ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ବଞ୍ଚିତ ହେଲେ ସହସ୍ରାଧିକ ଶ୍ରଦ୍ଧାଳୁ

ପୁରୀ ଅଫିସ,୮।୭: ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ଶୁକ୍ରବାର ବଞ୍ଚିତ ହୋଇଛନ୍ତି ସହସ୍ରାଧିକ ଶ୍ରଦ୍ଧାଳୁ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆଳରେ ଦର୍ଶନ ବ୍ୟବସ୍ଥାକୁ ବନ୍ଦ କରିଦିଆଯିବାରୁ ଭକ୍ତମାନେ ପ୍ରଶାସନକୁ ସମାଲୋଚନା କରିଛନ୍ତି।

ପ୍ରଥମେ ଭୋର ୫ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସନ୍ଧ୍ୟା ଦର୍ଶନ ଲାଗି ପ୍ରଶାସନ ନିଷ୍ପତ୍ତି ନେଇଥିଲା। ଏହି ଅନୁଯାୟୀ ଦର୍ଶନ ଚାଲଥିଲା। ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପରେ ଅଧିକ ଦୁଇଘଣ୍ଟା ସମୟ ବୃଦ୍ଧି କରାଯାଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦର୍ଶନ ଚାଲିଲା। ବ୍ୟାରିକେଡ୍‌ରେ ଥିବା ଭକ୍ତମାନେ ଆଡ଼ପମଣ୍ଡପରେ ଦାରୁଦିଅଁଙ୍କ ଦର୍ଶନ ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିଥିଲେ। ୨ଲକ୍ଷରୁ ଊର୍ଦ୍ଧ୍ୱ ଭକ୍ତ ଧାଡ଼ି ଦର୍ଶନର ସୁବିଧା ପାଇଥିଲେ। ଏହାପରେ ବାହୁଡ଼ା ଯାତ୍ରା ପ୍ରସ୍ତୁତି ପାଇଁ ଶ୍ରୀଗୁଣ୍ଡିଚା ସିଂହଦ୍ୱାରକୁ ବନ୍ଦ କରି ଦିଆଯାଇଥିଲା। ଫଳରେ ବ୍ୟାରିକେଡ୍‌ ବାହାରେ ଆପେକ୍ଷା କରିଥିବା ସହସ୍ରାଧିକ ଶ୍ରଦ୍ଧାଳୁଙ୍କୁ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବାକୁ ପଡ଼ିଛି। ସେମାନେ ଅସନ୍ତୋଷ ପ୍ରକାଶ କରିବା ସହ ପ୍ରଶାସନିକ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଥିବା ବେଳେ ନିରାଶରେ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri