ଧର୍ମପରାୟଣ ଶିକ୍ଷକ ଏସ୍‌. ସୀମା ରେଡ୍ଡୀ ଆଉ ନାହାନ୍ତି: ଶୋକାକୁଳ ପରିବେଶରେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଜଣାଶୁଣା ଧର୍ମପରାୟଣ ବ୍ୟକ୍ତିତ୍ୱ ତଥା ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ଏସ୍‌. ସୀମା ରେଡ୍ଡୀଙ୍କର ୬୩ ବର୍ଷ ବୟସରେ ପରଲୋକ ଘଟିଛି। ଓଡ଼ାସିଙ୍ଗି ଗ୍ରାମ ସ୍ଥିତ ମହନ୍ତ ଗୋବର୍ଦ୍ଧନ ଦାସ ଗୋସ୍ୱାମୀ ଉଚ୍ଚ ବିଦ୍ୟାପୀଠରୁ ଶିକ୍ଷକ ଭାବେ ଅବସର ଗ୍ରହଣ କରିଥିବା ସ୍ରଗତ ରେଡ୍ଡୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ଜଣେ ନିଷ୍ଠାବାନ୍ ଭକ୍ତ ଥିଲେ। ସତ୍‌ନାମ ଦୀକ୍ଷା ଗ୍ରହଣ କରି ସେ ଶେଷ ଜୀବନ ପର୍ଯ୍ୟନ୍ତ ଠାକୁରଙ୍କ ନୀତି ଓ ଆଦର୍ଶରେ ନିଜକୁ ନିୟୋଜିତ ରଖିଥିଲେ।

ସୂଚନାଯୋଗ୍ୟ ଯେ, ସେ ଆସିକା ନିକଟସ୍ଥ ତାଙ୍କ ଶ୍ୱଶୁର ଘର ଆର୍‌. ଦାମୋଦରପଲ୍ଲୀକୁ ବୁଲି ଯାଇଥିବା ବେଳେ ଶନିବାର ସକାଳେ ହଠାତ୍ ଆକସ୍ମିକ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ତୁରନ୍ତ ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିଲା।

ତାଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ସମଗ୍ର ଓଡ଼ାସିଙ୍ଗି ଗ୍ରାମ ଓ ଆଖପାଖ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିଲା। ତାଙ୍କ ମର୍ତ୍ତ୍ୟ ଶରୀର ଗ୍ରାମରେ ପହଞ୍ଚିବା ପରେ ବହୁ ସଂଖ୍ୟକ ପୁରାତନ ଓ ପ୍ରାକ୍ତନ ଛାତ୍ରଛାତ୍ରୀ, ଅନୁକୂଳଚନ୍ଦ୍ରଙ୍କ ଭକ୍ତବୃନ୍ଦ ଏବଂ ଗଣ୍ୟମାନ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଅମର ଆତ୍ମାର ସଦ୍‌ଗତି କାମନା କରିଥିଲେ। ସେମାନେ ଶୋକସନ୍ତପ୍ତ ଏକମାତ୍ର କନ୍ୟା ଓ ପରିବାର ସଦସ୍ୟଙ୍କୁ ଗଭୀର ସମବେଦନା ଜଣାଇଥିଲେ। ପରେ ଗ୍ରାମ୍ୟ ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ଦିଗପହଣ୍ଡିରେ କଲେଜ ନିର୍ବାଚନ ପରବର୍ତ୍ତୀ ହିଂସା ଓ ହତ୍ୟା ଉଦ୍ୟମ: ପୁଣି ୨ ଅଣଛାତ୍ର ଗିରଫ, ଜେଲ୍‌ ଗଲେ…

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଛାତ୍ର ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସକୁ…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

ମୂଳ ମନ୍ଦିରକୁ ବାହୁଡ଼ିଲେ ମା’ ବୁଢ଼ୀ ଠାକୁରାଣୀ: ରଙ୍ଗ-ଫଗୁ ଖେଳି ବର୍ଷକ ପାଇଁ ମେଲାଣି ଦେଲେ ଭକ୍ତ

ଦିଗପହଣ୍ଡି, ୨୪/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ସହରର ଗଣପର୍ବ ଥା ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ବାର୍ଷିକ ଯାତ୍ରା ମହୋତ୍ସବ ଶନିବାର…

ବି. ତୁରୁବୁଡ଼ିରେ ଦୁର୍ଗାପୂଜା: ମଞ୍ଚସ୍ଥ ହେଲା ପୌରାଣିକ ନାଟକ, କଳାକାରଙ୍କ ଜୀବନ୍ତ ଅଭିନୟ ମନ ଜିଣିଲା

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମରେ ନବରାତ୍ରି ଦୁର୍ଗାପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ଆନନ୍ଦଉଲ୍ଲାସର ସହ…

ଦିଗପହଣ୍ଡିରେ ଧୂମ୍‌ଧାମ୍‌ରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ ଆରମ୍ଭ: ଅଞ୍ଚଳ କଲୋନୀ ଚଳଚଞ୍ଚଳ

ଦିଗପହଣ୍ଡି, ୨୪।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନିଳାଦ୍ରୀ ବିହାର ପ୍ରଥମ ଲେନ୍‌ରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଧର୍ମୀୟ ଭାବନା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?