କାଲିଠୁ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ, ହେଲେ ପ୍ରସ୍ଥାନ ପାଇଁ ନାହିଁ …

ପୁରୀ,୧୫।୧୧(ଅଜିତ୍‌ କୁମାର ମହାନ୍ତି): କାର୍ତ୍ତିକ ପୂର୍ଣ୍ଣିମାରେ ବ୍ରତ ଧାରିମାନେ ଡ଼ଙ୍ଗା ଭସାଇବା ସହ ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ରାଜାଧିରାଜ ବା ସୁନାବେଶ ଦର୍ଶନ ସହ କାର୍ତ୍ତିକ ବ୍ରତ ସମାପନ କରିଛନ୍ତି । ଅପରପକ୍ଷରେ : କାର୍ତ୍ତିକ ମାସ ପରବର୍ତ୍ତୀ ଦର୍ଶନ ବ୍ୟବସ୍ଥା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ  ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ, ଆରକ୍ଷୀ ଅଧୀକ୍ଷକଙ୍କ ସମେତ ଶ୍ରୀମନ୍ଦିର ତଥା ପୁଲିସ ପ୍ରଶାସନର ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ । ନଭେମ୍ବର ୧୬ ତାରିଖ ଠାରୁ ଭକ୍ତ ମାନଙ୍କ ଦର୍ଶନ ବ୍ୟବସ୍ଥା ନେଇ ଆଲୋଚନା କରାଯାଇଛି। ଶନିବାରଠାରୁ ୪ ଦ୍ୱାର ଦେଇ ପୁରୀ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ। ୪ ଦ୍ୱାର ଦେଇ ସାଧାରଣ ଦର୍ଶନାର୍ଥୀ ମନ୍ଦିରରେ ପ୍ରବେଶ କରିବେ। ତେବେ ୪ ଦ୍ୱାର ଦେଇ ପ୍ରବେଶ କଲେ ମଧ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ। ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାର ଦେଇ ଶ୍ରଦ୍ଧାଳୁ ବାହାରିବେ। ତେବେ ସିଂହଦ୍ୱାର ଦେଇ ପ୍ରସ୍ଥାନକୁ ସାଧାରଣ ଶ୍ରଦ୍ଧାଳୁଙ୍କ ପାଇଁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେବାୟତ ଏବଂ ତାଙ୍କ ପରିବାର ୪ ଦ୍ୱାର ଦେଇ ପ୍ରବେଶ ପ୍ରସ୍ଥାନ କରିପାରିବେ।

ତେବେ ଶ୍ରୀମନ୍ଦିର ନାଟମଣ୍ତପ ଠାରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଏବେ ବିଚାରାଧୀନ ରହିଛି । ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର ପରିଚାଳନା କମିଟିଙ୍କ ପରାମର୍ଶ ଓ ଅନୁମୋଦନ ପରେ  ନାଟମଣ୍ଡପରେ ହେବାକୁ ଥିବା ସ୍ଵତନ୍ତ୍ର ଦର୍ଶନ ବ୍ୟବସ୍ଥା  କାର୍ଯ୍ୟକାରୀ ହେବ ବୋଲି ଶ୍ରୀ ମନ୍ଦିର ପ୍ରଶାସନ ତରଫରୁ ସୂଚନା ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ବନଖଣ୍ଡରେ ଚିନ୍ତା ବଢ଼ାଉଛି ଅସୁସ୍ଥ ହାତୀ, ଆଦର୍ଶ ବିଦ୍ୟାଳୟ ଫାଟକ ଭାଙ୍ଗିଲେ…

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଆଜକୁ କିଛିଦିନ ହେବ ଏକ ମାଈ ହାତୀ ଅସୁସ୍ଥ ହୋଇ ଏକୁଟିଆ ଘୁରି ବୁଲୁଛି। ଅଧିକାଂଶ…

ପୁଣି ସୀମାନ୍ତ ଗାଁରେ ଆଧାର କାର୍ଡ ଅପଡେଟ୍‌ କରିବାକୁ ଆନ୍ଧ୍ରର ପ୍ରଚେଷ୍ଟା, ଓଡ଼ିଶା ସରକାରଙ୍କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ…

ପଟ୍ଟାଙ୍ଗି,୨୯।୧(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡୋଶୀ ଆନ୍ଧ୍ର ଅନୁପ୍ରବେଶ କରି ଲୋକଙ୍କୁ ପ୍ରଲୋଭିତ କରୁଥିଲେ ମଧ୍ୟ ଏହାର ପ୍ରଭାବ ଓଡିଶା ଉପରେ ପଡୁନାହିଁ ।…

ସ୍ବାସ୍ଥ୍ୟସେବାରେ ଅବଦାନ ପାଇଁ ପୁରସ୍କୃତ ହେଲେ କର୍ମଚାରୀ

ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲଠାରେ ଜିଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି, ମହିଳା ଆରୋଗ୍ୟ ସମିତି ଏବଂ ଜନ ଆରୋଗ୍ୟ ସମିତି…

ଚାଇନାର ବଡ଼ କାର୍ଯ୍ୟାନୁଷ୍ଠାନ: ‘ମିଙ୍ଗ୍ ଫ୍ୟାମିଲି’ର ୧୧ ଜଣଙ୍କୁ ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ,୨୯।୧: ଅନଲାଇନ୍ ସ୍କାମ୍ ସିଣ୍ଡିକେଟକୁ ବଡ ଝଟକା ଦେଲେ ଚାଇନା ସରକାର । ମ୍ୟାନ୍‌ମାରରେ ଚାଲିଥିବା ବିଶ୍ୱସ୍ତରୀୟ ଏହି ଅପରାଧିକ ସିଣ୍ଡିକେଟ୍ ବିରୋଧରେ ଚାଇନା ସରକାର ଏକ…

ବୟକଟ ଖେଳ ଶେଷ: ୨ରେ କଲମ୍ବୋରେ ପହଞ୍ଚିବ ପାକିସ୍ତାନ ଦଳ

ଲାହୋର,୨୯ା୧: ଆସନ୍ତା ୭ ତାରିଖରୁ ଆରମ୍ଭ ହେବାକୁ ଥିବା ଟି୨୦ ବିଶ୍ୱକପ ଲାଗି ପାକିସ୍ତାନ ଦଳ ଆସନ୍ତା ୨ ତାରିଖରେ ଶ୍ରୀଲଙ୍କାର କଲମ୍ବୋ ଅଭିମୁଖେ ଯାତ୍ରା କରିବ…

ମୁଣ୍ଡକୁ ଚଢ଼ିଗଲା ରାଗ, ପାରିବାରିକ ବିବାଦ ପରେ ସ୍ତ୍ରୀଙ୍କ ବେକ-ମୁଣ୍ଡକୁ ହାଣିଦେଲେ ସ୍ବାମୀ  

ରାୟଗଡା,୨୯।୧(ଆଶିଷ ରଞ୍ଜନ ପଣ୍ଡା)- ପାରିବାରିକ ବିବାଦରୁ ପତ୍ନୀକୁ ହତ୍ୟା କଲା ସ୍ବାମୀ। ରାୟଗଡା ଜିଲା କୁମ୍ବିକୋଟା ଫାଣ୍ଡି ଅଞ୍ଚଳରେ ପତ୍ନୀ ଶୋଇଥିବା ବେଳେ ସ୍ବାମୀ ଟାଙ୍ଗିଆରେ ହାଣି…

୨୦ ଲକ୍ଷ ଟଙ୍କା ଆତ୍ମସାତ: ସମବାୟ ସମିତିର ପୂର୍ବତନ ସମ୍ପାଦକ ଗିରଫ

ବାଲେଶ୍ୱର,୨୯।୧: ସରକାରୀ ଟଙ୍କା ହେରଫେର କରି ଗିରଫ ହେଲେ ସମବାୟ ସମିତିର ପୂର୍ବତନ ସମ୍ପାଦକ। ଫସଲ ବୀମା ଯୋଜନାରେ ବ୍ୟାପକ ସରକାରୀ ଅର୍ଥ ହରିଲୁଟ କରିବା ଅଭିଯୋଗରେ…

ପ୍ରହଲ୍ଲାଦ ନାଟକ ଗୁରୁ ପଦ୍ମଶ୍ରୀ ସିମାଞ୍ଚଳଙ୍କୁ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା     

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ନାଟକ  ‘ପ୍ରହଲ୍ଲାଦ’ର ଦୈତ୍ୟରାଜ ହିରଣ୍ୟକଶିପୁ ରାଜା ଭୂମିକାରେ ପ୍ରାୟ ୪୦ ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri