କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିର ଯାଇପାରିବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୧୧।୧୦: ଦଶହରା, ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏଥିସହ ପୂର୍ବଭଳି ସବୁ ରବିବାର ମଧ୍ୟ ଦର୍ଶନ ବନ୍ଦ ରହିବ। ତେବେ ୨୦ ତାରିଖ କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ହେବ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୮ତାରିଖରେ ପୁରୀ ଆସି ପରିକ୍ରମା ଯୋଜନାରେ ପ୍ରକଳ୍ପ କାର୍ଯ୍ୟର ଶୁଭାରମ୍ଭ କରିବେ। ସୋମବାର ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି, କରୋନା ସଂକ୍ରମଣ ଯୋଗୁ ଚଳିତବର୍ଷ ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନା ବନ୍ଦ ରହିବ। ହବିଷିଆଳିଙ୍କ ପାଇଁ କୌଣସି ବ୍ୟବସ୍ଥା ହେବ ନାହିଁ। ତେଣୁ କାର୍ତ୍ତିକ ବ୍ରତ ଓ ଧର୍ମମାସ ପାଳନ ପାଇଁ ହବିଷିଆଳି ପୁରୀ ନ ଆସିବାକୁ ପରାମର୍ଶ ଦିଆଯାଇଛି। ମାତ୍ର କେହି ମହାପ୍ରଭୁଙ୍କ ଦର୍ଶନ କରିବାକୁ ଚାହିଁଲେ ଆସିପାରିବେ। କାର୍ତ୍ତିକ ମାସରେ କରୋନା ସଂକ୍ରମଣ ବ୍ୟାପିବା ଆଶଙ୍କା ଥିବାରୁ ଏଥର କୌଣସି ବ୍ୟବସ୍ଥା ହେବ ନାହିଁ। ମାତ୍ର ମହାପ୍ରସାଦ ସେବନ ଓ ବିକ୍ରି ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ସେହିଭଳି ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀ, ଅଧିକାରୀ କିମ୍ବା ସେବାୟତ ଯେ କେହି ପାରମ୍ପରିକ ବେଶ ପୋଷାକରେ ଭିତରକାଠ ଆଗକୁ ବା ଗର୍ଭଗୃହକୁ ଯାଇପାରିବେ। କୁମାରପୂର୍ଣ୍ଣିମା ପରଠାରୁ ସେବାୟତମାନେ ପାରମ୍ପରିକ ବେଶ ପୋଷାକରେ ପୋଖରିଆ ଭିତରକୁ ଯିବେ। ସେହିପରି ଦୀପାବଳି ପରଦିନଠାରୁ ପୋଖରିଆ ଭିତରକୁ ଗଲେ ପାରମ୍ପରିକ ବେଶ ପୋଷାକରେ ଯିବାକୁ ବାଧ୍ୟ। ପ୍ରଥମ ପର୍ଯ୍ୟାୟରେ ଏହି ନିଷ୍ପତ୍ତିକୁ କାର୍ଯ୍ୟକାରୀ କରାଯିବା ପରେ ଦ୍ୱିତୀୟ ପର୍ଯ୍ୟାୟରେ ଅନ୍ୟ କିଛି ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri