ଦିଗପହଣ୍ଡିରେ ସ୍ନାନ ପୂର୍ଣ୍ଣିମା, ଗଜାନନ ବେଶ ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ବୁଧବାର ଦିଗପହଣ୍ଡି ରାଜବାଟି ପରିସରରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ବିଜେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ରଙ୍କ ସମେତ ସାନଦାଣ୍ଡ ସାହି ସ୍ଥିତ ଶ୍ରୀ ଦଧିବାମନ ଜଗନ୍ନାଥ , ରାଣିସାହି ଛକରେ ବିଜେ ଶ୍ରୀପତିତପାବନ ଜଗନ୍ନାଥ ଏବଂ ଅଞ୍ଚଳ କଲୋନୀ ସ୍ଥିତ ଶ୍ରୀଜଗନ୍ନାଥଙ୍କ ମନ୍ଦିରରେ ସମସ୍ତ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା। ରାଜବାଟିି ପରିସରରେ ଥିବା ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଥିବା ମହାପ୍ରଭୁଙ୍କ ସ୍ନାନ ମଣ୍ଡପକୁ ପ୍ରଥମେ ଅଭିମନ୍ତ୍ରିତ ଜଳରେ ସଂସ୍କାର କରାଯିବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପହୁଣ୍ଡିଆ ମାନେ ବିଜେ କରାଇଥିଲେ। ଏହାପରେ ମଣ୍ଡପ ଉପରେ ଅବକାଶ ନୀତି ଓ ଦିବ୍ୟ ସ୍ନାନ ଯଥାବିଧି ସମାପନ ହେବା ପରେ ରାଜ ପୁରୋହିତ ଦେବୀପ୍ରସାଦ ରଥ ପୂର୍ବ ପ୍ରଚଳିତ ପରମ୍ପରା ପ୍ରକାରେ ଶ୍ରୀଜୀଉଙ୍କ ପୂଜାର୍ଚ୍ଚନା କରିଥିଲେ। ଶ୍ରୀ ଜଗନ୍ନାଥ,ଶ୍ରୀବଳଭଦ୍ର , ଦେବୀ ସୁଭଦ୍ରାଙ୍କ ଏହି ଦିବ୍ୟସ୍ନାନ ଓ ଗଜାନନ ବେଶ ଦେଖିବା ପାଇଁ ସହର ତଥା ଆଖପାଖ ଗ୍ରାମାଞ୍ଚଳର ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?