ଆସନ୍ତା ୧୪ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ମାଗଣାରେ ଦର୍ଶନ କରିବେ ଭକ୍ତ

ଛତ୍ରପୁର,୨।୩ (ଡି.ଏନ୍‌.ଏ.): ଆସନ୍ତା ୧୪ ତାରିଖଠାରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଅନୁଷ୍ଠିତ ହେବ । ଏହି ପର୍ବ ୪ ପାଳି ଅର୍ଥାତ୍‌ ମାର୍ଚ୍ଚ ମାସ ୧୪, ୨୧ ଓ ୨୮ ତାରିଖ ଏବଂ ଏପ୍ରିଲ ୪ ତାରିଖ ଦିନ ଅନୁଷ୍ଠିତ ହେବ। ଏହାକୁ ଶାନ୍ତି ଶୃଙ୍ଖଳାର ସହିତ କିଭଳି ଆୟୋଜନ କରାଯିବ ସେଥିପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳଙ୍କ ସଦ୍‌ଭାବନା ସମ୍ମିଳନୀ କକ୍ଷରେ ବୁଧବାର ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅବଗତ କରାଇଥିଲେ ଯେ, ଚଳିତ ବର୍ଷ ମା’ ତାରାତାରିଣୀଙ୍କ ଦର୍ଶନ ନିମନ୍ତେ ଅନେକ ଭକ୍ତ ତଥା ମାନସିକଧାରୀ ବହୁ ସଂଖ୍ୟାରେ ଯୋଗଦାନ କରିବେ। ତେଣୁ ପ୍ରବଳ ଜନଗହଳିକୁ ଆଖି ଆଗରେ ରଖି ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ପଡିବ । ପୂର୍ବରୁ ଭକ୍ତମାନଙ୍କ ଠାରୁ ୩ଟଙ୍କା ନିଆଯାଉଥିଲା। ଚଳିତ ବର୍ଷ ମା’ଙ୍କ ଦର୍ଶନ ନିମନ୍ତେ ଭକ୍ତମାନଙ୍କଠାରୁ କୌଣସି ଅର୍ଥ ଆଦାୟ ନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଭକ୍ତମାନଙ୍କ ଯାତାୟତ, ସେମାନଙ୍କ ବସିବା ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ମଣ୍ଡନ ସକାଶେ ସ୍ଥାନ, ଆଲୋକ ବ୍ୟବସ୍ଥା, ଦୀପ ଲଗାଇବା ସ୍ଥାନ ଇତ୍ୟାଦିର ସୁବ୍ୟବସ୍ଥା ଯେପରି ସଠିକ ହେବ ସେଥି ସକାଶେ ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅତିରିକ୍ତ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ଚୈତ୍ର ପର୍ବ ଆୟୋଜନ ସକାଶେ ବିଭିନ୍ନ ପ୍ରସ୍ତାବଗୁଡିକ ଆଗତ କରିଥିଲେ। ନଦୀ କୂଳରେ ଭକ୍ତଗଣ କିଭଳି ସୁବିଧାରେ ଗାଧୋଇବା ସହିତ ଜଳ ଉଠାଇପାରିବେ ସେଥିସକାଶେ ସୁବ୍ୟବସ୍ଥା ଓ ଆଲୋକୀକରଣ ହେବ। ମନ୍ଦିର ପରିସରରେ ମାଙ୍କଡଙ୍କ ଉପଦ୍ରବ ରୋକିବା ବ୍ୟବସ୍ଥା ଓ ସେମାନଙ୍କ ମଳ ପରିସ୍କାର ଅବିରତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଚଳିତ ବର୍ଷ ୩ଟି ସ୍ଥାନରେ ଯାନ ବାହନ ରଖିବା ବ୍ୟବସ୍ଥା କରାଯିବ। ପାଇପ ଯୋଗେ ପାନୀୟଜଳ ଯୋଗାଣ ହେବା ସହିତ ୬ଟି ସ୍ଥାନରେ ୯ଟି ଟ୍ୟାଙ୍କର ଦ୍ବାରା ଜଳ ଯୋଗାଣ ହେବ। ଅସ୍ଥାୟୀ ପରିସ୍ରାଗାର ନିର୍ମାଣ ହେବ। ଭକ୍ତମାନଙ୍କ ଯାତାୟତ ନିମନ୍ତେ ୧୦ଟି ବସ୍‌ ବ୍ୟବସ୍ଥା କରାଯିବ। ଏହି ବୈଠକରେ ଜିଲା ନଗର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ନୀଳମାଧବ ଭୋଇ, ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପି. କେ. ଦଳାଇ, ଡ଼ିଏସ୍‌ପି ଡି.ଆଇ.ବି. ଅଜୟ କୁମାର ମିଶ୍ର, ବିଡିଓ ପୁରୁଷୋତ୍ତମପୁର ବିଜୟ କୁମାର ବେହେରା, ତହସିଲଦାର ସନ୍ତୋଷ କୁମାର ସାହୁ, ଏସଡିପିଓ ରଜନୀକାନ୍ତ ସାମଲ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା, ପୁରୁଷୋତ୍ତମପୁର ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ, ମନ୍ଦିର ଟ୍ରଷ୍ଟ ସମ୍ପାଦକ ପ୍ରମୋଦ କୁମାର ପଣ୍ଡା, କାର୍ଯ୍ୟ ନିର୍ବାହୀ ଅଧିକାରୀ ଟି.କେ.ରେଡ୍ଡୀ, ବରିଷ୍ଠ ସେବାୟତ ବାପୁଜୀ ରଣାଙ୍କ
ସମେତ ଅନ୍ୟାନ୍ୟ ସେବାୟତ ଏବଂ ସାମ୍ବାଦିକଗଣ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ସରକାରୀ ଜମି ଛାଡିଲେ ନାହିଁ : ଜିଦ୍‌ରେ ଅଟଳ ଅନକ ଡୁଙ୍ଗୁରୁ ଗ୍ରାମବାସୀ, ଲାଗିଲା ୧୬୩ ଧାରା

ମୋହନା,୧୩।୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନକଡୁଙ୍ଗୁରୁ ଗାଁ ନିକଟରେଥିବା ବିବାଦୀୟ ସରକାରୀ ଜମିରେ ଲାଗିଲା ବିଏନ୍‌ଏସ୍‌ ଧାରା ୧୬୩ । କିଛିଦିନ ହେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri