କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ ପୂର୍ବ ନିର୍ଦ୍ଧାରିତ ନୀତିନିର୍ଘଣ୍ଟ ଅନୁଯାୟୀ ଭକ୍ତିଭାବ ଓ ଆଡ଼ମ୍ବରର ସହ ସମ୍ପନ୍ନ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ରାଜସ୍ୱ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା।


ସକାଳ ୮ଟାରେ ରତ୍ନବେଦୀ ସଂସ୍କାର ନୀତି ସମ୍ପନ୍ନ ହେବା ପରେ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ଧାଡ଼ି ପହଣ୍ଡିରେ ସ୍ନାନବେଦୀକୁ ବିଜେ କରାଯାଇଥିଲା। ପରେ ସୂର୍ଯ୍ୟପୂଜା, ଦେବନୀତି ଓ ପବିତ୍ର ସ୍ନାନନୀତି ବିଧିବଦ୍ଧ ଭାବେ ସମ୍ପନ୍ନ ହୋଇଥିଲା। ଏହାପରେ ଶ୍ରୀଜୀଉମାନଙ୍କ ସାଜସଜ୍ଜା, ଆଳତୀ, ବଲ୍ଲଭ ଭୋଗ ଓ ଶୁଖିଲା ଭୋଗ ଲାଗି ନୀତି ଅନୁଷ୍ଠିତ ହୋଇଥିଲା।

ଅପରାହ୍ନରେ ଶ୍ରୀଜୀଉମାନଙ୍କ ଗମ୍ଭୀରା ପ୍ରତ୍ୟାବର୍ତ୍ତନ ନୀତି, ଦକ୍ଷିଣାୟନ ଭୋଗ, ବିଭୀଷଣ ଦର୍ଶନ ଏବଂ ଶେଷରେ ଅଣସର ନୀତି ସମ୍ପନ୍ନ ହୋଇଥିଲା। ସମସ୍ତ ନୀତିକାନ୍ତି ଭଞ୍ଜ ରାଜବଂଶର ପ୍ରଶାନ୍ତ ଭଞ୍ଜ ଦେଓଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିଲା। ସେ ଆଦ୍ୟ ସେବକ ଭାବେ ତିନି ଠାକୁରଙ୍କ ପୂଜାର୍ଚ୍ଚନା କରିଥିଲେ।

ଦେବସ୍ନାନ ପୂର୍ଣ୍ଣିମା ଦର୍ଶନ ପାଇଁ ଭଞ୍ଜନଗର ସମେତ ଆଖପାଖ ଅଞ୍ଚଳରୁ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ମନ୍ଦିରକୁ ଆସି ମହାପ୍ରଭୁଙ୍କ ଦିବ୍ୟ ସ୍ନାନ ଦର୍ଶନ କରି ଆଶୀର୍ବାଦ ଲାଭ କରିଥିଲେ।

ତହସିଲଦାର ଅଭିପ୍ସା ପଟ୍ଟନାୟକ ଓ ଅତିରିକ୍ତ ତହସିଲଦାର ଅବିନାଶ ମାହାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ ନୀତିକାନ୍ତି ସୁଚାରୁରୂପେ ସମ୍ପାଦିତ ହୋଇଥିଲା। କୁଲାଡ଼ ରାଜସ୍ୱ ନିରୀକ୍ଷକ ଭଗବାନ ବେହେରା ପୂର୍ବରୁ ଆବଶ୍ୟକୀୟ ପୂଜା ସାମଗ୍ରୀର ବ୍ୟବସ୍ଥା କରିବା ସହ ପୂଜକ ଓ ସେବାୟତମାନଙ୍କୁ ନେଇ ପ୍ରସ୍ତୁତି ବୈଠକ ଆୟୋଜନ କରିଥିଲେ। ଫଳରେ ସମସ୍ତ ନୀତି ନିର୍ଦ୍ଧାରିତ ସମୟରେ ଶୃଙ୍ଖଳାର ସହ ସମ୍ପନ୍ନ ହୋଇଥିଲା।ଦେବସ୍ନାନ ନୀତିକୁ ବଡ଼ପଣ୍ଡା ସନ୍ତୋଷ ପଣ୍ଡା, ମନ୍ଦିର ପୁରୋହିତ ଅରୁଣ ମିଶ୍ର, ଚିରଞ୍ଜିବୀ ପାଢ଼ୀ ଓ ଅନ୍ୟାନ୍ୟ ପୂଜକ, ପୂଜାପଣ୍ଡା ଏବଂ ସେବାୟତମାନେ ସଫଳତାର ସହ ସମ୍ପାଦନ କରିଥିଲେ।

ଅନ୍ୟପକ୍ଷରେ, ଏସ୍‌ଆଇ ଲକ୍ଷ୍ମୀଧର ମହାନ୍ତି ଓ ଏଏସ୍‌ଆଇ ଶରତ ଚନ୍ଦ୍ର ପଣ୍ଡାଙ୍କ ନେତୃତ୍ୱରେ ଭଞ୍ଜନଗର ପୁଲିସ ପକ୍ଷରୁ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଏବଂ ଭକ୍ତମାନଙ୍କ ସୁରକ୍ଷା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଏହାଫଳରେ ସମଗ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ ଶାନ୍ତିପୂର୍ଣ୍ଣ ଓ ସୁଶୃଙ୍ଖଳ ଭାବେ ସମ୍ପନ୍ନ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?