ମନ୍ଦିରକୁ ଭକ୍ତ ନେଇପାରିବେ ନାହିଁ ପୂଜା ସାମଗ୍ରୀ

ବରଗଡ଼ ଅଫିସ୍‌,୪।୮: ବରଗଡ଼ ଜିଲାରେ ଗୁରୁବାରଠାରୁ ମନ୍ଦିର, ଚର୍ଚ୍ଚ, ମସଜିଦ ଆଦି ଧାର୍ମିକ ଅନୁଷ୍ଠାନ କୋଭିଡ୍‌ କଟକଣା ମଧ୍ୟରେ ଖୋଲିବ । ବୁଧବାର ଜିଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ନିଷ୍ପତ୍ତି ଅନୁଯାୟୀ, ଧାର୍ମିକ ଅନୁଷ୍ଠାନ ଖୋଲିବା ପୂର୍ବରୁ ସ୍ଥାନୀୟ ତହସିଲଦାର, ଥାନା ଅଧିକାରୀ, ପଞ୍ଚାୟତ ପ୍ରତିନିଧି, ଅନୁଷ୍ଠାନର ପରିଚାଳନା କମିଟି ମଧ୍ୟରେ ଏକ ବୈଠକ କରିବାକୁ ପରାମର୍ଶ ଦିଆଯାଇଛି । ସେହିପରି ସ୍ଥାନୀୟ ରାଜସ୍ବ ନିରୀକ୍ଷକ ଗ୍ରାମ ମୁଖ୍ୟ, ପୂଜକଙ୍କୁ ପୂଜା, ଦର୍ଶନ ନେଇ ରହିଥିବା କଟକଣା ଉପରେ ଅବଗତ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ତେବେ କଣ୍ଟେନମେଣ୍ଟ ଜୋନରେ ଧାର୍ମିକ ଅନୁଷ୍ଠାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ରହିଛି । ସେହିପରି ଧାର୍ମିକ ଅନୁଷ୍ଠାନରେ ଗୋଟିଏ ପ୍ରବେଶ, ପ୍ରସ୍ଥାନ ଦ୍ୱାର ଖୋଲା ରଖିବା, ପରସ୍ପର ମଧ୍ୟରେ ୬ ଫୁଟ୍‌ ସାମାଜିକ ଦୂରତା ଅବଳମ୍ବନ, ମାସ୍କ ପରିଧାନ, ବିନା ଲକ୍ଷଣ ରହିଥିବା ଲୋକଙ୍କୁ ଧାର୍ମିକ ଅନୁଷ୍ଠାନ ପ୍ରବେଶ, ପୂଜଙ୍କ ସ୍ବାସ୍ଥ୍ୟ ପରୀକ୍ଷା, ଧାର୍ମିକ ଅନୁଷ୍ଠାନ ଆଗରେ କୋଭିଡ୍‌ ଗାଇଡ୍‌ ଲାଇନର ସୂଚନା ଫଳକ ଆଦି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଧାର୍ମିକ ଅନୁଷ୍ଠାନରେ ରହିଥିବା ଦେବା, ଦେବୀଙ୍କ ମୂର୍ତ୍ତିକୁ ଭକ୍ତମାନେ ସ୍ପର୍ଶ କରିବାକୁ ବାରଣ କରାଯାଇ ଥିବା ବେଳେ ଦୀପ, ଫୁଲ, ପ୍ରସାଦ ଭଳି ସାମଗ୍ରୀ ଧାର୍ମିକ ଅନୁଷ୍ଠାନକୁ ଆଣିବାକୁ ମନା କରାଯାଇଛି । ତେବେ ଧାର୍ମିକ ଅନୁଷ୍ଠାନରେ ପ୍ରସାଦ ସେବନକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ୬୫ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ, ଗର୍ଭବତୀ ମହିଳା, ୧୦ବର୍ଷରୁ କମ୍‌ ବୟସ୍କ ଶିଶଙ୍କୁ ଧାର୍ମିକ ଅନୁଷ୍ଠାନଗୁଡ଼ିକୁ ନ ଆସିବାକୁ ପରାମର୍ଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri