ଭକ୍ତଙ୍କୁ ଧୋତି ପିନ୍ଧାଇଲେ ସେବାୟତ

ପୁରୀ ଅଫିସ, ୨୯।୧୦(ଅଜିତ୍‌ ମହାନ୍ତି) : ଶ୍ରୀମନ୍ଦିରକୁ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରି ମହାପ୍ରଭୁଙ୍କ ଦର୍ଶନ କରିବା ଉପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହେବା ପରେ ବର୍ତ୍ତମାନ ଭକ୍ତମାନଙ୍କୁ ଏନେଇ ସଚେତନତା କରାଯାଉଛି। ଏହି ନିୟମ ଆସନ୍ତାବର୍ଷ ଜାନୁୟାରୀରୁ କଡ଼ାକଡ଼ି ପାଳନ କରାଯିବ। ତେବେ ରବିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। କେତେକ ବ୍ୟକ୍ତି ହାଫ୍‌ ପ୍ୟାଣ୍ଟ ପିନ୍ଧି ଶ୍ରୀମନ୍ଦିର ପରିସରକୁ ଯାଉଥିବା ଭକ୍ତମାନଙ୍କୁ କିଛି ସେବାୟତ ଧୋତି ପିନ୍ଧାଇ ସଚେତନ କରୁଥିବା ଦେଖିବାକୁ ମିଳିଛି। ସେହିପରି କେତେକ ଭକ୍ତ ଶର୍ଟ ପ୍ୟାଣ୍ଟ ଓ ଟି ଶାର୍ଟ ପିନ୍ଧିଥିବା ଭକ୍ତଙ୍କୁ ସିଂହଦ୍ୱାର ନିକଟରେ ଅଟକାଇ ତାଙ୍କୁ ଧୋତି ପିନ୍ଧାଇଥିଲେ। ଶ୍ରୀମନ୍ଦିରକୁ ଆସିଥିବା ଭକ୍ତମାନଙ୍କୁ ପୋଷାକ ଶାଳୀନତା ଉପରେ ସଚେତନ କରିବା ଘଟଣାକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। ସୂଚନା ଅନୁସାରେ, ୨ ଜଣ ଯୁବକ ହାଫ୍‌ ପ୍ୟାଣ୍ଟ ପିନ୍ଧି ଶ୍ରୀମନ୍ଦିରକୁ ପ୍ରବେଶ କରୁଥିବାବେଳେ ସେଠାରେ ଉପସ୍ଥିତ ଜଗନ୍ନାଥ ମନ୍ଦିର ପୋଲିସ, ସେବାୟତ ତାଙ୍କୁ ଅଟକାଇଥିଲେ। ପରେ ୨ଟି ଧୋତି ଅଣାଯାଇ ସେବାୟତମାନେ ସେହି ଯୁବକମାନଙ୍କୁ ପିନ୍ଧାଇଥିବା ଦେଖିବାକୁ ମିଳିଥିଲା । ତେବେ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଅନୁସାରେ ମହିଳାମାନେ ସାଲଓ୍ବାର, ଶାଢ଼ି ଆଦି ବସ୍ତ୍ର ପରିଧାନ କରିବାକୁ କୁହାଯାଉଛି। ଦେହ ସମ୍ପୂର୍ଣ୍ଣ ଘୋଡାଇ ହୋଇ ରହୁଥିବା ଭଳି ଡ୍ରେସ ପିନ୍ଧିବାକୁ ନିୟମ ହୋଇଛି। ସେହିପରି ପୁରୁଷମାନେ ଫୁଲ ପ୍ୟାଣ୍ଟ, ଶାର୍ଟ, ପଞ୍ଜାବୀ ଅବା ପାରମ୍ପରିକ ଡ୍ରେସ ପିନ୍ଧି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ଅପରପକ୍ଷରେ କିଛି ସାମାଜିକ ଅନୁଷ୍ଠାନ ମଧ୍ୟ ଭକ୍ତମାନଙ୍କୁ ସଚେତନ କରାଉଥିବା ଦେଖିବାକୁ ମିଳୁଛି। ଶ୍ରୀମନ୍ଦିର ନିକଟରେ ‘ବଡଦାଣ୍ଡ ସେବା’ ସଂଗଠନ ତରଫରୁ ରବିବାର ଧୋତି ସେବା କାର୍ଯ୍ୟ ଆରମ୍ଭ କରାଯାଇଛି । ‘ବଡଦାଣ୍ଡ ସେବା’ର ସୂର୍ଯ୍ୟକାନ୍ତ ନାୟକ, ଆଲୋକ ବାରିକ୍‌, ଜଗନ୍ନାଥ ପାଢ଼ୀ ଏହି କାର୍ଯ୍ୟକୁ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri