କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିର ଯାଇପାରିବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୧୧।୧୦: ଦଶହରା, ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏଥିସହ ପୂର୍ବଭଳି ସବୁ ରବିବାର ମଧ୍ୟ ଦର୍ଶନ ବନ୍ଦ ରହିବ। ତେବେ ୨୦ ତାରିଖ କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ହେବ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୮ତାରିଖରେ ପୁରୀ ଆସି ପରିକ୍ରମା ଯୋଜନାରେ ପ୍ରକଳ୍ପ କାର୍ଯ୍ୟର ଶୁଭାରମ୍ଭ କରିବେ। ସୋମବାର ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି, କରୋନା ସଂକ୍ରମଣ ଯୋଗୁ ଚଳିତବର୍ଷ ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନା ବନ୍ଦ ରହିବ। ହବିଷିଆଳିଙ୍କ ପାଇଁ କୌଣସି ବ୍ୟବସ୍ଥା ହେବ ନାହିଁ। ତେଣୁ କାର୍ତ୍ତିକ ବ୍ରତ ଓ ଧର୍ମମାସ ପାଳନ ପାଇଁ ହବିଷିଆଳି ପୁରୀ ନ ଆସିବାକୁ ପରାମର୍ଶ ଦିଆଯାଇଛି। ମାତ୍ର କେହି ମହାପ୍ରଭୁଙ୍କ ଦର୍ଶନ କରିବାକୁ ଚାହିଁଲେ ଆସିପାରିବେ। କାର୍ତ୍ତିକ ମାସରେ କରୋନା ସଂକ୍ରମଣ ବ୍ୟାପିବା ଆଶଙ୍କା ଥିବାରୁ ଏଥର କୌଣସି ବ୍ୟବସ୍ଥା ହେବ ନାହିଁ। ମାତ୍ର ମହାପ୍ରସାଦ ସେବନ ଓ ବିକ୍ରି ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ସେହିଭଳି ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀ, ଅଧିକାରୀ କିମ୍ବା ସେବାୟତ ଯେ କେହି ପାରମ୍ପରିକ ବେଶ ପୋଷାକରେ ଭିତରକାଠ ଆଗକୁ ବା ଗର୍ଭଗୃହକୁ ଯାଇପାରିବେ। କୁମାରପୂର୍ଣ୍ଣିମା ପରଠାରୁ ସେବାୟତମାନେ ପାରମ୍ପରିକ ବେଶ ପୋଷାକରେ ପୋଖରିଆ ଭିତରକୁ ଯିବେ। ସେହିପରି ଦୀପାବଳି ପରଦିନଠାରୁ ପୋଖରିଆ ଭିତରକୁ ଗଲେ ପାରମ୍ପରିକ ବେଶ ପୋଷାକରେ ଯିବାକୁ ବାଧ୍ୟ। ପ୍ରଥମ ପର୍ଯ୍ୟାୟରେ ଏହି ନିଷ୍ପତ୍ତିକୁ କାର୍ଯ୍ୟକାରୀ କରାଯିବା ପରେ ଦ୍ୱିତୀୟ ପର୍ଯ୍ୟାୟରେ ଅନ୍ୟ କିଛି ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri