ଆଜିଠୁ ଭକ୍ତ ପାଇବେ ମହାପ୍ରସାଦ

ପୁରୀ ଅଫିସ,୨୫ା୬: ଜନ୍ମବେଦିରେ ମହାପ୍ରଭୁ ବିଜେ କରିବା ପରେ ଆଡ଼ପ ଦର୍ଶନ ପାଇଁ ଭକ୍ତ ମନ ବ୍ୟାକୁଳ ହୋଇଥାଏ। ସେହିପରି ଆଡ଼ପ ଅବଢ଼ା ପାଇବାକୁ ସମସ୍ତେ ଚାହିଁ ରହିଥାନ୍ତି। ହେଲେ ଏଥର ମହାମାରୀ କରୋନା ସବୁଥିରେ ବ୍ୟତିକ୍ରମ ସୃଷ୍ଟି କରିଛି। ବିନା ଭକ୍ତରେ ବଡ଼ଦାଣ୍ଡରେ ଗଡ଼ିିଛି ତିନିରଥ। ରଥାରୂଢ ଠାକୁରଙ୍କୁ ଦର୍ଶନ କରିପାରି ନାହାନ୍ତି ଶ୍ରଦ୍ଧାଳୁ। ଶ୍ରୀଗୁଣ୍ଡିଚା ମନ୍ଦିରକୁ ବି କଟକଣା ରହିଛି। ଆଡ଼ପମଣ୍ଡପରେ ଏଥର ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ ସୁଯୋଗ ମିଳିବ ନାହିଁ। ତେବେ ଖୁସିର ଖବର, ଭକ୍ତଙ୍କୁ ମିଳିବ ଆଡ଼ପ ଅବଢା। ବୁଧବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଗୁରୁବାରଠାରୁ ମହାପ୍ରସାଦ ବାହାରିବ। ଭକ୍ତ କିପରି ପାଇପାରିବେ ତାହାର ବ୍ୟବସ୍ଥା କରାଯିବ। କୋଭିଡ୍‌ କଟକଣା ଥିବାରୁ ଗୋଟିଏ ନିର୍ଦ୍ଦିଷ୍ଟ ସ୍ଥାନ ନିରୂପଣ କରାଯିବ। ଏଥିପାଇଁ ଟୋକନ ବ୍ୟବସ୍ଥା ହେବ। ତେବେ ଗୁରୁବାର ଏ ସମ୍ପର୍କରେ ସ୍ପଷ୍ଟ ସୂଚନା ଦିଆଯିବ। ସେହିପରି ଗୁରୁବାର ଏଏସ୍‌ଆଇ ପକ୍ଷରୁ ଶ୍ରୀମନ୍ଦିରରେ ଯାଞ୍ଚ କରାଯିବ। ଗର୍ଭଗୃହ, ନାଟମଣ୍ଡପ ଓ ଜଗମୋହନ ସ୍ଥିତିର ଅନୁଧ୍ୟାନ ହେବ। ବିଶେଷକରି ଗର୍ଭଗୃହର ପ୍ରଥମ ମହଲା ଏବଂ ଦ୍ୱିତୀୟ ମହଲା ସାଙ୍ଗକୁ ବାୟୁ ସଞ୍ଚାଳନ ବ୍ୟବସ୍ଥାର ମଧ୍ୟ ଅନୁଧ୍ୟାନ କରାଯିବ। କୌଣସି ପଥର ଯଦି ଖରାପ ହୋଇଥାଏ ତାହାକୁ ପରିବର୍ତ୍ତନର ବ୍ୟବସ୍ଥା ହେବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri