ଆଜି ପବିତ୍ର ଅଁଳା ନବମୀ: ରାଧାପାଦ ଦର୍ଶନ କରୁଛନ୍ତି ଭକ୍ତ

ପୁରୀ ଅଫିସ,୨।୧୧: ଆଜି ପବିତ୍ର ଅଁଳା ନବମୀ। ୨ ବର୍ଷ ପରେ ରାଧାପାଦ ଦର୍ଶନ କରୁଛନ୍ତି ଭକ୍ତ। ଲମ୍ବା ଧାଡ଼ିରେ ଯାଇ ଶ୍ରଦ୍ଧାଳୁମାନେ ରାଧାପାଦ ଦର୍ଶନ କରୁଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତ କରାଯାଇଛି। ଏଥିପାଇଁ ୨୦ ପ୍ଲାଟୁନ ଫୋର୍ସ ଓ ୫୦ ଜଣ ଅଫିସରଙ୍କୁ ମୁତୟନ କରାଯାଇଛି। ଧାର୍ଯ୍ୟ ନୀତି ନିର୍ଘଣ୍ଟ ଅନୁଯାୟୀ ସମସ୍ତ ନୀତିକାନ୍ତି କରାଯାଇଛି। ସକାଳ ୬ଟା ପରଠାରୁ ଦର୍ଶନ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ଯାଏ ଚାଲିବ। ଏହାପରେ ପାଳିଆ ପରିବର୍ତ୍ତନ ଲାଗି ଅପରାହ୍ନ ୫ଟାରୁ ଅପରାହ୍ନ ୬ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ପୁଣିଥରେ ସନ୍ଧ୍ୟା ୬ଟାରୁ ରାତି ସାଢେ ୧୧ଟା ପର୍ଯ୍ୟନ୍ତ ଦର୍ଶନ କରିପାରିବେ ଭକ୍ତ।