କଟକଣା ସତ୍ତ୍ୱେ ଗୁଣ୍ଡିଚା ମନ୍ଦିରରେ ପଶିଲେ ଭକ୍ତ

ପୁରୀ ଅଫିସ,୨୮।୭:ପ୍ରଶାସନର କଡ଼ା କଟକଣା ସତ୍ତ୍ୱେ ମଙ୍ଗଳବାର ଶ୍ରୀଗୁଣ୍ଡିଚା ମନ୍ଦିରରେ ୪ଜଣ ବ୍ୟକ୍ତି ଅନଧିକାର ପ୍ରବେଶ କରିଛନ୍ତି। ଏହାକୁ ନେଇ ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନ ଉଠିଛି। ଜଣେ ମହିଳା ଓ ଜଣେ ପୁରୁଷ ଭକ୍ତଙ୍କ ସହ ୨ଜଣ ପୋଲିସ କର୍ମଚାରୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ପ୍ରବେଶ କରିଥିବା ଭିଡିିଓ ଫୁଟେଜ୍‌ରେ ଦେଖିବାକୁ ମିଳିଛି। ସେମାନେ ରାଜ୍ୟ ବାହାରର ବୋଲି ଆଲୋଚନା ହେଉଛି।
ସମ୍ପୃକ୍ତ ପୋଲିସ ଅଫିସର ଦ୍ୱୟଙ୍କୁ ପଚାରିବାରେ କହିଛନ୍ତି, ମନ୍ଦିର ଭିତରକୁ ଯାଇନାହୁଁ। ଅଳ୍ପ ବାଟ ଯାଇ ଫେରିଆସିଛୁ। ଅନ୍ୟପକ୍ଷରେ, ସମ୍ପୃୃକ୍ତ ବ୍ୟକ୍ତିମାନେ ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ଦୀର୍ଘ ସମୟ କଟାଇ ଫେରିଥିବା ଭିଡିଓରୁ ସ୍ପଷ୍ଟ ହେଉଛି। ଭକ୍ତଦ୍ୱୟଙ୍କ ବେଶପୋଷାକରୁ ଇସ୍କନ ବୈଷ୍ଣବ ଧର୍ମାବଲମ୍ବୀଙ୍କ ଭଳି ଦେଖା ଯାଉଛନ୍ତି। ସମ୍ପୃକ୍ତ ମହିଳା ଓ ପୁରୁଷ ଭକ୍ତ ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରି ସଙ୍ଗେସଙ୍ଗେ ଏକ ଚାରିଚକିଆ ଯାନ (ଓଡି-ଓଟୁଏଏସ୍‌-୩୫୩୬)ରେ ବସି ଚାଲିଯାଇଥିଲେ। ସମ୍ପୃକ୍ତ ୨ପୋଲିସ ଅଫିସରଙ୍କ ପୋଷାକରେ କେ.ରି.ପୁ ଲେଖାଥିବାରୁ ସେମାନେ କେନ୍ଦ୍ରୀୟ ସୁରକ୍ଷା ବଳ କର୍ମଚାରୀ ବୋଲି ଅନୁମାନ କରାଯାଉଛି। ତେବେ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ସେମାନେ କିପରି ପ୍ରବେଶ କଲେ ତାହା ସାଧାରଣରେ ପ୍ରଶ୍ନବାଚୀ ହୋଇଛି। ଏଥିପାଇଁ ସହରବାସୀ ହୁଗୁଳା ସୁରକ୍ଷା ବ୍ୟବସ୍ଥାକୁ ଦାୟୀ କରିଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିର ସୁରକ୍ଷା ଦାୟିତ୍ୱକୁ ପ୍ରଶାସନ ଏତେ ହାଲୁକାରେ ନେବା ଉଚିତ୍‌ ନୁହେଁ ବୋଲି ସୁରକ୍ଷା ଅଧିକାର କର୍ମୀ ବିଶ୍ୱଜିତ ମହାନ୍ତି କହିଛନ୍ତି। ଅନ୍ୟପକ୍ଷରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଛନ୍ତି, ସୁରକ୍ଷାକର୍ମୀ ନ ଥିବା ବେଳେ ସମ୍ପୃକ୍ତ ବ୍ୟକ୍ତିମାନେ ମନ୍ଦିରରେ ପ୍ରବେଶ କରିଛନ୍ତି। ସେମାନଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ। ତେବେ ଅନଧିକାର ପ୍ରବେଶ କଥା ସତ। ଭିଡିଓ ଫୁଟେଜରୁ ଏହା ବାରି ହେଉଛି। ଭିଡିଓରେ ଦେଖାଯାଉଥିବା ପୋଲିସ କର୍ମଚାରୀ ଓଡ଼ିଶା ପୋଲିସର ନୁହନ୍ତି। ଗାଡ଼ି ନମ୍ବର ସ୍ପଷ୍ଟ ଭାବେ ଜଣାପଡ଼ୁନାହିଁ। ତଥାପି ପ୍ରଶାସନ ଏହି ପ୍ରସଙ୍ଗକୁ ଗୁରୁତ୍ୱର ସହ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?