ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ବଞ୍ଚିତ ହେଲେ ସହସ୍ରାଧିକ ଶ୍ରଦ୍ଧାଳୁ

ପୁରୀ ଅଫିସ,୮।୭: ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ଶୁକ୍ରବାର ବଞ୍ଚିତ ହୋଇଛନ୍ତି ସହସ୍ରାଧିକ ଶ୍ରଦ୍ଧାଳୁ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆଳରେ ଦର୍ଶନ ବ୍ୟବସ୍ଥାକୁ ବନ୍ଦ କରିଦିଆଯିବାରୁ ଭକ୍ତମାନେ ପ୍ରଶାସନକୁ ସମାଲୋଚନା କରିଛନ୍ତି।

ପ୍ରଥମେ ଭୋର ୫ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସନ୍ଧ୍ୟା ଦର୍ଶନ ଲାଗି ପ୍ରଶାସନ ନିଷ୍ପତ୍ତି ନେଇଥିଲା। ଏହି ଅନୁଯାୟୀ ଦର୍ଶନ ଚାଲଥିଲା। ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପରେ ଅଧିକ ଦୁଇଘଣ୍ଟା ସମୟ ବୃଦ୍ଧି କରାଯାଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦର୍ଶନ ଚାଲିଲା। ବ୍ୟାରିକେଡ୍‌ରେ ଥିବା ଭକ୍ତମାନେ ଆଡ଼ପମଣ୍ଡପରେ ଦାରୁଦିଅଁଙ୍କ ଦର୍ଶନ ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିଥିଲେ। ୨ଲକ୍ଷରୁ ଊର୍ଦ୍ଧ୍ୱ ଭକ୍ତ ଧାଡ଼ି ଦର୍ଶନର ସୁବିଧା ପାଇଥିଲେ। ଏହାପରେ ବାହୁଡ଼ା ଯାତ୍ରା ପ୍ରସ୍ତୁତି ପାଇଁ ଶ୍ରୀଗୁଣ୍ଡିଚା ସିଂହଦ୍ୱାରକୁ ବନ୍ଦ କରି ଦିଆଯାଇଥିଲା। ଫଳରେ ବ୍ୟାରିକେଡ୍‌ ବାହାରେ ଆପେକ୍ଷା କରିଥିବା ସହସ୍ରାଧିକ ଶ୍ରଦ୍ଧାଳୁଙ୍କୁ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବାକୁ ପଡ଼ିଛି। ସେମାନେ ଅସନ୍ତୋଷ ପ୍ରକାଶ କରିବା ସହ ପ୍ରଶାସନିକ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଥିବା ବେଳେ ନିରାଶରେ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri