ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନେଇ ଏକ ସ୍ୱତନ୍ତ୍ର ବୈଠକ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ପରିଚାଳନା କମିଟିର ସଭାପତି ଏସ୍. ରାମମୋହନ ରାଓ ଓ ସମ୍ପାଦକ ବି. ଶ୍ରୀନିବାସଙ୍କ ସଂଯୋଜନାରେ ଆୟୋଜିତ ଏହି ବୈଠକରେ ମନ୍ଦିରର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସହ ଚଳିତ ବର୍ଷର ଠାକୁରାଣୀ ଯାତ୍ରାର ସଫଳ ଆୟୋଜନ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା।

ଯାତ୍ରା କମିଟିର ପରିଚାଳକ ସିଏଚ୍. ଦୟାନନ୍ଦ ରେଡ୍ଡୀ, ସହକାରୀ ପରିଚାଳକ ଏମ୍. ସମରେନ୍ଦ୍ର ସେନାପତି, ସମ୍ପାଦକ ପି. ରାଜୁ, ସିଏଚ୍. ଚିନ୍ନାବାବୁ, ଏମ୍. ଶ୍ରୀନିବାସ, ଦିଲ୍ଲୀପ କୁମାର ପାଳ ଓ ଅନ୍ୟାନ୍ୟ ସଦସ୍ୟମାନେ ଉପସ୍ଥିତ ରହି ଚଳିତ ବର୍ଷର ଠାକୁରାଣୀ ଯାତ୍ରା ଶାନ୍ତି, ଶୃଙ୍ଖଳା ଓ ଭବ୍ୟତାର ସହିତ ସମ୍ପନ୍ନ ହୋଇଥିବାରୁ ମନ୍ଦିର ପରିଚାଳନା କମିଟି, ଛତ୍ରପୁର ଓ ଆଖପାଖ ଅଞ୍ଚଳର ଜନସାଧାରଣ, ଶ୍ରଦ୍ଧାଳୁ, ପୋଲିସ ପ୍ରଶାସନ, ଛତ୍ରପୁର ବିଧାୟକ, ଜନପ୍ରତିନିଧି ଏବଂ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କୃତଜ୍ଞତା ଜଣାଇଥିଲେ।

ଏହି ଅବସରରେ ଯାତ୍ରା କମିଟିର ପରିଚାଳକ ସିଏଚ୍. ଦୟାନନ୍ଦ ରେଡ୍ଡୀ ମା’ ରାମାୟଣାମ୍ମା ମନ୍ଦିର ପରିଚାଳନା କମିଟିକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ ଏକ ଶୀତତାପ ନିୟନ୍ତ୍ରଣ ଯନ୍ତ୍ର (ଏସି) ପ୍ରଦାନ କରିଥିଲେ। ସେହିପରି ନୀଳକଣ୍ଠେଶ୍ୱର ମନ୍ଦିର ପରିଚାଳନା କମିଟିକୁ ମଧ୍ୟ ୧୦ ହଜାର ଟଙ୍କା ଅନୁଦାନ ପ୍ରଦାନ କରାଯାଇଥିଲା।

ଏହି ମହତ୍ କାର୍ଯ୍ୟ ପାଇଁ ଯାତ୍ରା କମିଟିର ପରିଚାଳକ ଏବଂ ସମସ୍ତ ସଦସ୍ୟଙ୍କୁ ଉପସ୍ଥିତ ଅତିଥି ଓ ସଦସ୍ୟମାନେ ପ୍ରଶଂସା କରିବା ସହ ଶୁଭେଚ୍ଛା ଜଣାଇଥିଲେ।ବୈଠକରେ ମନ୍ଦିର ପରିଚାଳନା କମିଟିର କୋଷାଧ୍ୟକ୍ଷ ଏନ୍. ପ୍ରଭାକର ରାଓ, ଉପଦେଷ୍ଟା ଏ. ରାବଣା ରାଓ, ରବୀନ୍ଦ୍ର ନାଥ ସାହୁ, ଏମ୍. ସତ୍ୟନାରାୟଣ, ଲିଙ୍ଗରାଜ ରେଡ୍ଡୀ, ଏସ୍. ଦାଲେୟା ରେଡ୍ଡୀ, କେ. ରାମବାବୁ, ଏସ୍. ରମେଶ ରେଡ୍ଡୀ, ବୁଲୁ ରେଡ୍ଡୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଶେଷରେ ଯାତ୍ରା କମିଟିର ସମ୍ପାଦକ ବି. ଶ୍ରୀନିବାସ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ବୈଠକର ସମାପ୍ତି ଘୋଷଣା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri