ଶାଳୀନ ପୋଷାକ ପିନ୍ଧିବେ ଭକ୍ତ: ସମସ୍ତ ନିଯୋଗ, ପ୍ରଶାସନ, ହୋଟେଲକୁ ଚିଠି ଲେଖିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ, ୧୩ା୧୦(ଅଜିତ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ପ୍ରସଙ୍ଗରେ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଚିଠି ମାଧ୍ୟମରେ ସମସ୍ତ ନିଯୋଗ ସମ୍ପାଦକ ଏବଂ ସଭାପତିଙ୍କୁ ଅବଗତ କରାଇଛନ୍ତି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ଗତ ୯ ତାରିଖରେ ଅନୁଷ୍ଠିତ ନୀତି ସବ୍‌କମିଟି ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ କରାଯାଇଛି। ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରି ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଆସିବା ବାଞ୍ଛନୀୟ। ଏଥିନିମନ୍ତେ ନିର୍ଦ୍ଦିଷ୍ଟ କୌଣସି ପୋଷାକ ତାଲିକା ଧାର୍ଯ୍ୟ କରାଯାଇନାହିଁ। ତେବେ ପୁରୁଷମାନେ ପ୍ୟାଣ୍ଟ, ଶାର୍ଟ, ଚୁଡ଼ିଦାର ପଞ୍ଜାବୀ, ଧୋତି ଆଦି ପାରମ୍ପରିକ ପୋଷାକ ପିନ୍ଧିପାରିବେ। ସେହିପରି ମହିଳାମାନେ ଶାଢି, ସାଲଓ୍ବର କମିଜ ପରି ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରିବେ, ଯାହା ଏକ ଭକ୍ତିପୂର୍ଣ୍ଣ ପରିବେଶ ସୃଷ୍ଟି ସହ ଆଧ୍ୟାତ୍ମିକ ସମର୍ପଣ ମନୋଭାବ ସଞ୍ଚରଣ କରିବ। ସେବାୟତମାନେ କେଉଁ ଅନାଦି କାଳରୁ ଶ୍ରୀଜଗନ୍ନାଥ ସଂସ୍କୃତି ଓ ମହିମାର ପ୍ରଚାର ପ୍ରସାର କରିଆସୁଛନ୍ତି। ଦୂରାଗତ ଭକ୍ତମାନେ ସେବାୟତଙ୍କ ସହଯୋଗରେ ମହାପ୍ରଭୁଙ୍କ ଦର୍ଶନର ସୁଯୋଗ ପାଇଥାନ୍ତି। ତେଣୁ ବାହାରୁ ଆସୁଥିବା ଭକ୍ତଙ୍କୁ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନେଇ ପ୍ରଶିକ୍ଷିତ ଓ ସଚେତନ କରିବା ପାଇଁ ଚିଠିରେ ଅନୁରୋଧ କରାଯାଇଛି। ବିଶେଷକରି ଭକ୍ତମାନେ ହାଫ୍‌ ପ୍ୟାଣ୍ଟ, ଚିରାଫଟା ଜିନ୍ସ, ଅନାବଶ୍ୟକ ଶରୀର ପ୍ରଦର୍ଶନ ଏବଂ ଧାର୍ମିକ ଭାବନାକୁ କୁଠାରାଘାତ କରୁଥିବା ଯେ କୌଣସି ପୋଷାକ ବର୍ଜନୀୟ। ବର୍ତ୍ତମାନ ପ୍ରତ୍ୟେକ ସ୍ତରରେ ସଚେତନତା ସୃଷ୍ଟି କରାଯିବ। ଆସନ୍ତା ନବବର୍ଷଠାରୁ ଏହାକୁ କଡ଼ାକଡ଼ି ଭାବେ ଲାଗୁ କରାଯାଇପାରେ। ମହାନ ଓଡ଼ିଆ ସଂସ୍କୃତି ଓ ପରମ୍ପରା ସୁରକ୍ଷା ଦିଗରେ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ସେବାୟତ ନିଯୋଗ ଠାରୁ ସହାୟତା ଲୋଡୁଛି ବୋଲି ଚିଠିରେ ଦର୍ଶାଯାଇଛି। ପୁରୀର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟର ମାଲିକ ଓ କର୍ମଚାରୀମାନେ ଏନେଇ ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ସଚେତନ କରାଇବା ପାଇଁ କୁହାଯାଇଛି। ଆବଶ୍ୟକସ୍ଥଳେ ପଦକ୍ଷେପ ନେବାକୁ ଆରକ୍ଷୀ ଅଧୀକ୍ଷକ, ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ, ନୀତି ପ୍ରଶାସକ, ସୁରକ୍ଷା ପ୍ରଶାସକ, ଉନ୍ନୟନ ପ୍ରଶାସନ, ଉପଜିଲାପାଳ, ସିଂହଦ୍ୱାର ଥାନା ଅଧିକାରୀ, ଶ୍ରୀମନ୍ଦିର କମାଣ୍ଡର ଓ ସୁପରଭାଇଜରଙ୍କ ସମେତ ସମସ୍ତ ଭକ୍ତନିବାସ ଏବଂ ପ୍ରଶାସନିକ ଅଧିକାରୀମାନଙ୍କ ନିକଟକୁ ଏହି ଚିଠିର ନକଲ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri