ସ୍ନାନବେଦିରେ ଶ୍ରୀବିଗ୍ରହଙ୍କୁ ଛୁଇଁପାରିବେନି ଶ୍ରଦ୍ଧାଳୁ

ପୁରୀ ଅଫିସ,୩୦।୫: ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ରଥଯାତ୍ରା ପୂର୍ବରୁ ନୀଳାଦ୍ରି ଭକ୍ତନିବାସରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯିବା ସହ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପରିଚାଳନା କମିଟିର ଅଧ୍ୟକ୍ଷ ଗଜପତି ମହାରାଜା ଦେଶ ବାହାରେ ଥିବାରୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ପ୍ରଦୀପ ଜେନା ବୈଠକରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ପରିଚାଳନା କମିଟିର ସଦସ୍ୟ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ରଞ୍ଜନ କୁମାର ଦାସ, ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ସମର୍ଥ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ ସବ୍‌କମିଟି ଓ ଛତିଶା ନିଯୋଗ ଦ୍ୱାରା ଅନୁମୋଦିତ ହୋଇଥିବା ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତିନିର୍ଘଣ୍ଟକୁ ମୋହର ମାରିଛି ପରିଚାଳନା କମିଟି। ସେହିପରି ସ୍ନାନଯାତ୍ରା ଦିନ ପହଣ୍ଡିପରଠାରୁ ଭକ୍ତଙ୍କ ନିରବଚ୍ଛିନ ଦର୍ଶନ ଚାଲୁ ରହିବ ବୋଲି ବୈଠକରେ ଆଲୋଚନା ହୋଇଥିଲା। ସ୍ନାନବେଦିରେ ଅବରୋଧ ମୁକ୍ତ ଦର୍ଶନ ଉପରେ ଗୁରୁତ୍ୱ ଦିଆଯାଇଛି। ତେବେ ସ୍ନାନବେଦିରେ ଶ୍ରଦ୍ଧାଳୁ ଶ୍ରୀବିଗ୍ରହଙ୍କୁ ସ୍ପର୍ଶ କରିପାରିବେ ନାହିଁ। ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ଠିକ୍‌ ସମୟରେ ସରିବ ବୋଲି କାର୍ଯ୍ୟକାରୀ ଅଧ୍ୟକ୍ଷ ସୂଚନା ଦେଇଛନ୍ତି। ପରିକ୍ରମା ପ୍ରକଳ୍ପ ନେଇ ପ୍ରସ୍ତୁତ ହୋଇଥିବା ଭିଡିଓକୁ ନେଇ ବାରମ୍ବାର ବୈଠକ ହୋଇ ସମୀକ୍ଷା କରାଯିବ। ସେହିପରି ୨୦୨୪-୨୫ ବର୍ଷ ସୁଦ୍ଧା ସେବାୟତ ପିଲାଙ୍କ ପାଇଁ ଆବଶ୍ୟକ ଗୁରୁକୁଳ ନିର୍ମାଣ କରାଯିବ।
ସମ୍ପର୍କରେ କାର୍ଯ୍ୟକାରୀ ଅଧ୍ୟକ୍ଷ ଜେନା କହିଛନ୍ତି, ପୂର୍ବରୁ ନୀତି ସବ୍‌ କମିଟି ଓ ଛତିଶା ନିଯୋଗ ବୈଠକରେ ହୋଇଥିବା ନୀତି ନିର୍ଘଣ୍ଟ ଉପରେ ଆଲୋଚନା ହୋଇ ପରିଚାଳନା ବୈଠକରେ ତାହା ଅନୁମୋଦିତ ହୋଇଛି। ଗୁରୁକୁଳ ସମ୍ପର୍କରେ ଆଲୋଚନା ହୋଇ ୨୦୨୪ -୨୫ ସୁଦ୍ଧା ତାହା କାର୍ଯ୍ୟକାରୀ କରାଯିବ। ଶ୍ରୀମନ୍ଦିର ପରିକ୍ରମା ମାର୍ଗର କାର୍ଯ୍ୟ ଖୁବ୍‌ଶୀଘ୍ର ଶେଷ ହେବ। ଭକ୍ତଙ୍କ ଶୃଙ୍ଖଳିତ ଯିବାଆସିବା ଉପରେ ଗୁରୁତ୍ୱ ଦିଆଯିବ। ସେହିପରି ହସ୍ତତନ୍ତ୍ର ନିର୍ଦ୍ଦେଶାଳୟ ସହଯୋଗରେ ନୂତନ ଓ ବୈଜ୍ଞାନିକ ଶୈଳୀରେ ରେଶମ ବସ୍ତ୍ର ଏଣିକି ଶ୍ରୀମନ୍ଦିରରେ ବ୍ୟବହାର କରାଯିବ। ପରୀକ୍ଷାମୂଳକ ଭାବେ ପ୍ରଥମେ ରେଶମ ପୋକକୁ ନ ମାରି ୮୮ମିଟର ଲମ୍ବର ଗୀତ ଗୋବିନ୍ଦ ପାଟ ପ୍ରସ୍ତୁତ କରାଯାଇଛି । ଏହାକୁ ସାତ୍ତ୍ୱିକ ରେଶମ ବୋଲି ନାମ ଦିଆଯିବ। ପୂର୍ବରୁ ଏହି ଲମ୍ବର ଗୀତଗୋବିନ୍ଦ ପାଟ ପ୍ରସ୍ତୁତ ନେଇ ୪ରୁ ୭ଲକ୍ଷ ପୋକ ମାରି ରେଶମ ସୂତା ବାହାରୁଥିଲା। ଏବେ ରେଶମ ପୋକ ନ ମାରି ରେଶମ ବସ୍ତ୍ର ଶ୍ରୀମନ୍ଦିରରେ ବ୍ୟବହାର ହେବ। ଫଳରେ ବିନା ଜୀବ ହତ୍ୟାରେ ବସ୍ତ୍ର ପ୍ରସ୍ତୁତ ହୋଇପାରିବ। ଆଗମୀ ଦିନରେ କିପରି ଅଧିକ ବସ୍ତ୍ର ପ୍ରସ୍ତୁତ ହୋଇପାରିବ ସେନେଇ ଆଲୋଚନା ହୋଇଥିଲା। ଶ୍ରୀମନ୍ଦିର ଭିତର ବ୍ୟବସ୍ଥାକୁ ଯେପର ଅଧିକ ସୃଦୁଢ଼ କରାଯିବ ସେନେଇ ଆଲୋଚନା ହୋଇଛି। ସେହିଭଳି ନୀତି ବିଳମ୍ବକୁ ନେଇ ଜେନା କହିଛନ୍ତି, ବର୍ତ୍ତମାନ ଭିତର ଚନ୍ଦନ ଏବଂ ଅନ୍ୟାନ୍ୟ ବିଶେଷ ନୀତି ଚାଲିଥିବାରୁ ନୀତି ବିଳମ୍ବ ହେଉଛି। ଅପରପକ୍ଷେ ଭକ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି ତାହା ବି କିଛିଟା କାରଣ ରହିଛି। ଭକ୍ତ ପାଇଁ ଚାରିଦ୍ୱାର ଖୋଲିବା ପ୍ରସ୍ତାବ ନେଇ ଆଲୋଚନା କରାଯିବ ବୋଲି କହିଛନ୍ତି। ମହାପ୍ରଭୁଙ୍କ ରତ୍ନପଲଙ୍କରେ ବ୍ୟବହାର ହେବାକୁ ଥିବା ହାତୀଦାନ୍ତ ନେଇ ସରକାର ଏବଂ ଜଙ୍ଗଲ ବିଭାଗ ସହ ଆଲୋଚନା କରାଯିବ। ଶ୍ରୀମନ୍ଦିର ପରିଚାଳନା କମିଟି ସସଦ୍ୟ ଦୁର୍ଗା ଦାସ ମହାପାତ୍ର କହିଛନ୍ତି, ରାଜେନ୍ଦ୍ର ଅଭିଷେକଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ବୈଠକରେ ଅନୁମୋଦିତ ହେଲା। ସ୍ନାନବେଦିରେ ଶୃଙ୍ଖଳିତ ଦର୍ଶନ ସହ ଅବରୋଧ ମୁକ୍ତ ଦର୍ଶନ ନେଇ ଆଲୋଚନା କରାଯାଇଛି। ବୈଠକରେ ଶୃଙ୍ଖଳିତ ଦର୍ଶନ କିପରି ହୋଇପାରିବ ସେ ନେଇ ସମସ୍ତେ ପ୍ରତିଶ୍ରୁତି ଦେଇଛନ୍ତି। ସ୍ନାନବେଦି ତଳେ ଭକ୍ତମାନେ ଦର୍ଶନ କରିବେ। ତେବେ ସକାଳଧୂପ ସରିବା ପରେ ଭକ୍ତମାନେ ସ୍ନାନବେଦିକୁ ଯିବେ କିନ୍ତୁ ଠାକୁରଙ୍କୁ ସ୍ପର୍ଶ କରିପାରିବେ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri