ରଥଯାତ୍ରା ଦେଖିପାରିବେନି ଶ୍ରଦ୍ଧାଳୁ!

ଭୁବନେଶ୍ୱର,୩।୭(ବ୍ୟୁରୋ): ଚଳିତ ଥର ମଧ୍ୟ କରୋନା କଟକଣାରେ ଅନୁଷ୍ଠିତ ହେବ ରଥଯାତ୍ରା। ଏଥିର ବି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ। ଘରେ ରହି ଠାକୁରଙ୍କ ଆଶୀର୍ବାଦ ଭିକ୍ଷା କରିବେ ଶ୍ରଦ୍ଧାଳୁ। କିଛି ଏଭଳି ନିଷ୍ପତ୍ତି ନେଇଛନ୍ତି ପୁରୀ ଜିଲାପାଳ। ଚଳିତ ଥର ପୁରୀ ବଡ଼ଦାଣ୍ଡରେ ଛାତ ଉପରେ ରଥଯାତ୍ରା ଦେଖିବାକୁ କଟକଣା କରାଯାଇଛି। ବଡ଼ ଦାଣ୍ଡର ଉଭୟ ପାର୍ଶ୍ୱରେ ଥିବା ଘର ଛାତ ଉପରେ ଲୋକମାନେ ଠିଆ ହୋଇ ରଥଯାତ୍ରା ଦେଖିପାରିବେନି। ପୂର୍ବ ନିଷ୍ପତ୍ତିରେ ପରିବର୍ତ୍ତନ କଲା ଜିଲାପ୍ରଶାସନ। ରଥଯାତ୍ରା ବେଳେ ଶ୍ରଦ୍ଧାଳୁମାନେ ଘର ଭିତରେ ରହିବେ ବୋଲି ଜିଲାପାଳ କହିଛନ୍ତି। ଏଥିସହ ବଡ଼ଦାଣ୍ଡରେ ଥିବା ହୋଟେଲଗୁଡ଼ିକର ମଧ୍ୟ ସର୍ଭେ କରାଯାଇ ଖାଲି କରାଯିବ। ୨ ଦିନ ପୂର୍ବରୁ ବଡ଼ଦାଣ୍ଡରେ ଥିବା ହୋଟୋଲ ଓ ଧର୍ମଶାାଳାକୁ ଖାଲି କରାଯିବ। ବଡ଼ଦାଣ୍ଡରେ ୨୦୦ରୁ ଊର୍ଦ୍ଧ୍ୱ ଘର ଓ ୪୧ଟି ହୋଟୋଲ ଚିହ୍ନଟ କରାଯାଇଛି। ତେବେ ଏନେଇ ଘର ଓ ହୋଟେଲ ମାଲିକଙ୍କ ସହ ପୋଲିସ ଆଲୋଚନା କରିବ। ଏତଦ୍‌ ବ୍ୟତୀତ ଥାଯାତ୍ରା ବେଳେ ଟାଉନରେ ୧୪୪ ଧାରା କର୍ଫ୍ୟୁ ବଳବତ୍ତର ରହିବ। ରଥଯାତ୍ରାର ଗୋଟିଏ ରାତି ପୁର୍ବରୁ ଓ ପରଦିନ ଅପରାହ୍ନ ଯାଏଁ ଏହି କର୍ଫ୍ୟୁ ଜାରି ରହିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri