ମନ୍ଦିରକୁ ଭକ୍ତ ନେଇପାରିବେ ନାହିଁ ପୂଜା ସାମଗ୍ରୀ

ବରଗଡ଼ ଅଫିସ୍‌,୪।୮: ବରଗଡ଼ ଜିଲାରେ ଗୁରୁବାରଠାରୁ ମନ୍ଦିର, ଚର୍ଚ୍ଚ, ମସଜିଦ ଆଦି ଧାର୍ମିକ ଅନୁଷ୍ଠାନ କୋଭିଡ୍‌ କଟକଣା ମଧ୍ୟରେ ଖୋଲିବ । ବୁଧବାର ଜିଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ନିଷ୍ପତ୍ତି ଅନୁଯାୟୀ, ଧାର୍ମିକ ଅନୁଷ୍ଠାନ ଖୋଲିବା ପୂର୍ବରୁ ସ୍ଥାନୀୟ ତହସିଲଦାର, ଥାନା ଅଧିକାରୀ, ପଞ୍ଚାୟତ ପ୍ରତିନିଧି, ଅନୁଷ୍ଠାନର ପରିଚାଳନା କମିଟି ମଧ୍ୟରେ ଏକ ବୈଠକ କରିବାକୁ ପରାମର୍ଶ ଦିଆଯାଇଛି । ସେହିପରି ସ୍ଥାନୀୟ ରାଜସ୍ବ ନିରୀକ୍ଷକ ଗ୍ରାମ ମୁଖ୍ୟ, ପୂଜକଙ୍କୁ ପୂଜା, ଦର୍ଶନ ନେଇ ରହିଥିବା କଟକଣା ଉପରେ ଅବଗତ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ତେବେ କଣ୍ଟେନମେଣ୍ଟ ଜୋନରେ ଧାର୍ମିକ ଅନୁଷ୍ଠାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ରହିଛି । ସେହିପରି ଧାର୍ମିକ ଅନୁଷ୍ଠାନରେ ଗୋଟିଏ ପ୍ରବେଶ, ପ୍ରସ୍ଥାନ ଦ୍ୱାର ଖୋଲା ରଖିବା, ପରସ୍ପର ମଧ୍ୟରେ ୬ ଫୁଟ୍‌ ସାମାଜିକ ଦୂରତା ଅବଳମ୍ବନ, ମାସ୍କ ପରିଧାନ, ବିନା ଲକ୍ଷଣ ରହିଥିବା ଲୋକଙ୍କୁ ଧାର୍ମିକ ଅନୁଷ୍ଠାନ ପ୍ରବେଶ, ପୂଜଙ୍କ ସ୍ବାସ୍ଥ୍ୟ ପରୀକ୍ଷା, ଧାର୍ମିକ ଅନୁଷ୍ଠାନ ଆଗରେ କୋଭିଡ୍‌ ଗାଇଡ୍‌ ଲାଇନର ସୂଚନା ଫଳକ ଆଦି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଧାର୍ମିକ ଅନୁଷ୍ଠାନରେ ରହିଥିବା ଦେବା, ଦେବୀଙ୍କ ମୂର୍ତ୍ତିକୁ ଭକ୍ତମାନେ ସ୍ପର୍ଶ କରିବାକୁ ବାରଣ କରାଯାଇ ଥିବା ବେଳେ ଦୀପ, ଫୁଲ, ପ୍ରସାଦ ଭଳି ସାମଗ୍ରୀ ଧାର୍ମିକ ଅନୁଷ୍ଠାନକୁ ଆଣିବାକୁ ମନା କରାଯାଇଛି । ତେବେ ଧାର୍ମିକ ଅନୁଷ୍ଠାନରେ ପ୍ରସାଦ ସେବନକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ୬୫ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ, ଗର୍ଭବତୀ ମହିଳା, ୧୦ବର୍ଷରୁ କମ୍‌ ବୟସ୍କ ଶିଶଙ୍କୁ ଧାର୍ମିକ ଅନୁଷ୍ଠାନଗୁଡ଼ିକୁ ନ ଆସିବାକୁ ପରାମର୍ଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri