ଅନ୍‌ଲାଇନରେ ମା’ଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

କେନ୍ଦୁଝର,୨।୧(ସ୍ବ.ପ୍ର.)-ପ୍ରତ୍ୟେକ ବର୍ଷ ଆରମ୍ଭରେ ମା’ ତାରିଣୀ ପୀଠରେ ଭକ୍ତଙ୍କ ଭିଡ଼ ଜମେ। ଦୂରଦୂରାନ୍ତରୁ ଭକ୍ତମାନେ ଆସି ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ନବବର୍ଷ କିପରି ଭଲରେ କଟିବ ଓ ସମସ୍ତଙ୍କର ମଙ୍ଗଳ ହେବ ସେ ଆଶିଷ ନେଇ ଫେରିଥାନ୍ତି। ଚଳିତବର୍ଷ କୋଭିଡ୍‌ କଟକଣା ପାଇଁ ମନ୍ଦିର ବନ୍ଦ ରହିଥିଲା। ତେବେ ମନ୍ଦିର ପ୍ରଶାସନ ପକ୍ଷରୁ ଭକ୍ତଙ୍କ ଲାଗି ଅନ୍‌ଲାଇନ ଦର୍ଶନ ବ୍ୟବସ୍ଥା କରାଯାଇଥିଲା। ବହୁ ଆଶାରେ ଆସିଥିବା ଭକ୍ତମାନେ ମୁଖଶାଳା ନିକଟରେ ମା’ଙ୍କୁ ଅନଲାଇନରେ ଏବଂ ସୋସିଆଲ ମିଡିଆରେ ଲାଇଭ ଦର୍ଶନ କରିଛନ୍ତି। ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ୧୨ ଫୁଟରେ ୮ ଫୁଟର ଏଲ୍‌ଇଡି ଲଗାଇବା ସହ ସୋସିଆଲ ମିଡିଆରେ ଦର୍ଶନ ବ୍ୟବସ୍ଥା କରାଯାଇଥିଲା ବୋଲି ମା’ ତାରିଣୀ ଟ୍ରଷ୍ଟର ସଭାପତି ରାଜେନ୍ଦ୍ର ପଟ୍ଟନାୟକ କହିଛନ୍ତି।
ମା’ ଙ୍କ ପାଖରେ ପାରମ୍ପାରିକ ପୂଜାନୀତି ଅନୁଷ୍ଠିତ ହୋଇଥିଲା। କେବଳ ପୂଜକମାନଙ୍କୁ ଅନୁମତି ମିଳିଥିଲା। ଭକ୍ତମାନେ ସକାଳ ଆଳତିର ଲାଇଭ୍‌ ଦର୍ଶନ କରିବା ସହ ପୂଜାର୍ଚ୍ଚନା ଏଲ୍‌ଇଡି ସ୍କ୍ରିନରେ ଦେଖିବାର ସୁଯୋଗ ପାଇଥିଲେ। ୯ ମାସ ପରେ ଭକ୍ତମାନେ ମା’ଙ୍କ ଦର୍ଶନ କରିବାକୁ ସୁଯୋଗ ପାଇ ଖୁସି ବ୍ୟକ୍ତ କରିଥିଲେ। ରାଜ୍ୟର ଅନେକ ସ୍ଥାନରେ କୋଭିଡ୍‌ କଟକଣା ମଧ୍ୟରେ ମନ୍ଦିର ଖୋଲିବାକୁ ଅନୁମତି ଦିଆଯାଇଥିବା ବେଳେ ତାରିଣୀ ମନ୍ଦିରରେ ଅନୁମତି ନ ମିଳିବା ନେଇ ଅନେକେ ଦୁଃଖ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଜିଲାପାଳ ଆଶିଷ ଠାକରେ କହିଛନ୍ତି ଯେ, ଏହି ମନ୍ଦିରର ମରାମତି କାମ ଚାଲିଛି। ଏଣୁ ମନ୍ଦିର ଖୋଲିବା ଓ ମା’ଙ୍କ ଦର୍ଶନ ପାଇଁ କାୈଣସି ନିଷ୍ପତ୍ତି ହୋଇନାହିଁ। କୋଭିଡ୍‌ ଆଇନ ଅନୁସାରେ ସମସ୍ତ ବ୍ୟବସ୍ଥା ମନ୍ଦିର ପ୍ରଶାସନ ପକ୍ଷରୁ କରାଯିବା ପରେ ଖୋଲିବା ପାଇଁ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri