ବିଶ୍ବ ଆଦ୍ର ଭୂମି ଦିବସରେ ଯୋଗ ଦେଇ ବଡ଼ ସୂଚନା ଦେଲେ ଡିଏଫ୍‌ଓ, କହିଲେ ଗଞ୍ଜାମ ଜିଲାର…

ଭଞ୍ଜନଗର,୨।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ସୋମବାର ଅପରାହ୍ନରେ ସ୍ଥାନୀୟ ବନ ବିହାର ପରିସରରେ ବିଶ୍ବ ଆଦ୍ର ଭୂମି ଦିବସ ପାଳିତ ହୋଇଯାଇଛି। ଏଥିରେ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗଞ୍ଜାମ ଜିଲାର ୯୦୮ ଟି ଆଦ୍ର ଭୂମିର ବିକାଶ ପାଇଁ ସରକାର ପଦକ୍ଷେପ ନେଇଛନ୍ତି ବୋଲି କହିଥିଲେ। ସେଥିମଧ୍ୟରୁ ଘୁମୁସର ଉତ୍ତର ବନଖଣ୍ଡର ୯୮ଟି ଆଦ୍ର ଭୂମି (ଜଳାଶୟ, ନଦୀ) ର ବିକାଶ ପାଇଁ ଯୋଜନା ଅଛି। ଦିନକୁ ଦିନ ବିଭିନ୍ନ ଜଳାଶୟ ପ୍ରଦୂଷିତ ହେଉଛି। ତାହାର ସୁରକ୍ଷା ନିହାତି ଆବଶ୍ୟକ ହୋଇପଡିଛି। ତେଣୁ ଛାତ୍ରୀଛାତ୍ରମାନେ ଏନେଇ ସଚେତନ ହୋଇ ଅନ୍ୟମାନଙ୍କୁ ମଧ୍ୟ ସଚେତନ କରିବାକୁ ଡିଏଫଓ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଆହ୍ବାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ବଟନି ବିଭାଗର ମୁଖ୍ୟ ଅଧ୍ୟାପିକା ସୁନିତା ରାଣୀ ଖଣ୍ଡୁଆଳ, ବାଳିକା ଆତ୍ମ ସୁରକ୍ଷା ତାଲିମ ସଂଯୋଜିକା ଅଧ୍ୟାପିକା ସ୍ମରଣିକା ପାଢ଼ୀ, ଜାତୀୟ ସେବା ଯୋଜନା ଶାଖା ୨ ୟର ଅଧିକାରୀଣୀ ସସ୍ମିତା କୁମାରୀ ଦାସ, ଶାଖା ୧ ଅଧିକାରୀ ବି ପ୍ରଧାନ, ଏନସିସି ଆର୍ମି ୱିଙ୍ଗ ଅଫିସର ଅର୍ପଣ ପ୍ରଧାନ, ନାଭାଲ ୱିଙ୍ଗ ଅଫିସର ବିଭୂତି ଗୌଡ, ଯୁବ ରେଡକ୍ରସ ଅଧିକାରୀ ବିଦେଶୀ ରାଉତ, ଜଗନ୍ନାଥପ୍ରସାଦ ରେଞ୍ଜର ସୁଜାତା ରାଣୀ ପଣ୍ଡା, କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ ପୃଥିବୀରାଜ ପ୍ରଧାନ, ଗାଲେରି ରେଞ୍ଜର ଜ୍ଞାନେନ୍ଦ୍ର ଲିମା ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ସୁସ୍ଥ ଜୀବନ ଯାପନ କରିବାକୁ ହେଲେ ପ୍ରଥମେ ଆମ ଚାରିପାଖ ପରିବେଶ ସୁରକ୍ଷା କରିବାକୁ ପଡ଼ିବ ବୋଲି କହିଥିଲେ। ଜଳ ହିଁ ଜୀବନ। ଜଳର ସଂରକ୍ଷଣ କରିବାକୁ ପଡିବ। ଜଳସ୍ତର ହ୍ରାସ ପାଇବା ସହ ବିଭିନ୍ନ ଜଳ ପ୍ରଦୂଷିତ ହେଉଛି। ତାହାର ସୁରକ୍ଷା ନିହାତି ଆବଶ୍ୟକ ବୋଲି ବକ୍ତାମାନେ କହିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବନପାଳ ବବୁଲ ସେଠୀ, ଗାୟତ୍ରୀ ଦାସ, ସଙ୍ଗୀତା ପଟ୍ଟନାୟକ, ରଶ୍ମିତା ସେଠୀ, ବସନ୍ତ ସାହୁ, ପ୍ରିୟମ୍ବଦା ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ। ଏହା ପୂର୍ବରୁ ସକାଳେ ଶତାଧିକ ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗୀତା ହୋଇଥିଲା। ପ୍ରତିଯୋଗୀତାଗୁଡ଼ିକୁ କେଏସୟୁବି କଲେଜ ଅଧ୍ୟକ୍ଷ କୁମୁନ୍ଦ ଚନ୍ଦ୍ର ମହାପାତ୍ର ଉଦ୍‌ଘାଟନ କରିଥିଲେ। ଉକ୍ତ ଉତ୍ସବରେ ଅତିଥିମାନେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?