କୋଭିଡ୍‌ ଚିକିତ୍ସା ଲାଗି ଡେକ୍ସାମିଥାସୋନ୍‌କୁ ଅନୁମତି

ନୂଆଦିଲ୍ଲୀ,୨୮ା୬(ପି.ଟି.): ବହୁଳ ଭାବେ ବ୍ୟବହୃତ ହେଉଥିବା ଅପେକ୍ଷାକୃତ ଶସ୍ତା ଔଷଧ ଷ୍ଟେରଏଡ୍‌ ଡେକ୍ସାମିଥାସୋନ୍‌କୁ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବ୍ୟବହାର କରିବା ନିମନ୍ତେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଶନିବାର ଅନୁମତି ଦେଇଛି। ଅନ୍ୟାନ୍ୟ ଚିକିତ୍ସା ସହିତ ଏହାକୁ ମଧ୍ୟମରୁ ଗୁରୁତର ଅସୁସ୍ଥ କରୋନା ଆକ୍ରାନ୍ତଙ୍କ ଚିକିତ୍ସା କ୍ଷେତ୍ରରେ ବ୍ୟବହାର କରାଯାଇପାରିବ। ମିଥାଇଲପ୍ରିଡ୍‌ନିସୋଲୋନର ବିକଳ୍ପ ଭାବେ ଡେକ୍ସାମିଥାସୋନ୍‌କୁ ବ୍ୟବହାର କରିବା ଲାଗି ପରାମର୍ଶ ଦିଆଯାଇଛି। ସଦ୍ୟ ଉପଲବ୍ଧ ପ୍ରମାଣ ଏବଂ ବିଶେଷଜ୍ଞମାନଙ୍କ ପରାମର୍ଶକୁ ବିଚାରକୁ ନେଇ ଏଭଳି ପରିବର୍ତ୍ତନ କରାଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ସାଧାରଣତଃ ଡେକ୍ସାମିଥାସୋନ୍‌କୁ ଫୁସ୍‌ଫୁସ୍‌ ସଂକ୍ରମଣ ଚିକିତ୍ସା ପାଇଁ ବ୍ୟବହାର କରାଯାଇଥାଏ। ଜୁନ୍‌ ୧୩ରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଆଣ୍ଟିଭାଇରାଲ ଔଷଧ ରେମଡେସିଭିର୍‌କୁ କରୋନା ଚିକିତ୍ସାରେ ବ୍ୟବହାର ପାଇଁ ଅନୁମତି ଦେଇଥିଲା। ସେହିପରି ସଂକ୍ରମଣର ପ୍ରାରମ୍ଭିକ ପର୍ଯ୍ୟାୟରେ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଔଷଧ ଦେବାକୁ ମଧ୍ୟ ମନ୍ତ୍ରଣାଳୟ ସୁପାରିସ କରିଥିଲା। ତେବେ ଗୁରୁତର ଅସୁସ୍ଥ ରୋଗୀଙ୍କୁ ଏହି ଔଷଧ ନ ଦେବା ପାଇଁ କୁହାଯାଇଥିଲା। ସଂଶୋଧିତ ଚିକିତ୍ସା ପ୍ରୋଟୋକଲ ଅନୁଯାୟୀ ମଧ୍ୟମ ଧରଣର କରୋନା ରୋଗୀଙ୍କ ପାଇଁ ମିଥାଇଲପ୍ରିଡ୍‌ନିସୋଲୋନ ୦.୫ରୁ ୧ ମିଲିଗ୍ରାମ/କେଜି କିମ୍ବା ଡେକ୍ସାମିଥାସୋନ୍‌ ୦.୧ରୁ ୦.୨ ମିଲିଗ୍ରାମ/କେଜି ତିନିଦିନ ଦେବା ଲାଗି ପରାମର୍ଶ ଦିଆଯାଉଛି। ରୋଗୀ ହସ୍ପିଟାଲରେ ଭର୍ତ୍ତି ହେବାର ୪୮ ଘଣ୍ଟା ମଧ୍ୟରେ କିମ୍ବା ଅକ୍ସିଜେନ ଆବଶ୍ୟକତା ଓ ପ୍ରଦାହ ବଢ଼ୁଥିଲେ ଏହି ଔଷଧ ଦେବାକୁ କୁହାଯାଇଛି। ଶ୍ୱାସଜନିତ ସମସ୍ୟା ଥାଇ ମେକାନିକାଲ ଭେଣ୍ଟିଲେଶନ ଆବଶ୍ୟକତା ଥିବା ରୋଗୀଙ୍କ କ୍ଷେତ୍ରରେ ମିଥାଇଲପ୍ରିଡ୍‌ନିସୋଲୋନ ଦିନକୁ ୧ରୁ ୨ ମିଲିଗ୍ରାମ/କେଜି କିମ୍ବା ଡେକ୍ସାମିଥାସୋନ୍‌ ୦.୨ରୁ ୦.୪ ମିଲିଗ୍ରାମ/କେଜି ୫ରୁ ୭ ଦିନ ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ

ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri