରିବେ। ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭ୍ରାମ୍ୟମାଣ ଶୌଚାଳୟ ରଖାଯାଇଥିଲା ବୋଲି ସ୍ବାଇଁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?